ପାରିବାରିକ କଳହର କରୁଣ ପରିଣତି। ବାପା ଉପରକୁ ଗରମ ପାଣି ଫିଙ୍ଗି ଗୋଟିଏ ଆଖି ନଷ୍ଟ କରିଦେଲା ନୃଶଂସ ଝିଅ। ଏଭଳି ଅଭାବନୀୟ ଘଟଣା ଘଟିଛି ରାଜଧାନୀ ଭୁବନେଶ୍ୱରର ଭରତପୁର ବସ୍ତିରେ। ପୁ଼ଲିସ ଝିଅ ଭାଗ୍ୟଲକ୍ଷ୍ମୀ ସାସମଲକୁ ଡାକି ପଚରାଉଚରା କରୁଛି। ଆହତ ରମେଶ ସାସମଲଙ୍କ ଅବସ୍ଥା ଗୁରୁତର ରହିଛି। ରମେଶଙ୍କ ବାମପଟ ଆଖି ସମ୍ପୂର୍ଣ ଭାବେ ନଷ୍ଟ ହୋଇଯାଇଛି।
ଗତକାଲି କୌଣସି କଥାକୁ ନେଇ ରମେଶ ଓ ତାଙ୍କ ଝିଅଙ୍କ ମଧ୍ୟରେ ପାଟିତୁଣ୍ଡ ହୋଇଥିଲା। ଝିଅ ଭାଗ୍ୟଲକ୍ଷ୍ମୀ ଉତ୍ତ୍ୟକ୍ତ ହୋଇ ଗରମ ପାଣି ଆଣି ବାପା ଉପରକୁ ଛାଟି ଦେଇଥିଲା। ଗରମ ପାଣି ରମେଶଙ୍କ ମୁହଁରେ ପଡ଼ିଥିଲା। ପରିବାର ଲୋକେ ତାଙ୍କୁ ଡାକ୍ତରଖାନାରେ ଭର୍ତ୍ତି କରିଥିଲେ। ଗରମ ପାଣି ପଡ଼ି ରମେଶଙ୍କର ବାମ ଆଖିଟି ସମ୍ପୂର୍ଣ୍ଣ ନଷ୍ଟ ହୋଇ ଯାଇଛି ବୋଲି ଡାକ୍ତର କହିଥିଲେ।
Also Read
TAGS
ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।
Related Stories
Crime
ବବିଙ୍କ ଭାଇ ଭବଙ୍କ ନାଁରେ ମାମଲା ରୁଜୁ
ଦୁଇ ଦିନ ତଳେ ଧର୍ମଶାଳା ବିଧାୟକଙ୍କୁ ଆକ୍ରମଣ ଘଟଣାରେ ବିବାଦୀୟ ହୋଇପଡ଼ିଥିବା ବବିଙ୍କ ଭାଇଙ୍କ ବିରୋଧରେ ଜଣେ ପରିବା ବ୍ୟବସାୟୀ ଦେଇଥିଲେ ଏତଲା।
Crime
ଉଗ୍ର ରୂପ ନେଲା ମନୋଜ ମିଶ୍ର-ବବି ଇସଲାମ କଳି; ଡିସିପି ଅଫିସ ଆଗରେ ହାଇଡ୍ରାମା
ଆଜି ଭୁବନେଶ୍ୱର ଡିସିପି ଅଫିସ ସମ୍ମୁଖରେ ପ୍ରଥମେ କଥା କଟାକଟି ଓ ପରେ ହାତାହାତି ଯାଏ କଥା ଗଲା। ପରେ ଡିସିପିଙ୍କ ଉପସ୍ଥିତିରେ ଏହି ଘଟଣାର ଆପୋଷ ସମାଧାନ ହୋଇଥିବା ଜଣାଯାଇଛି।
Crime
ନକ୍ସଲ ନା ଗାଁ ମୁଖିଆ? ମାଲକାନଗିରି ଏନକାଉଣ୍ଟରରେ ଟଳିଥିବା ବ୍ୟକ୍ତିଙ୍କୁ ନେଇ ସସ୍ପେନ୍ସ
ଏନକାଉଣ୍ଟର ପରେ ପୁଲିସ ଯାହାକୁ ହାଡକୋର ନକ୍ସଲ ବୋଲି ଦର୍ଶାଇଥିଲା ତାଙ୍କୁ ଗାଁ ମୁଖିଆ ବୋଲି କହିଛନ୍ତି ସ୍ଥାନୀୟ ଲୋକ । ଫଳରେ ଏହି ମାମଲାରେ ଆସିଛି ନୂଆ ଟ୍ୱିଷ୍ଟ।
Crime
ଘରୋଇ କଳିର କରୁଣ ପରିଣତି; ବିଷ ପିଇଦେଲେ ୨ ଭଉଣୀ
ନଳିନୀଙ୍କ ମୃତ୍ୟୁ ପରେ ତାଙ୍କର ୨ବର୍ଷର ଶିଶୁଟି ନିଜ ମା’କୁ ଖୋଜି ହେଉଛି।