ମାଲକାନଗିରି ଜିଲ୍ଲା ଚିତ୍ରକୋଣ୍ଡା ବନ ବିଭାଗ ୧ ଟନ୍ (୧୦୦୦ କେଜି) କଇଁଛ ଜବତ କରିଛି। ଏହା ସହିତ ୨ ଜଣଙ୍କୁ ଗିରଫ କରିଛି।
Also Read
ଚିତ୍ରକୋଣ୍ଡା ବନାଞ୍ଚଳ ଅଧିକାରୀଙ୍କ କାର୍ଯ୍ୟାଳୟ ପକ୍ଷରୁ ଦିଆଯାଇଥିବା ସୂଚନା ଅନୁଯାୟୀ, ଏକ ପିକ୍ ଅପ୍ ଭ୍ୟାନ୍ରେ ଏହି କଇଁଛଗୁଡ଼ିକୁ ଆନ୍ଧ୍ରପ୍ରଦେଶର ନରସିଂହପାଟଣାରୁ ମାଲକାନଗିରିର କାଲିମେଳା ଓ ଏମ୍ଭି୭୯କୁ ନିଆଯାଉଥିଲା। ଏ ସଂପର୍କରେ ସେମାନଙ୍କୁ ପୂର୍ବରୁ ବିଶେଷ ସୂତ୍ରରୁ ସୂଚନା ମିଳିଥିଲା। ଏହା ପରେ ଚିତ୍ରକୋଣ୍ଡା ରେଞ୍ଜର ବନମାଳୀ ନାୟକ ଏକ ଟିମ୍ ଗଠନ କରିଥିଲେ। ଏହି ଟିମ୍ ଆଜି ଦ୍ୱିପ୍ରହରରେ ଚିତ୍ରକୋଣ୍ଡା ସୀମାନ୍ତ ରାଜୁଲକୋଣ୍ଡାଠାରେ ପଇଁତରା ମାରୁଥିବା ବେଳେ କଇଁଛ ବୋଝେଇ ଗାଡ଼ିଟିକୁ ଧରିଥିଲା। ଆନ୍ଧ୍ର ପ୍ରଦେଶର ନମ୍ବର ଥିବା ଏହି ପିକ୍ ଅପ୍ ଭ୍ୟାନ୍ଟିକୁ ଯାଞ୍ଚ କରାଯିବା ବେଳେ ସେଥିରେ କଇଁଛ ଥିବା ଜଣାପଡ଼ିଥିଲା। ମୋଟ ୩୫ଟି ବସ୍ତାରେ କଇଁଛଗୁଡ଼ିକୁ ରଖାଯାଇଥିଲା।
ଚିତ୍ରକୋଣ୍ଡା ବନାଞ୍ଚଳ ପକ୍ଷରୁ କଇଁଛ ଗୁଡ଼ିକୁ ଜବତ କରାଯିବା ସହିତ ୨ ଜଣଙ୍କୁ ଗିରଫ କରାଯାଇଥିବା ବେଳେ ଘଟଣାର ଅଧିକ ତଦନ୍ତ କରାଯାଉଛି।
TAGS
ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।
Related Stories
Crime
ବିଲରେ ଧାନ ଗଜା ଦେଖି ସହି ପାରୁନି ଚାଷୀ; ଜଣେ ଝୁଲି ପଡ଼ିଲେ, ଜଣେ ଟଳିପଡ଼ିଲେ
ଦୁଇ ଦିନ ହେଲା ବର୍ଷା ଯୋଗୁ ବିଲରେ ପାଚିଲା ଧାନ ଗଜା ହେଲାଣି। ଓଦା ଧାନକୁ ଦେଖି ଚାଷୀର ଆଖି ବି ଓଦା ହୋଇ ଯାଉଛି।
Crime
ବିବାହିତ ହୋଇ ବି ପାଲଟିଥିଲେ ପ୍ରେମ ପକ୍ଷୀ; ଦେଖାଦେଲା ଝଡ଼, ମିଳିଲା ଝୁଲନ୍ତା ମୃତଦେହ
ଘର ସଂସାର ଥାଇ ବି ଅନ୍ୟ ପ୍ରେମରେ ହେଉଥିଲେ ମତୁଆଲା। ମାତ୍ର ଦୁନିଆ ଏହି କଳଙ୍କିତ ପ୍ରେମକୁ ଗ୍ରହଣ କରି ନ ଥିଲା। ଫଳରେ ଉଭୟ ଫେରାର ହୋଇ ଯାଇଥିଲେ। ଆଉ ଫେରାର ହେବାର ପ୍ରାୟ ସପ୍ତାହେ ପରେ ମିଳିଛି ଉଭୟଙ୍କ ଝୁଲନ୍ତା ମୃତଦେହ।
Crime
ଭିଜିଲାନ୍ସ ପଞ୍ଝାରେ ARI; ୮ଟି ସ୍ଥାନରେ ଚାଲିଛି ଚଢାଉ
ଆୟ ବହିର୍ଭୂତ ସମ୍ପତ୍ତି ଠୁଳ ଅଭିଯୋଗରେ ବୋରିଗୁମ୍ମା ତହସିଲ ARI ସୁରେନ୍ଦ୍ର କୁମାର ତନ୍ତିଙ୍କ ଘରେ ହୋଇଛି ଭିଜିଲାନ୍ସ ରେଡ୍ ।
Crime
ପୁଲିସ ସ୍ତ୍ରୀକୁ ମାରି ସ୍ୱାମୀର ଆତ୍ମହତ୍ୟା ଉଦ୍ୟମ
ମୃତ ମହିଳା କନଷ୍ଟେବଲ କଟକ ସାଇବର ଥାନାରେ କାର୍ଯ୍ୟ କରୁଥିଲେ।
Crime
ଡିଡିଟାଲ ଆରେଷ୍ଟର ମିଛ ଫାଶରେ ପଡ଼ିଗଲେ ପୂର୍ବତନ ସେନା ଅଧିକାରୀ, ଭୟରେ ଦେଇଦେଲେ ୧ କୋଟି
ଡିଜିଟାଲ ଆରେଷ୍ଟ ନେଇ ଲୋକଙ୍କୁ ସଚେତନ କରାଯାଉଥିବା ସତ୍ତ୍ୱେ ଅନେକ ସମୟରେ ସେମାନେ ଭୟଭୀତ ହୋଇ ନିଜ ଟଙ୍କା ହରାଉଛନ୍ତି।