ବାଲେଶ୍ଵର ଜିଲ୍ଲାର ଗୋପାଳପୁର ଅଞ୍ଚଳରୁ ଅବକାରୀ ବିଭାଗ ଅଧିକାରୀମାନେ ୧୧୦ କେଜି ଗଞ୍ଜେଇ ଜବତ କରିବା ସହିତ ୨ ଜଣଙ୍କୁ ଗିରଫ କରିଛନ୍ତି।ଗିରଫ ଅଭିଯୁକ୍ତ ଦ୍ୱୟ ହେଉଛନ୍ତି ଗୁଣନିଧି ବିନ୍ଧାଣି ଓ ଅଶୋକ କୁମାର ନାୟକ।
Also Read
ଗୁଣନିଧି ବିନ୍ଧାଣିଙ୍କ ଘରୁ ଗଞ୍ଜେଇ ଜବତ କରାଯାଇଥିଲା। ଜବତ ଗଞ୍ଜେଇର ଆନୁମାନିକ ମୂଲ୍ୟ ୧୧ ଲକ୍ଷ ଟଙ୍କା ହେବ। ଗୁଣନିଧି ବସ୍ତାରେ ଗଞ୍ଜେଇ ଆଣି ଅନ୍ୟ ବେପାରୀମାନଙ୍କୁ ଯୋଗାଉଥିଲା ବୋଲି କହିଛନ୍ତି ଅବକାରୀ ଅଧୀକ୍ଷକ ସୁଶାନ୍ତ କୁମାର ପାଢ଼ି।
ବାଲେଶ୍ଵର ଅବକାରୀ ଟିମ୍, ଗୋପାଳପୁର ଅବକାରୀ ଟିମ୍, ନୀଳଗିରି ଅବକାରୀ ଟିମ୍ ଓ ମୋବାଇଲ ଟିମର ମିଳିତ ସହଯୋଗରେ ଏହି ଚଢ଼ାଉ ହୋଇଥିଲା। ଏନେଇ ଘଟଣାର ଅଧିକ ତଦନ୍ତ କରୁଛି ଅବକାରୀ ବିଭାଗ।
TAGS
ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।
Related Stories
Crime
ପୁଲିସ ସ୍ତ୍ରୀକୁ ମାରି ସ୍ୱାମୀର ଆତ୍ମହତ୍ୟା ଉଦ୍ୟମ
ମୃତ ମହିଳା କନଷ୍ଟେବଲ କଟକ ସାଇବର ଥାନାରେ କାର୍ଯ୍ୟ କରୁଥିଲେ।
Crime
ଡିଡିଟାଲ ଆରେଷ୍ଟର ମିଛ ଫାଶରେ ପଡ଼ିଗଲେ ପୂର୍ବତନ ସେନା ଅଧିକାରୀ, ଭୟରେ ଦେଇଦେଲେ ୧ କୋଟି
ଡିଜିଟାଲ ଆରେଷ୍ଟ ନେଇ ଲୋକଙ୍କୁ ସଚେତନ କରାଯାଉଥିବା ସତ୍ତ୍ୱେ ଅନେକ ସମୟରେ ସେମାନେ ଭୟଭୀତ ହୋଇ ନିଜ ଟଙ୍କା ହରାଉଛନ୍ତି।
Crime
ଆର୍ମି ମେଜର ଓ ତାଙ୍କ ବାନ୍ଧବୀଙ୍କୁ ଦୁର୍ବ୍ୟବହାର ଘଟଣାରେ ଦାୟର ଜନସ୍ୱାର୍ଥ ମାମଲାର ଅନ୍ତ ଘଟାଇଲେ ହାଇକୋର୍ଟ
ସେନା କର୍ମଚାରୀଙ୍କୁ ଥାନାରେ କିପରି ବ୍ୟବହାର ପ୍ରଦର୍ଶନ କରାଯିବ, ସେନେଇ ରାଜ୍ୟ ସରକାର ଜାରି କରିଥିବା ଏସଓପିକୁ କଡ଼ାକଡ଼ି ପାଳନ କରିବାକୁ ହାଇକୋର୍ଟ କହିଛନ୍ତି।
Crime
ପାଢ଼ୀ ଟ୍ୟୁଟୋରିଆଲ ମାଲିକଙ୍କ ଆତ୍ମହତ୍ୟା ଘଟଣା: ଆଉ ଥରେ ଏତଲା ଦେବାକୁ ହାଇକୋର୍ଟଙ୍କ ଅନୁମତି
ଏହି ମାମଲାର ଶୁଣାଣି ସମୟରେ ସରକାରୀ ଓକିଲ କୋର୍ଟଙ୍କୁ କହିଥିଲେ ଯେ ପୁଲିସ୍ ଜବତ କରିଥିବା ସୁଇସାଇଡ୍ ନୋଟରେ ଜେ.ବି ପାଢ଼ୀଙ୍କ ସହ ଅର୍ଥ କାରବାର କରୁଥିବା ୩୦ ଜଣଙ୍କ ନାମ ରହିଛି। କିନ୍ତୁ ସେହି ସନ୍ଦିଗ୍ଧମାନଙ୍କ ବିରୋଧରେ ତଦନ୍ତ ଶେଷ ହୋଇନାହିଁ।
Crime
ଦାଦନ ସର୍ଦ୍ଦାରର ଦବଙ୍ଗଗିରି; ଶ୍ରମିକଙ୍କୁ କିଡ୍ନାପ କରି ନେଇ ନିର୍ଧୂମ ଛେଚିଲେ
ଦାଦନ ଯିବା ପାଇଁ ୪୦ ହଜାର ଟଙ୍କା ବଇନା ଆଣିଥିଲେ ଅଜିତ। ସେହି ଟଙ୍କା ଲେଣଦେଣକୁ ନେଇ ଅଜିତଙ୍କୁ ସର୍ଦ୍ଦାର ଆକ୍ରମଣ କରିଥିବା ଅଭିଯୋଗ କରିଛନ୍ତି ତାଙ୍କ ସ୍ତ୍ରୀ।