Advertisment

ବଲାଙ୍ଗିରରେ ରାଜନୈତିକ ହିଂସା; ୨ ବିଜେପି କର୍ମୀଙ୍କୁ ଆକ୍ରମଣ

ସଇଁତଳା ଥାନାରେ ୧୫ ଜଣଙ୍କ ନାଁରେ ଅଭିଯୋଗ କରିଛନ୍ତି ଆହତ ୨ ବିଜେପି କର୍ମୀ।

author-image
Tapaswini Nayak
ଅଦ୍ୟତନ ହୋଇଛି
Tension situation

Tension situation

ବଲାଙ୍ଗିର ଜିଲ୍ଲା ଟିଟିଲାଗଡ଼ରେ ରାଜନୈତିକ ହିଂସା। ସଇଁତଳା ଥାନା ଡୁଙ୍ଗୁରିପାଲିରେ ୨ଜଣ ବିଜେପି କର୍ମୀଙ୍କୁ ଆକ୍ରମଣ ହୋଇଥିବା ଅଭିଯୋଗ ହୋଇଛି। ଆହତ କର୍ମୀଙ୍କୁ ଡାକ୍ତରଖାନାରେ ଭର୍ତ୍ତି କରାଯାଇଛି।

Advertisment

ଗତକାଲି ରାତିରେ ଟିଟିଲାଗଡ଼ ବିଜେପି ବିଧାୟକ ପ୍ରାର୍ଥୀ ନବୀନ ଜୈନ ଓ ତାଙ୍କ ସମର୍ଥକମାନେ ତେଣ୍ଡିପାଲି ଗାଁରୁ ପ୍ରଚାର କରି ଫେରୁଥିଲେ। ଏହି ସମୟରେ ସୌର ପ୍ଲାଣ୍ଟ  ନିକଟରେ  କିଛି ଲୋକ ୩ରୁ ୪ଟି ଗାଡ଼ିରେ ଆସି ନବୀନ ଜୈନଙ୍କ ସମର୍ଥକ ଉପରେ ଆକ୍ରମଣ କରିଥିଲେ। ପରେ ଉଭୟଙ୍କ ମଧ୍ୟରେ ବଚସା ହୋଇଥିଲା। ସେମାନେ ବିଜେପିର ଦୁଇ କର୍ମୀଙ୍କୁ ମାଡ଼ ମାରି ଅପହରଣ କରି ନେଇଯାଇଥିବା ଅଭିଯୋଗ ହୋଇଛି।  କିଛି ସମୟ ପରେ ଆହତ ଅବସ୍ଥାରେ ୨ କର୍ମୀ ଉଦ୍ଧାର କରାଯାଇଥିଲା। ସେମାନଙ୍କୁ ମେଡିକାଲରେ ଭର୍ତ୍ତି କରାଯାଇଛି।

ଏ ନେଇ ସଇଁତଳା ଥାନାରେ ୧୫ ଜଣଙ୍କ ନାଁରେ ଅଭିଯୋଗ କରିଛନ୍ତି ଆହତ ୨ ବିଜେପି କର୍ମୀ। ଅପରପକ୍ଷ ମଧ୍ୟ ଥାନାର ଦ୍ୱାରସ୍ଥ ହୋଇଛନ୍ତି। ସେମାନଙ୍କୁ ଜାତିଆଣ ଆକ୍ଷେପ କରାଯାଇଥିବା ଥାନାରେ ଅଭିଯୋଗ କରିଛନ୍ତି। ଥାନାରେ ଦୁଇଟି ପୃଥକ ପୃଥକ ମାମଲା ରୁଜୁ କରାଯାଇଛି।  ପୁଲିସ ଘଟଣାର ତଦନ୍ତ କରୁଛି। 

Advertisment
Bolangir Odisha Assembly Election 2024 General Election 2024