କୋଣାର୍କ: କୋଣାର୍କ ବାଲୁଖଣ୍ଡ ଅଭୟାରଣ୍ୟ ରାମଚଣ୍ଡୀ ଜଙ୍ଗଲରେ ବନ କର୍ମଚାରୀଙ୍କୁ କାଜୁମଞ୍ଜି ଚୋରମାନେ ଶୁକ୍ରବାର ଆକ୍ରମଣ କରିଥିବା ଅଭିଯୋଗ ହୋଇଛି। ଏଥିରେ ଫରେଷ୍ଟର ଯୋଗେନ୍ଦ୍ର ନାଥ ପାତ୍ର ଓ ୱାଚ୍ମ୍ୟାନ୍ ଭରତ ପ୍ରଧାନ ଗୁରୁତର ଆହତ ହୋଇଛନ୍ତି। ଉଭୟଙ୍କୁ ପୁରୀ ଡାକ୍ତରଖାନାରେ ଭର୍ତ୍ତି କରାଯାଇଛି।
ଦୁର୍ବୃତ୍ତମାନେ କାଜୁମଞ୍ଚି ଚୋରି କରୁଥିବା ଖବର ପାଇ ବନବିଭାଗ କର୍ମଚାରୀ ସେଠାରେ ପହଞ୍ଚିଥିଲେ। ତେବେ ଚୋରମାନେ ସେମାନଙ୍କ ଉପରେ ଆକ୍ରମଣ କରିଥିଲେ। ଘଟଣା ପରେ ଅଭିଯୁକ୍ତମାନେ ଫେରାର ହୋଇଯାଇଛନ୍ତି। ଏନେଇ କୋଣାର୍କ ଥାନାରେ ଲିଖିତ ଅଭିଯୋଗ ହୋଇଛି।
ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।
Related Stories
Crime
ନାବାଳିକାକୁ ଗଣଦୁଷ୍କର୍ମ ମାମଲାରେ ଦୁଇ ଜଣଙ୍କୁ ଆଜୀବନ କାରାଦଣ୍ଡ
ପରିବାର ଲୋକେ ଖବର ପାଇ ଝିଅକୁ ରାସ୍ତାକଡ଼ରୁ ଉଦ୍ଧାର କରିଥିଲେ।
Crime
୫ ବର୍ଷର ଶିଶୁକନ୍ୟାକୁ ଦୁଷ୍କର୍ମ ଅଭିଯୋଗରେ ୫୫ ବର୍ଷୀୟ ବ୍ୟକ୍ତି ଗିରଫ
ଅଭିଯୋଗ ପାଇବା ପରେ ପୁଲିସ ଅଭିଯୁକ୍ତଙ୍କୁ ଥାନାକୁ ଆଣି ପଚରାଉଚରା କରିଥିଲା। ତା’ପରେ ତାଙ୍କୁ ଗିରଫ କରି କୋର୍ଟ ଚାଲାଣ କରିଥିଲା।
Crime
ଶିଶୁ ବିକ୍ରି ଘଟଣା: ନିଲମ୍ବିତ ଏଏନ୍ଏମ୍ ଗିରଫ, ଆଉ ୨ ଜଣଙ୍କୁ ବି ବାନ୍ଧିଲା ପୁଲିସ
ଏହି ଘଟଣାରେ ନିଜେ ଉପ-ମୁଖ୍ୟମନ୍ତ୍ରୀ କନକ ବର୍ଦ୍ଧନ ସିଂହଦେଓ ଗ୍ରାଉଣ୍ଡଜିରୋକୁ ଯାଇ ଘଟଣାର ତନାଘନା କରିଥିଲେ।
Crime
ବବିଙ୍କ ଭାଇ ଭବଙ୍କ ନାଁରେ ମାମଲା ରୁଜୁ
ଦୁଇ ଦିନ ତଳେ ଧର୍ମଶାଳା ବିଧାୟକଙ୍କୁ ଆକ୍ରମଣ ଘଟଣାରେ ବିବାଦୀୟ ହୋଇପଡ଼ିଥିବା ବବିଙ୍କ ଭାଇଙ୍କ ବିରୋଧରେ ଜଣେ ପରିବା ବ୍ୟବସାୟୀ ଦେଇଥିଲେ ଏତଲା।