୨ ଟଙ୍କା ଦେଇ ନାବାଳିକାଙ୍କୁ ଦୁଷ୍କର୍ମ ଅଭିଯୋଗ

ଭୁବନେଶ୍ୱର: ଭରତପୁର ବସ୍ତିରେ ମାତ୍ର ଦୁଇ ଟଙ୍କା ଦେଇ ଜଣେ ନାବାଳିକାଙ୍କୁ ଦୁଷ୍କର୍ମ କରାଯାଇଥିବା ଅଭିଯୋଗ ହୋଇଛି। ଦିନ ମଜୁରିଆ ବାପାମାଆ କାମକୁ ଯାଇଥିବା ବେଳେ ଏହି ଅଭାବନୀୟ ଘଟଣା ଘଟିଛି। ଅଭିଯୁକ୍ତ ସୂର୍ଯ୍ୟ ଦାସଙ୍କୁ ମହିଳା ଥାନା ପୋଲିସ ଗିରଫ କରିଛି। ଏ ନେଇ ଥାନାରେ ଏକ ମାମଲା ରୁଜୁ କରାଯିବା ସହ ଉଭୟ ପୀଡିତା ଓ ଅଭିଯୁକ୍ତଙ୍କ ଡାକ୍ତରୀମାଇନା କରାଯାଇଛି।