Court
ନାବାଳିକା ଦୁଷ୍କର୍ମ ମାମଲାରେ ଅଭିଯୁକ୍ତକୁ ୨୦ବର୍ଷ ସଶ୍ରମ କାରାଦେଣ୍ଡରେ ଦଣ୍ଡିତ କରିଛନ୍ତି ଫୁଲବାଣୀର ପୋସ୍କୋ କୋର୍ଟ। ୨୦୨୧ ମସିହା ଫିରିଙ୍ଗିଆ ଥାନା ଅଞ୍ଚଳରେ ଏହି ଦୁଷ୍କର୍ମ ମାମଲା ହୋଇଥିଲା। ଯେଉଁଥିରେ ଅଭିଯୁକ୍ତ ବବୁଲୁ ନାୟକକୁ ୨୦ବର୍ଷ ସଶ୍ରମ କାରାଦଣ୍ଡ ସହିତ ୨୩ ହଜାର ଟଙ୍କା ଜରିମାନାରେ ଦଣ୍ଡିତ କରିଛନ୍ତି କୋର୍ଟ। ଜରିମାନା ଅନାଦେୟ ହେଲେ ଅଧିକ ୨ ବର୍ଷ ୩ ମାସ ଜେଲଦଣ୍ଡ ଭୋଗିବାକୁ ପଡ଼ିବ ବୋଲି କୋର୍ଟ ରାୟରେ ଶୁଣାଇଛନ୍ତି।
୨୦୨୧ ମସିହା ଫେବୃଆରୀ ମାସରେ ଅଭିଯୁକ୍ତ ଜଣକ ନାବାଳିକାକୁ ବିବାହର ପ୍ରଲୋଭନ ଦେଖାଇ ଶାରୀରିକ ସମ୍ପର୍କ ସ୍ଥାପନ କରିଥିଲା। ଜୁନ ମାସରେ ଅପହରଣ କରି ନେଇ ଲାଇନପଡ଼ା ଅଞ୍ଚଳରେ ରଖି ଦୁଷ୍କର୍ମ କରିଥିଲା। ଏ ସଂକ୍ରାନ୍ତରେ ପୀଡ଼ିତାଙ୍କ ପରିବାର ଲୋକ ଫିରିଙ୍ଗିଆ ଥାନାରେ ଏତଲା ଦେଇଥିଲେ।
ଫିରିଙ୍ଗିଆ ଥାନା ପୁଲିସ ଏକ ମାମଲା ରୁଜୁ କରି ଅଭିଯୁକ୍ତଙ୍କ କବଳରୁ ନାବାଳିକାଙ୍କୁ ଉଦ୍ଧାର କରିଥିଲା। ଏଥିସହ ଅଭିଯୁକ୍ତକୁ ଗିରଫ କରିଥିଲେ। ମାମଲାରେ ସମସ୍ତ ସାକ୍ଷ ପ୍ରମାଣ ଓ ଡାକ୍ତରୀ ରିପୋର୍ଟ ଆଧାରରେ ମାନ୍ୟବର ପୋକ୍ସୋ କୋର୍ଟ ଏହି ଦଣ୍ଡାଦେଶ ଶୁଣାଇଛନ୍ତି। ଏଥସହ ପୀଡ଼ିତାଙ୍କୁ ୬ ଲକ୍ଷ ଟଙ୍କା କ୍ଷତିପୂରଣ ଦେବାକୁ ଜିଲ୍ଲା ଆଇନସେବା ପ୍ରାଧିକରଣଙ୍କୁ କୋର୍ଟ ନିର୍ଦ୍ଦେଶ ଦେଇଛନ୍ତି।
/odisha-reporter/media/agency_attachments/2025/09/10/2025-09-10t082211800z-640x480-or-sukant-rout-2025-09-10-13-52-11.png)
