Advertisment

ବିଦ୍ୟୁତ୍ ଆଘାତରେ ୩ ହାତୀ ମୃତ୍ୟୁ ଘଟଣା; ୩ କ୍ଷେତ୍ର ବନ କର୍ମଚାରୀ ସସପେଣ୍ଡ

ଗତକାଲି ସମ୍ବଲପୁର ନାକଟିଦେଉଳ ରେଂଜ ବୁରମାଲ ଜଙ୍ଗଲରେ ବିଦ୍ୟୁତ ତାର ସଂସ୍ପର୍ଶରେ ଆସି ୩ ଟି ହାତୀଙ୍କ ମୃତ୍ୟୁ ଘଟିଥିଲା।

author-image
Tapaswini Nayak
Elephant Death

Elephant Death

ସମ୍ବଲପୁର ଜିଲ୍ଲା ନାକଟିଦେଉଳ ରେଞ୍ଜ ବୁରମାଲ ଜଙ୍ଗଲରେ ବିଦ୍ୟୁତ୍ ଆଘାତରେ ୩ ହାତୀ ମୃତ୍ୟୁ ଘଟଣାରେ ଦୃଢ଼ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରାଯାଇଛି।  କାର୍ଯ୍ୟରେ ଅବହେଳା ଅଭିଯୋଗରେ ବନ ବିଭାଗ ୩ କ୍ଷେତ୍ର ବନ କର୍ମଚାରୀଙ୍କୁ ନିଲମ୍ବିତ କରିଛି। ଏଥିସହ ଦୁଇ ବରିଷ୍ଠ ବନ ଅଧିକାରୀଙ୍କ ବିରୋଧରେ କାର୍ଯ୍ୟାନୁଷ୍ଠାନ ପାଇଁ ମଧ୍ୟ ସରକାରଙ୍କୁ ସୁପାରିସ କରିଛି।

Advertisment

ଅନ୍ୟପକ୍ଷରେ ବିଦ୍ୟୁତ ତାର ବିଛାଇ ବାରହା ଶିକାର କରିବା ଅଭିଯୋଗରେ ଚିହ୍ନଟ ୪ ଅଭିଯୁକ୍ତଙ୍କ ମଧ୍ୟରୁ ୩ ଜଣଙ୍କୁ ଗିରଫ କରାଯାଇଥିବା ବେଳେ ଅନ୍ୟ ଜଣେ ଫେରାର ରହିଛି। ସଂପୃକ୍ତ ଅଭିଯୁକ୍ତକୁ ଧରିବା ପାଇଁ ପୁଲିସ ସହାୟତାରେ ଖୋଜୁଛି ବନ ବିଭାଗ।

ଗତକାଲି ସମ୍ବଲପୁର ନାକଟିଦେଉଳ ରେଂଜ ବୁରମାଲ ଜଙ୍ଗଲରେ ବିଦ୍ୟୁତ ତାର ସଂସ୍ପର୍ଶରେ ଆସି ୩ ଟି ହାତୀଙ୍କ ମୃତ୍ୟୁ ଘଟିଥିଲା। ବନ ବିଭାଗ କର୍ମଚାରୀଙ୍କ ଅବହେଳା ଯୋଗୁ ଏହି ୩ ହାତୀଙ୍କ ଜୀବନ ଯାଇଥିବାପିସିସିଏଫ୍ ସୁଶାନ୍ତ ନନ୍ଦ କହିଥିଲେ। ଏହି ଘଟଣାକୁ ନେଇ ମୁଖ୍ୟମନ୍ତ୍ରୀ ମୋହନ ମାଝୀ  ମଧ୍ୟ ଉଦବେଗ ପ୍ରକାଶ କରିଥିଲେ।

Advertisment
Sambalpur Elephant Death