ପୁରୀ: ପୁରୀ ଭିଆଇପି ରୋଡ୍ରେ ଏକ ମୋବାଇଲ ଶୋ’ ରୁମ୍ରୁ ପ୍ରାୟ ୩୦ଲକ୍ଷରୁ ଅଧିକ ଟଙ୍କାର ମୋବାଇଲ ଚୋରି ହୋଇଥିବା ଅଭିଯୋଗ ହୋଇଛି। ଦୁର୍ବୃତ୍ତମାନେ କାନ୍ଥ ଭାଙ୍ଗି ଏହି ମୋବାଇଲ ଚୋରି କରିଥିବା ଅଭିଯୋଗ ହୋଇଛି।
ଆଜି ସକାଳେ ଶୋ’ରୁମ୍ ମାଲିକ ଦୋକାନ ଭିତରେ ମୋବାଇଲ ଖୋଳ ଏଣେତେଣେ ପଡ଼ିଥିବା ଦେଖିବାକୁ ମିଳିଥିଲା। ଶୋ’ରୁମରେ ସମସ୍ତ ମୋବାଇଲ ନ ଥିବା ଜଣାପଡ଼ିବା ପରେ ଶୋ’ରୁମ ମାଲିକ ପୋଲିସ୍ରେ ଖବର ଦେଇଥିଲେ। ପୁରୀ କୁମ୍ଭାରପଡ଼ା ଥାନା ଭାରପ୍ରାପ୍ତ ଅଧିକାରୀ ଓ ସାଇଣ୍ଟିଫିକ୍ ଟିମ୍ ଘଟଣାସ୍ଥଳକୁ ଯାଇ ତଦନ୍ତ କରିଛନ୍ତି। ଦୃର୍ବୃତ୍ତମାନଙ୍କ ଫିଙ୍ଗର ପ୍ରିଣ୍ଟ ସଂଗ୍ରହ କରାଯିବା ସହ ସିସିଟିଭିକୁ ଯାଞ୍ଚ କରାଯାଇଛି। ୧୦ଇଞ୍ଚିଆ କାନ୍ଥକୁ ଗୋଟିଏ ଲୋକ ପଶିବା ଭଳି କଣା କରି ଭିତରକୁ ଯାଇ ଦୁର୍ବୃତ୍ତମାନେ ମୋବାଇଲ ଲୁଟି ନେଇଛନ୍ତି।
ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।
Related Stories
Crime
ବାଇକ୍ରେ ଆସିଲେ, ସୁନା ଚେନ୍ ଝାମ୍ପି ନେଲେ
ବାଇକ୍ରେ ଆସିଲେ। ଆଖି ପିଛୁଳାକେ ସ୍ପଷ୍ଟ ଦିବାଲୋକରେ ଥାନା ସମ୍ମୁଖରୁ ମହିଳାଙ୍କ ବେକରୁ ସୁନା ଚେନ୍ ଝାମ୍ପି ନେଲେ ।
Crime
ମଦ୍ୟପ ପୁଅର ନିର୍ଯାତନା ଅତିଷ୍ଠ କଲା, ଛୁରୀ ଭୁଷିଦେଲା ବାପା
ମଦ୍ୟପ ପୁଅର ନିର୍ଯାତନା ଅତିଷ୍ଠ କଲା। ଯେଉଁ ପୁଅ ବାପାର ସାହାରା ପାଲଟିବା କଥା, ସେ ମୁଣ୍ଡ ବିନ୍ଧାର କାରଣ ପାଲଟିଲା। ମଦ ନିଶାରେ ଚୁର ପୁଅର ସବୁବେଳେ କଲବଲ କରିବାରୁ ତାକୁ ରାସ୍ତାରୁ ସଫା କରିଦେଲା ବାପା।
Crime
ସ୍ୱାମୀ ପାଲଟିଗଲା ସଇତାନ, ସ୍ତ୍ରୀର ବେକ କାଟିଦେଲା
ଘରୋଇ କଳହରୁ ଘଟିଲା ବୀଭତ୍ସ ହତ୍ୟାକାଣ୍ଡ। ସ୍ୱାମୀ ପାଲଟିଗଲା ସଇତାନ । ସାତ ଜନ୍ମ ପାଇଁ ଯାହା ହାତ ଧରିଥିଲା ତା’ ବେକ କାଟି ଦେଲା।
Crime
ନିର୍ମାଣାଧୀନ ଘରୁ ବୋମା ଭର୍ତ୍ତି ବ୍ୟାଗ୍ ଜବତ, ଅଭିଯୁକ୍ତ ଚମ୍ପଟ
ପୁଲିସ୍କୁ ଦେଖି କିଛି ଯୁବକ ବ୍ୟାଗ ଛାଡି ଦୌଡ଼ି ପଳାଇଥିବା ବେଳେ ପୁଲିସ୍ ସେମାନଙ୍କ ସନ୍ଧାନ ଆରମ୍ଭ କରିଛି।
Crime
‘ଆଇନ ଛାତ୍ର ରାଗିଂ କରିବା ଅଶୋଭନୀୟ, ଅନାଥାଶ୍ରମରେ ସପ୍ତାହେ ପାଠ ପଢ଼ାଇବେ’
ଆବେଦନର ବିଚାର କରି ଆଇନ ଛାତ୍ରଙ୍କ ବିରୋଧରେ ନିମ୍ନ ଅଦାଲରେ ରୁଜୁ ହୋଇଥିବା ଫୌଜଦାରୀ ମାମଲାକୁ ହାଇକୋର୍ଟ ଖାରଜ କରିଛନ୍ତି। ମାତ୍ର ଆଇନ ଛାତ୍ରଙ୍କ ଏପରି ଆଚରଣରେ କ୍ଷୋଭ ପ୍ରକାଶ କରିଛନ୍ତି ହାଇକୋର୍ଟ।