Vishal Show Room
୧୬ ଟଙ୍କା ପାଇଁ ଦେବାକୁ ପଡ଼ିବ ୩୩ ହଜାର ଟଙ୍କାର ଫାଇନ୍ । ଉପଭୋକ୍ତାଙ୍କୁ ୧୬ ଟଙ୍କାର କ୍ୟାରି ବ୍ୟାଗ୍ ନ ଦେବାରୁ ବଲାଙ୍ଗିର ସହର ଭିତରେ ଥିବା ବିଶାଲ ମେଗା ମାର୍ଟକୁ ବଲାଙ୍ଗିର ଜିଲ୍ଲା ଖାଉଟି ଅଦାଲତ ୩୩ ହଜାର ଟଙ୍କା ଫାଇନ କରିଛନ୍ତି ।
Advertisment
ସୂର୍ଯ୍ୟକାନ୍ତ ବାଗ ନାମକ ଜଣେ ଗ୍ରାହକ ଗତ ସେପ୍ଟେମ୍ବର ମାସରେ ବିଶାଲ ମେଗା ମାର୍ଟକୁ ଡ୍ରେସ କିଣିବାକୁ ଯାଇଥିଲେ। ଡ୍ରେସ କିଣିବା ପରେ କ୍ୟାରି ବ୍ୟାଗ ମାଗଣାରେ ନ ଦେଇ ସେଥିପାଇଁ ଅତିରିକ୍ତ ୧୬ ଟଙ୍କା ନେଇଥିଲା ବିଶାଲ ମେଗା ମାର୍ଟ ।
ଏନେଇ ସୂର୍ଯ୍ୟକାନ୍ତ ବାଗ ଜିଲ୍ଲା ଖାଉଟି ଅଦାଲତର ଦ୍ୱାରସ୍ଥ ହୋଇଥିଲେ । ଅଦାଲତ ବିଶାଲ ମେଗା ମାର୍ଟକୁ ଦୋଷୀ ସାବ୍ୟସ୍ତ କରି ୩୩ ହଜାର ଟଙ୍କା ଫାଇନ ଦେବା ପାଇଁ ନିର୍ଦ୍ଦେଶ ଦେଇଛନ୍ତି । ତେବେ ଏନେଇ ବିଶାଲ ମେଗା ମାର୍ଟ କର୍ତ୍ତୃପକ୍ଷଙ୍କ ପ୍ରତିକ୍ରିୟା ମିଳି ପାରିନି।
Advertisment
/odisha-reporter/media/agency_attachments/2025/09/10/2025-09-10t082211800z-640x480-or-sukant-rout-2025-09-10-13-52-11.png)
