ବେଆଇନ ବ୍ରାଉନ ସୁଗାର କାରବାର ଅଭିଯୋଗରେ ୨ ଜଣଙ୍କୁ ଗିରଫ କଲା ପୁରୀ ପୁଲିସ। ସେମାନଙ୍କ ଠାରୁ ୫୨୨ ଗ୍ରାମର ବ୍ରାଉନସୁଗର ଜବତ କରାଯାଇଛି। ଗିରଫ ବ୍ୟକ୍ତି ମାନେ ହେଲେ ଶଦେବାଶିଷ ଦାସ, ଶୁଭମ ପଟ୍ଟନାୟକ ଉଭୟ ଖୋଦ୍ଧାର।
ତାଳବଣିଆ ହେଲିପ୍ୟାଡ୍ ନିକଟରେ ବ୍ରାଉନ ସୁଗାର କାରବାର ଚାଲୁଥିବାର କୌଣସି ସୁତ୍ରରୁ ଖବର ପାଇ ସମୁଦ୍ରକୂଳ ଥାନା ପୁଲିସ ସେଠାରେ ପହଞ୍ଚି ଚଢ଼ାଉ କରିଥିଲା। ସେଠାରୁ ଦୁଇ ବେପାରୀଙ୍କୁ ଗିରଫ କରିବା ସହ ସେମାନଙ୍କ ଠାରୁ ଦୁଇଟି ବାଇକ୍ ଓ ଦୁଇଟି ମୋବାଇଲ ଫୋନ ଜବତ କରିଛି। ଜବତ ବ୍ରାଉନସୁଗାରର ବଜାର ମୂଲ୍ୟ ୫୦ ଲକ୍ଷ ଟଙ୍କା ହେବ ବୋଲି କୁହାଯାଇଛି। ଆଜି ପୁରୀ ଏସପି ପିନାକ ମିଶ୍ର ଏକ ସାମ୍ବାଦିକ ସମ୍ମିଳନୀରେ ଏ ସମ୍ପର୍କରେ ସୂଚନା ଦେଇଛନ୍ତି।
Also Read
ତେବେ ଘଟଣାସ୍ଥଳରୁ ଗ୍ରାହାକ ଫେରାର ହୋଇଯାଇଛି। ତାକୁ ଗିରଫ କରିବା ପାଇଁ ପୁଲିସ ଚଢ଼ାଉ ଜାରୀ ରଖିଛି। ପୁରୀ ସହରରେ ନିଶା ବେପାରୀଙ୍କ ଉପରେ ଦୃଢ଼ କାର୍ଯ୍ୟାନୁଷ୍ଠାନ ଜାରୀ ରହିବ ବୋଲି ଏସପି କହିଛନ୍ତି।
TAGS
ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।
Related Stories
Crime
ଅଙ୍ଗାରଖ ଗାଁରେ ସଶସ୍ତ୍ର ଡକାୟତି ଘଟଣାରେ ୭ ଗିରଫ
ଗୋଟିଏ ଦେଶୀ ବନ୍ଧୁକ ଓ ନଗଦ ୪୬ ହଜାର ଟଙ୍କା ସହିତ ସେମାନଙ୍କଠାରୁ ଅନ୍ୟାନ୍ୟ ଜିନିଷ ଜବତ କରାଯାଇଛି।
Crime
ମାରାଥନ୍ କାର୍ଯ୍ୟକ୍ରମ ବେଳେ ଫୁଟିଲା ଗୁଳି; ଯୁବକ ଗୁରୁତର
ତେବେ କିଏ ଓ କାହିଁକି ଯୁବକଙ୍କୁ ଗୁଳିମାଡ଼ କଲା ତାର କାରଣ ଅସ୍ପଷ୍ଟ ରହିଛି।
Crime
ହାଇକୋର୍ଟଙ୍କ ନିର୍ଦ୍ଦେଶ ନମାନି ହରଡ଼ଘଣାରେ ଜିଲ୍ଲା ଶିକ୍ଷା ଅଧିକାରୀ
ବାରିପଦା ଟାଉନ ଥାନା ପୁଲିସ ମଧ୍ୟ କହିଛି ଯେ ଜିଲ୍ଲା ଶିକ୍ଷା ଅଧିକାରୀଙ୍କୁ ଠିକ୍ ସମୟରେ ନେଇ ହାଇକୋର୍ଟରେ ହାଜର କରାଯିବ।
Accident
ବାଇକ ଚାଳକଙ୍କୁ ଧକ୍କା ଦେଇ ୩୦କିମି ଯାଏଁ ଘୋଷାଡ଼ି ନେଲା ତହସିଲଦାରଙ୍କ ଗାଡ଼ି
ଉତ୍ତରପ୍ରଦେଶର ବହରାଇଚରେ ଏଭଳି ଏକ ଭୟଙ୍କର ସଡ଼କ ଦୁର୍ଘଟଣାରେ ଜଣେ ୩୫ ବର୍ଷୀୟ ବ୍ୟକ୍ତିଙ୍କର ମୃତ୍ୟୁ ଘଟିଛି। ଗାଡ଼ି ଭିତରେ ଥିବା ତହସିଲଦାର ନିଲମ୍ବିତ, ଡ୍ରାଇଭର ଗିରଫ।