Advertisment

ନବୀନ ନିବାସ ସମ୍ମୁଖରେ ହାଇଡ୍ରାମା; ଆତ୍ମାହୁତି ଉଦ୍ୟମ କଲେ ପରିବାରର ୬ ସଦସ୍ୟ

ପୁଅର ହତ୍ୟାକାରୀଙ୍କୁ ପୁଲିସ ଗିରଫ କରୁନଥିବାରୁ ନ୍ୟାୟ ପାଇବା ପାଇଁ ନବୀନ ନିବାସ ଆଗରେ ପରିବାରର ୬ ସଦସ୍ୟ ଆତ୍ମାହୁତି ଉଦ୍ୟମ କରିଛନ୍ତି ।

author-image
Niharika Rout
ଅଦ୍ୟତନ ହୋଇଛି
Suicide Attempt

Suicide Attempt

ନ୍ୟାୟ ପାଇବା ପାଇଁ ନବୀନ ନିବାସ ଆଗରେ ଆତ୍ମାହୁତି ଉଦ୍ୟମ । ପୁଅର ହତ୍ୟାକାରୀଙ୍କୁ ପୁଲିସ ଗିରଫ କରୁନଥିବାରୁ ନ୍ୟାୟ ପାଇବା ପାଇଁ ନବୀନ ନିବାସ ଆଗରେ ପରିବାରର ୬ ସଦସ୍ୟ ଆତ୍ମାହୁତି ଉଦ୍ୟମ କରିଛନ୍ତି ।

Advertisment

୨୦୨୨ ଚନ୍ଦ୍ରଶେଖରପୁର ଥାନା ଅଞ୍ଚଳରେ ଦୈତ୍ୟରାଜ୍ ନାୟକ ନାମକ ଯୁବକ ହତ୍ୟାର ଶିକାର ହୋଇଥିଲେ। ଏହି ହତ୍ୟାକାଣ୍ଡରେ ପୁଲିସ ଗତ ୧୫ ତାରିଖରେ ଅଶୋକ ଜେନା ନାମକ ବ୍ୟକ୍ତିଙ୍କୁ ଗିରଫ କରିଛି । ପୂର୍ବରୁ ମାମଲାରେ କାହାରିକୁ ଗିରଫ କରୁ ନ ଥିଲା ପୁଲିସ । ତେବେ ବାରମ୍ବାର ପରିବାର ଲୋକଙ୍କ ଧାରଣା ପରେ ଅଭିଯୁକ୍ତ ଅଶୋକ ଜେନାଙ୍କୁ ଗିରଫ କରି କୋର୍ଟଚାଲାଣ କରିଛି।

ମାତ୍ର ଅନ୍ୟ ଅଭିଯୁକ୍ତଙ୍କୁ ପୁଲିସ୍‌ ଏବେ ବି ଗିରଫ କରୁ ନ ଥିବା ବେଳେ ସେମାନେ ଏବେବି ବାହାରେ ବୁଲୁଥିବା ଅଭିଯୋଗ କରିଛନ୍ତି ପରିବାର ସଦସ୍ୟ । ତେଣୁ ତୁରନ୍ତ ସେମାନଙ୍କ ଗିରଫଦାରୀ ନିମନ୍ତେ ଦାବି କରି ପରିବାର ସଦସ୍ୟ ଆଜି ନବୀନ ନିବାସ ସମ୍ମୁଖରେ ଆତ୍ମହତ୍ୟା ଉଦ୍ୟମ କରିଛନ୍ତି। ପୁଲିସ୍‌ ସମସ୍ତଙ୍କୁ ଉଠାଇ ଥାନାକୁ ନେଇଥିବା ଜଣାଯାଇଛି।

Advertisment
Odisha Police Suicide Threat