Advertisment

ନବୀନ ନିବାସ ସମ୍ମୁଖରେ ହାଇଡ୍ରାମା; ଆତ୍ମାହୁତି ଉଦ୍ୟମ କଲେ ପରିବାରର ୬ ସଦସ୍ୟ

ପୁଅର ହତ୍ୟାକାରୀଙ୍କୁ ପୁଲିସ ଗିରଫ କରୁନଥିବାରୁ ନ୍ୟାୟ ପାଇବା ପାଇଁ ନବୀନ ନିବାସ ଆଗରେ ପରିବାରର ୬ ସଦସ୍ୟ ଆତ୍ମାହୁତି ଉଦ୍ୟମ କରିଛନ୍ତି ।

ଅଦ୍ୟତନ ହୋଇଛି
Suicide Attempt

Suicide Attempt

Advertisment

ନ୍ୟାୟ ପାଇବା ପାଇଁ ନବୀନ ନିବାସ ଆଗରେ ଆତ୍ମାହୁତି ଉଦ୍ୟମ । ପୁଅର ହତ୍ୟାକାରୀଙ୍କୁ ପୁଲିସ ଗିରଫ କରୁନଥିବାରୁ ନ୍ୟାୟ ପାଇବା ପାଇଁ ନବୀନ ନିବାସ ଆଗରେ ପରିବାରର ୬ ସଦସ୍ୟ ଆତ୍ମାହୁତି ଉଦ୍ୟମ କରିଛନ୍ତି ।

Advertisment

୨୦୨୨ ଚନ୍ଦ୍ରଶେଖରପୁର ଥାନା ଅଞ୍ଚଳରେ ଦୈତ୍ୟରାଜ୍ ନାୟକ ନାମକ ଯୁବକ ହତ୍ୟାର ଶିକାର ହୋଇଥିଲେ। ଏହି ହତ୍ୟାକାଣ୍ଡରେ ପୁଲିସ ଗତ ୧୫ ତାରିଖରେ ଅଶୋକ ଜେନା ନାମକ ବ୍ୟକ୍ତିଙ୍କୁ ଗିରଫ କରିଛି । ପୂର୍ବରୁ ମାମଲାରେ କାହାରିକୁ ଗିରଫ କରୁ ନ ଥିଲା ପୁଲିସ । ତେବେ ବାରମ୍ବାର ପରିବାର ଲୋକଙ୍କ ଧାରଣା ପରେ ଅଭିଯୁକ୍ତ ଅଶୋକ ଜେନାଙ୍କୁ ଗିରଫ କରି କୋର୍ଟଚାଲାଣ କରିଛି।

ମାତ୍ର ଅନ୍ୟ ଅଭିଯୁକ୍ତଙ୍କୁ ପୁଲିସ୍‌ ଏବେ ବି ଗିରଫ କରୁ ନ ଥିବା ବେଳେ ସେମାନେ ଏବେବି ବାହାରେ ବୁଲୁଥିବା ଅଭିଯୋଗ କରିଛନ୍ତି ପରିବାର ସଦସ୍ୟ । ତେଣୁ ତୁରନ୍ତ ସେମାନଙ୍କ ଗିରଫଦାରୀ ନିମନ୍ତେ ଦାବି କରି ପରିବାର ସଦସ୍ୟ ଆଜି ନବୀନ ନିବାସ ସମ୍ମୁଖରେ ଆତ୍ମହତ୍ୟା ଉଦ୍ୟମ କରିଛନ୍ତି। ପୁଲିସ୍‌ ସମସ୍ତଙ୍କୁ ଉଠାଇ ଥାନାକୁ ନେଇଥିବା ଜଣାଯାଇଛି।

Advertisment
Suicide Threat Odisha Police
Advertisment
ସମ୍ବନ୍ଧୀୟ ପ୍ରବନ୍ଧଗୁଡ଼ିକ
Here are a few more articles:
ପରବର୍ତ୍ତୀ ପ୍ରବନ୍ଧ ପ Read ଼ନ୍ତୁ
Subscribe