କାଳୀ ମେଢ଼ ଭଷାଣି ବେଳେ ଦୁଇ ଗୋଷ୍ଠୀ ମଧ୍ୟରେ ଗଣ୍ଡଗୋଳ ଘଟି ଉଭୟ ପକ୍ଷର ୬ ଜଣ ଆହତ ହୋଇଛନ୍ତି। କଟକର ଚାନ୍ଦିନୀଚୌକ ରୟାଲ ଗାର୍ଡେନ ନିକଟରେ ଏହି ସଂଘଷ ହୋଇଛି। ଆହତ ୬ ଜଣଙ୍କୁ କଟକ ସିଟି ହସ୍ପିଟାଲରେ ଭର୍ତ୍ତି କରାଯାଇଛି।
ପୁଲିସର ସୂଚନା ଅନୁଯାୟୀ, ମହମ୍ମଦିୟା ବଜାର ଅଞ୍ଚଳର କିଛି ଯୁବକ କାଳୀ ମେଢ଼ ବିସର୍ଜନ କରି ଫେରୁଥିବା ସମୟରେ ଚାନ୍ଦିନୀଚୌକ ହସିନାବାଗ ଅଞ୍ଚଳର କିଛି ଯୁବକଙ୍କ ସହ କୌଣସି କଥାକୁ ନେଇ ବଚସା ହୋଇଥିଲା। ଏହି ବଚସା ଉଗ୍ରରୂପ ନେଇଥିଲା। ଏପରେ ଉଭୟ ପକ୍ଷଙ୍କ ମଧ୍ୟରେ ଢେଲାପଥର ମାଡ଼ ସହ କାଚ ବୋତଲ ଫିଙ୍ଗା ଫିଙ୍ଗି ହୋଇଥିଲା।
Also Read
ଗଣ୍ଡଗୋଳକାରୀ ମାନେ ଗୋଟିଏ ଦୋକାନ ଭାଙ୍ଗିବା ସହ ୩ଟି ବାଇକ ମଧ୍ୟ ଭାଙ୍ଗି ଦେଇଥିବା ଅଭିଯୋଗ ହୋଇଛି। ଲାଲବାଗ ଥାନା ପୁଲିସ ପହଞ୍ଚିବା ପରେ ଉତ୍ତେଜନା ଥମିଥିଲା। ତେବେ ଗଣ୍ଡଗୋଳର ପ୍ରକୃତ କାରଣ ଜଣାପଡ଼ି ନ ଥିବାବେଳେ ଲାଲବାଗ ଥାନା ପୁଲିସ ଅଭିଯୁକ୍ତ ମାନଙ୍କୁ ଧରିବା ପାଇଁ ଛାନବିନ ଆରମ୍ଭ କରିଛି।
ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।
Related Stories
Crime
ମାରାଥନ୍ କାର୍ଯ୍ୟକ୍ରମ ବେଳେ ଫୁଟିଲା ଗୁଳି; ଯୁବକ ଗୁରୁତର
ତେବେ କିଏ ଓ କାହିଁକି ଯୁବକଙ୍କୁ ଗୁଳିମାଡ଼ କଲା ତାର କାରଣ ଅସ୍ପଷ୍ଟ ରହିଛି।
Crime
ହାଇକୋର୍ଟଙ୍କ ନିର୍ଦ୍ଦେଶ ନମାନି ହରଡ଼ଘଣାରେ ଜିଲ୍ଲା ଶିକ୍ଷା ଅଧିକାରୀ
ବାରିପଦା ଟାଉନ ଥାନା ପୁଲିସ ମଧ୍ୟ କହିଛି ଯେ ଜିଲ୍ଲା ଶିକ୍ଷା ଅଧିକାରୀଙ୍କୁ ଠିକ୍ ସମୟରେ ନେଇ ହାଇକୋର୍ଟରେ ହାଜର କରାଯିବ।
Accident
ବାଇକ ଚାଳକଙ୍କୁ ଧକ୍କା ଦେଇ ୩୦କିମି ଯାଏଁ ଘୋଷାଡ଼ି ନେଲା ତହସିଲଦାରଙ୍କ ଗାଡ଼ି
ଉତ୍ତରପ୍ରଦେଶର ବହରାଇଚରେ ଏଭଳି ଏକ ଭୟଙ୍କର ସଡ଼କ ଦୁର୍ଘଟଣାରେ ଜଣେ ୩୫ ବର୍ଷୀୟ ବ୍ୟକ୍ତିଙ୍କର ମୃତ୍ୟୁ ଘଟିଛି। ଗାଡ଼ି ଭିତରେ ଥିବା ତହସିଲଦାର ନିଲମ୍ବିତ, ଡ୍ରାଇଭର ଗିରଫ।
Crime
ଲୋନ୍ ମଞ୍ଜୁର କରିବାକୁ ଲାଞ୍ଚ ନେଇ ଧରାପଡ଼ିଲେ ଜିଲ୍ଲା ଶିଳ୍ପ କେନ୍ଦ୍ରର ଜେନେରାଲ ମ୍ୟାନେଜର
ଲାଞ୍ଚ ନେଇ ଧରାପଡ଼ିବା ପରେ ଶ୍ରୀ ଦେହୁରୀଙ୍କ ତିନିଟି ଠିକଣାରେ ଭିଜିଲାନ୍ସ ପକ୍ଷରୁ ଚଢ଼ାଉ କରାଯାଇଥିଲା।