କଟକ: ବିଭିନ୍ନ ଲୁଟ୍ ଓ ଡକାୟତି ଘଟଣାରେ ସାତ ଜଣଙ୍କୁ ଗିରଫ କରିଛି କମିଶନରେଟ୍ ପୋଲିସ। ସେମାନଙ୍କ ମଧ୍ୟରୁ ଦୁଇ ଜଣ ଚୌଦ୍ୱାର ଅଞ୍ଚଳର ଚୋରି ଘଟଣାର ଲୁଟେରା। ଏହି ଦୁଇ ଜଣ ଲୁଟେରାଙ୍କ ଠାରୁ ୧୧ ରାଉଣ୍ଡ ଅଫୁଟା ଗୁଳି ସହିତ ଦୁଇଟି ପିସ୍ତଲ ଓ ଗୋଟିଏ ମଟର ସାଇକେଲ କମିଶନ ପୋଲିସ ଜବତ କରିଛି। ଏହି ଦୁଇ ଜଣ ଅଭିଯୁକ୍ତ କଟକର ବୋଲି ଜଣାପଡିଛି। ସେହିପରି ଗତ ମେ ୩୧ତାରିଖରେ ଚୌଦ୍ୱାର ଅଞ୍ଚଳର ଡକାୟତି ଘଟଣାରେ ପାଞ୍ଚ ଜଣଙ୍କୁ ପୋଲିସ ଗିରଫ କରିଥିବା ବେଳେ ଦୁଇ ଜଣ ଫେରାର ହୋଇଯାଇଥିଲେ। ଏହି ଡକାୟତି ଗ୍ୟାଙ୍ଗ ବିଭିନ୍ନ ଅଞ୍ଚଳରୁ ସୁନା ଗହଣା ଗାଡି ଡକାୟତି କରିଥା’ନ୍ତି। ସେମାନଙ୍କ ଠାରୁ ସୁନା ନଗଦ ଟଙ୍କା ଲାପଟପ୍, ଟିଭି, ମାରୁତି କାର ସମେତ ୯ଟି ମୋବାଇଲ ଜବତ ହୋଇଥିବା ସୂଚନା ଦେଇଛନ୍ତି ପୋଲିସ କମିଶନର ଆରପି ଶର୍ମା।
ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।
Related Stories
Crime
ନାବାଳିକାକୁ ଗଣଦୁଷ୍କର୍ମ ମାମଲାରେ ଦୁଇ ଜଣଙ୍କୁ ଆଜୀବନ କାରାଦଣ୍ଡ
ପରିବାର ଲୋକେ ଖବର ପାଇ ଝିଅକୁ ରାସ୍ତାକଡ଼ରୁ ଉଦ୍ଧାର କରିଥିଲେ।
Crime
୫ ବର୍ଷର ଶିଶୁକନ୍ୟାକୁ ଦୁଷ୍କର୍ମ ଅଭିଯୋଗରେ ୫୫ ବର୍ଷୀୟ ବ୍ୟକ୍ତି ଗିରଫ
ଅଭିଯୋଗ ପାଇବା ପରେ ପୁଲିସ ଅଭିଯୁକ୍ତଙ୍କୁ ଥାନାକୁ ଆଣି ପଚରାଉଚରା କରିଥିଲା। ତା’ପରେ ତାଙ୍କୁ ଗିରଫ କରି କୋର୍ଟ ଚାଲାଣ କରିଥିଲା।
Crime
ଶିଶୁ ବିକ୍ରି ଘଟଣା: ନିଲମ୍ବିତ ଏଏନ୍ଏମ୍ ଗିରଫ, ଆଉ ୨ ଜଣଙ୍କୁ ବି ବାନ୍ଧିଲା ପୁଲିସ
ଏହି ଘଟଣାରେ ନିଜେ ଉପ-ମୁଖ୍ୟମନ୍ତ୍ରୀ କନକ ବର୍ଦ୍ଧନ ସିଂହଦେଓ ଗ୍ରାଉଣ୍ଡଜିରୋକୁ ଯାଇ ଘଟଣାର ତନାଘନା କରିଥିଲେ।
Crime
ବବିଙ୍କ ଭାଇ ଭବଙ୍କ ନାଁରେ ମାମଲା ରୁଜୁ
ଦୁଇ ଦିନ ତଳେ ଧର୍ମଶାଳା ବିଧାୟକଙ୍କୁ ଆକ୍ରମଣ ଘଟଣାରେ ବିବାଦୀୟ ହୋଇପଡ଼ିଥିବା ବବିଙ୍କ ଭାଇଙ୍କ ବିରୋଧରେ ଜଣେ ପରିବା ବ୍ୟବସାୟୀ ଦେଇଥିଲେ ଏତଲା।
Crime
ଉଗ୍ର ରୂପ ନେଲା ମନୋଜ ମିଶ୍ର-ବବି ଇସଲାମ କଳି; ଡିସିପି ଅଫିସ ଆଗରେ ହାଇଡ୍ରାମା
ଆଜି ଭୁବନେଶ୍ୱର ଡିସିପି ଅଫିସ ସମ୍ମୁଖରେ ପ୍ରଥମେ କଥା କଟାକଟି ଓ ପରେ ହାତାହାତି ଯାଏ କଥା ଗଲା। ପରେ ଡିସିପିଙ୍କ ଉପସ୍ଥିତିରେ ଏହି ଘଟଣାର ଆପୋଷ ସମାଧାନ ହୋଇଥିବା ଜଣାଯାଇଛି।