/odisha-reporter/media/post_attachments/uploadimage/library/16_9/16_9_0/Bike_1699771006.jpg)
Bike
ନୟାଗଡ଼ ଜିଲ୍ଲା ଖଣ୍ଡପଡ଼ା ଥାନା କୁମ୍ଭାରପଡ଼ା ଗାଁରେ ରାଜନୀତିକ ଶତ୍ରୁତାକୁ କେନ୍ଦ୍ର କରି ଗତକାଲି ରାତିରେ ରକ୍ତାକ୍ତ ସଂଘର୍ଷ ଘଟିଛି। ଗୋଟିଏ ଗୋଷ୍ଠୀର ବୋମା ମାଡ଼ରେ ୧୦ ଜଣ ଗୁରୁତର ଆହତ ହୋଇଥିବା ପୁଲିସ ସୂଚନା ଦେଇଛି।
Advertisment
୧୦ ଆହତଙ୍କ ମଧ୍ୟରୁ ୮ ଜଣ ଗଣିଆ ଗୋଷ୍ଠୀ ସ୍ୱାସ୍ଥ୍ୟ କେନ୍ଦ୍ରରେ ଚିକିତ୍ସିତ ହେଉଥିବା ବେଳେ ଅନ୍ୟ ୨ ଜଣଙ୍କୁ ଭୁବନେଶ୍ୱର କ୍ୟାପିଟାଲ ହସ୍ପିଟାଲକୁ ସ୍ଥାନାନ୍ତର କରାଯାଇଛି।
ଏହି ଘଟଣାକୁ ନେଇ ଗାଁରେ ଉତ୍ତେଜନା ଲାଗି ରହିଥିବା ବେଳେ କୌଣସି ପ୍ରକାର ଅପ୍ରୀତିକର ଘଟଣାକୁ ଏଡ଼ାଇବା ପାଇଁ ସେଠାରେ ପୁଲିସ୍ ଫୋର୍ସକୁ ମୁତୟନ କରାଯାଇଛି। ୪ ଜଣଙ୍କୁ ଅଟକ ରଖାଯାଇଛି। ଖଣ୍ଡପଡ଼ା ପୁଲିସ ଘଟଣାର ତଦନ୍ତ କରୁଛି।
Advertisment
/odisha-reporter/media/agency_attachments/2025/09/10/2025-09-10t082211800z-640x480-or-sukant-rout-2025-09-10-13-52-11.png)
