Advertisment

ପୂର୍ବ ଶତ୍ରୁତାର ଭୟଙ୍କର ରୂପ; ଯୁବକଙ୍କୁ ଗୋଡ଼ାଇ ଗୋଡ଼ାଇ ହାଣିଲେ

ରଞ୍ଜନଙ୍କ ନାଁରେ ପୂର୍ବରୁ ବିଭିନ୍ନ ଥାନାରେ ୧୦ରୁ ଅଧିକ ମାମଲା ରହିଛି।

author-image
Tapaswini Nayak
ଅଦ୍ୟତନ ହୋଇଛି
Death person

Death person

ପୂର୍ବ ଶତ୍ରୁତା ନେଲା ଉଗ୍ର ରୂପ। ଯୁବକଙ୍କୁ ଗୋଡ଼ାଇ ଗୋଡ଼ାଇ ଧାରୁଆ ଅସ୍ତ୍ରରେ ହାଣି ହତ୍ୟା କଲେ ଦୁର୍ବୃତ୍ତ। ଏପରି ଘଟଣା ଘଟିଛି କେନ୍ଦ୍ରାପଡ଼ା ଜିଲ୍ଲା ରାଜନଗର ଥାନା ଅନ୍ତର୍ଗତ କୁରୁଣ୍ଟି ଗାଁରେ। ମୃତକ ଯୁବକ ହେଲେ କୁରୁଣ୍ଟି ଗାଁର ମୁନା ଓରଫ୍ ରଞ୍ଜନ ପରିଡ଼ା

Advertisment

ଗତକାଲି ରାତିରେ ମୁନାଙ୍କୁ କିଛି ଦୁର୍ବୃତ୍ତ ଏକ ଧାରୁଆ ଅସ୍ତ୍ରରେ ଗୋଡ଼ଇ ଗୋଡ଼ାଇ ହାଣି ସଂଘବଦ୍ଧ ଭାବେ ହତ୍ୟା କରିଥିବା ଅଭିଯୋଗ ହୋଇଛି। ପୂର୍ବ ଶତ୍ରୁତାକୁ କେନ୍ଦ୍ର କରିଏହି ହତ୍ୟାକାଣ୍ଡ ଘଟିଥିବା ସନ୍ଦେହ କରାଯାଉଛି।

ରଞ୍ଜନଙ୍କ ନାଁରେ ବିଭିନ୍ନ ଥାନାରେ ୧୦ରୁ ଅଧିକ ମାମଲା ରହିଛି। ତେବେ କେଉଁ କାରଣ ପାଇଁ ଦୁର୍ବୃତ୍ତମାନେ ମୁନାଙ୍କ ହତ୍ୟା କଲେ ତାର କାରଣ ଜଣାପଡ଼ି ନାହିଁ। ପୁଲିସ ମୃତଦେହ ଉଦ୍ଧାର କରି ବ୍ୟବଚ୍ଛେଦ ପାଇଁ ପଠାଇଛି ଓ ଘଟଣାର ତଦନ୍ତ କରୁଛି।

Advertisment
Murder Kendrapada