କଟକ ଜିଲ୍ଲା ବାଙ୍କୀ ଥାନା ଡମପଡ଼ା ମହାବିଦ୍ୟାଳୟ ପଛ ପଟୁ ମିଳିଛି ମଣିଷ ଖପୁରୀ ଓ କଙ୍କାଳ। ସେହି ସ୍ଥାନରୁ ଏକ ଭ୍ୟାନିଟି ବ୍ୟାଗ୍ ମିଳିଛି। ବ୍ୟାଗ୍ ପାଖରେ ଏକ ପରିଚୟ ପତ୍ର ମଧ୍ୟ ମିଳିଛି। ସେଥିରେ ଝୁନା ଜେନା ଲେଖାଯାଇଛି। ତାଙ୍କ ଘର ଡମପଡ଼ାରେ।
ଝୁନା ଜେନା ଭାରତ ମସଲା କମ୍ପାନୀରେ ଚାକିରି କରୁଥିଲେ। ୨୦୨୨ ମସିହା ଡିସେମ୍ବର ୧ ତାରିଖ ଦିନ ସେ ଡମପଡ଼ା ସ୍ଥିତ ତାଙ୍କ ଘରୁ ଭାରତ ମସଲା କମ୍ପାନୀକୁ କାମ କରିବା ପାଇଁ ଯାଇଥିଲେ। କିନ୍ତୁ ଆଉ ଘରକୁ ଫେରି ନଥିଲେ। ପରିବାର ଲୋକ ବହୁତ ଖୋଜା ଖୋଜି କରିଥିଲେ। କିନ୍ତୁ ତାଙ୍କୁ ପାଇ ନଥିଲେ। ଏନେଇ ବାଙ୍କୀ ଥାନାରେ ଅଭିଯୋଗ କରିଥିଲେ ପରିବାର ଲୋକ। ଅଭିଯୋଗ ପାଇବା ପରେ ବାଙ୍କୀ ପୁଲିସ କିଛି ଦିନ ତଦନ୍ତ କରିଥିଲା। କିନ୍ତୁ ସଫଳତା ପାଇ ନଥିଲା।
Also Read
ଏବେ ଡମପଡ଼ାରୁ ଉକ୍ତ କଙ୍କାଳ ମିଳିବା ପରେ ପୁଲିସ ପୁଣି ଘଟଣାର ତଦନ୍ତ ଆରମ୍ଭ କରିଛି। ଏହି କଙ୍କାଳ ଝୁନା ଜେନାଙ୍କର ନାଁ ଆଉ କାହାର, ତାହା ତଦନ୍ତ ପରେ ସ୍ପଷ୍ଟ ହେବ ବୋଲି ପୁଲିସ କହିଛି।
ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।
Related Stories
Crime
ଚା' ଖଟିରେ ଦାଦନ ସର୍ଦ୍ଦାର ସହ ଥାନାଧିକାରୀଙ୍କ ଦୋସ୍ତି! ଡିଲ୍ ଚାଲିଥିବା ଅଭିଯୋଗ
ଭିଟାମାଟି ଛାଡ଼ି ଦାଦନ ଯାଉଥିଲେ ଅନେକ ଶ୍ରମିକ। ପାଖରେ ଥିବା ଚା ଦୋକାନରେ ଦାଦନ ସର୍ଦ୍ଦାର ସହ ଖଟି ଜମାଇଥିଲେ ପାଟଣାଗଡ଼ ଥାନାଧିକାରୀ। ଲୋକେ କହୁଛନ୍ତି ଚାଲିଥିଲା ଡିଲ୍।
Crime
ପୁଲିସ ଉପରେ ଗାଡି ଚଢ଼ାଇ ଚମ୍ପଟ ମାରିଲେ ଗଞ୍ଜେଇ ଗ୍ୟାଙ୍ଗ; ଦେଖନ୍ତୁ ଭିଡିଓ
ପୂର୍ବରୁ ସୂଚନା ପାଇ ଗଞ୍ଜେଇ ଗ୍ୟାଙ୍ଗକୁ ଧରିବା ପାଇଁ ଟୋଲ ପ୍ଲାଜାରେ ଅଟକାଇଥିଲା ପୁଲିସ। ଗାଡ଼ି ଚଢ଼ାଇ ଫେରାର୍ ହୋଇଗଲେ ଗଞ୍ଜେଇ ମାଫିଆ।
Crime
ପଡ଼ୋଶୀଙ୍କୁ ହତ୍ୟା କଲେ ବାପ-ପୁଅ, କଟା ମୁଣ୍ଡ ଧରି ଥାନାରେ ପହଞ୍ଚିଲେ
ସୁରେଶଙ୍କ ଝିଅ ଫେରାର ହେବା ପଛରେ ରାମଚନ୍ଦ୍ରଙ୍କ ହାତ ଥିବା ଆଶଙ୍କାରେ ତାଙ୍କୁ ବାପ-ପୁଅ ମାରି ଦେଇଛନ୍ତି।
Crime
ଘର ତିଆରି କରୁଛନ୍ତି କି? ହୁସିଆର୍; ରାଜଧାନୀରେ ବିକ୍ରି ହେଉଛି ଡୁପ୍ଲିକେଟ୍ ସିମେଣ୍ଟ
ବଡ଼ଗଡ଼ ଥାନା ଟଙ୍କପାଣି ସାଇ ମନ୍ଦିର ନିକଟରେ ଏକ ଡୁପ୍ଲିକେଟ୍ ସିମେଣ୍ଟ କାରଖାନା ଚାଲିଥିଲା। ବ୍ୟବହାର ଯୋଗ୍ୟ ନଥିବା ବା ମେଣ୍ଡା ହୋଇଯାଇଥିବା ସିମେଣ୍ଟକୁ ଆଣି ଭାଙ୍ଗି ସେଥିରେ ଧୂଳି ଓ ଅନ୍ୟାନ୍ୟ ସାମଗ୍ରୀ ମିଶାଇ ତିଆରି କରୁଥିଲେ ସିମେଣ୍ଟ।
Crime
ଥାନା ବିବାଦରୁ ଫସିଲା ମୃତଦେହ, ହୋଇ ପାରୁନି ବ୍ୟବଚ୍ଛେଦ
ଆଜି ସକାଳୁ ପୁନାମା ଗେଟ୍ ପାଖ ରେଳ ଲାଇନରୁ ସ୍ୱରାଜ ବେହେରା ନାମକ ଜଣେ ଯୁବକଙ୍କ ମୃତଦେହ ମିଳିଥିଲା। ସ୍ୱରାଜଙ୍କ ଶରୀରରେ ଖଣ୍ଡା ଚୋଟ ଥିବାରୁ ଏହା ହତ୍ୟା ବୋଲି ପରିବାରଲୋକେ ଅଭିଯୋଗ କରିଛନ୍ତି।