ରାଜ୍ୟ ସରକାରଙ୍କ ପଞ୍ଚାୟତିରାଜ ଓ ପାନୀୟ ଜଳ ବିଭାଗର ବରିଷ୍ଠ ବ୍ୟକ୍ତିଗତ ସଚିବ ରମେଶଚନ୍ଦ୍ର ଜେନାଙ୍କୁ ଆଜି ଗିରଫ କରିଛି ଭିଜିଲାନ୍ସ। ଆୟ ବହିର୍ଭୂତ ସଂପତ୍ତି ଠୁଳ ଅଭିଯୋଗରେ ତାଙ୍କୁ ଗିରଫ କରାଯାଇଛି। ସେ ତାଙ୍କ ଆୟଠାରୁ ୧୨୩% ସଂପତ୍ତି ଠୁଳ କରିଥିବା ଭିଜିଲାନ୍ସ ପକ୍ଷରୁ କୁହାଯାଇଛି।
Also Read
ରମେଶଚନ୍ଦ୍ର ଜେନାଙ୍କର ଭୁବନେଶ୍ୱରର ଗୋଠପାଟଣାରେ ଗୋଟିଏ ତିନି ମହଲା କୋଠା ଅଛି। ଏହାର ଦାମ ୧.୦୨ କୋଟି ଟଙ୍କା। ସେହିପରି ଭୁବନେଶ୍ୱରର କଳିଙ୍ଗ ନଗରରେ ତାଙ୍କର ଏକ ଦୁଇ ମହଲା କୋଠା ଅଛି। ଖୋର୍ଦ୍ଧାର ନିରାକରପୁରରେ ତାଙ୍କର ଗୋଟିଏ ଘର ଅଛି। ଭୁବନେଶ୍ୱରରେ ତାଙ୍କର ୪ଟି ପ୍ଲଟ ଥିବା ବେଳେ ପୁରୀର କଣାସରେ ଗୋଟିଏ ପ୍ଲଟ ଅଛି। ସେ ୫ଲକ୍ଷ ୫୦ ହଜାର ଟଙ୍କା ଜମା ରଖିଛନ୍ତି। ତାଙ୍କର ଗୋଟିଏ ଚାରି ଚକିଆ ଗାଡ଼ି ଓ ୩ଟି ୨ ଚକିଆ ଗାଡ଼ି ଅଛି। ତାଙ୍କ ଘରୁ ଜବତ ନଗଦ ଟଙ୍କା, ସୁନା ଗହଣା ଓ ଅନ୍ୟାନ୍ୟ ଜିନିଷପତ୍ରର ଦାମ୍ ମିଶି ପ୍ରାୟ ୯ ଲକ୍ଷ ଟଙ୍କା ହେବ।
ଗତକାଲି ଭିଜିଲାନ୍ସ ପକ୍ଷରୁ ତାଙ୍କର ଭୁବନେଶ୍ୱର ସ୍ଥିତ ବାସଭବନ ସମେତ ମୋଟ ୮ଟି ସ୍ଥାନରେ ଚଢ଼ାଉ କରାଯାଇଥିଲା।
ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।
Related Stories
Crime
ମାରାଥନ୍ କାର୍ଯ୍ୟକ୍ରମ ବେଳେ ଫୁଟିଲା ଗୁଳି; ଯୁବକ ଗୁରୁତର
ତେବେ କିଏ ଓ କାହିଁକି ଯୁବକଙ୍କୁ ଗୁଳିମାଡ଼ କଲା ତାର କାରଣ ଅସ୍ପଷ୍ଟ ରହିଛି।
Crime
ହାଇକୋର୍ଟଙ୍କ ନିର୍ଦ୍ଦେଶ ନମାନି ହରଡ଼ଘଣାରେ ଜିଲ୍ଲା ଶିକ୍ଷା ଅଧିକାରୀ
ବାରିପଦା ଟାଉନ ଥାନା ପୁଲିସ ମଧ୍ୟ କହିଛି ଯେ ଜିଲ୍ଲା ଶିକ୍ଷା ଅଧିକାରୀଙ୍କୁ ଠିକ୍ ସମୟରେ ନେଇ ହାଇକୋର୍ଟରେ ହାଜର କରାଯିବ।
Accident
ବାଇକ ଚାଳକଙ୍କୁ ଧକ୍କା ଦେଇ ୩୦କିମି ଯାଏଁ ଘୋଷାଡ଼ି ନେଲା ତହସିଲଦାରଙ୍କ ଗାଡ଼ି
ଉତ୍ତରପ୍ରଦେଶର ବହରାଇଚରେ ଏଭଳି ଏକ ଭୟଙ୍କର ସଡ଼କ ଦୁର୍ଘଟଣାରେ ଜଣେ ୩୫ ବର୍ଷୀୟ ବ୍ୟକ୍ତିଙ୍କର ମୃତ୍ୟୁ ଘଟିଛି। ଗାଡ଼ି ଭିତରେ ଥିବା ତହସିଲଦାର ନିଲମ୍ବିତ, ଡ୍ରାଇଭର ଗିରଫ।
Crime
ଲୋନ୍ ମଞ୍ଜୁର କରିବାକୁ ଲାଞ୍ଚ ନେଇ ଧରାପଡ଼ିଲେ ଜିଲ୍ଲା ଶିଳ୍ପ କେନ୍ଦ୍ରର ଜେନେରାଲ ମ୍ୟାନେଜର
ଲାଞ୍ଚ ନେଇ ଧରାପଡ଼ିବା ପରେ ଶ୍ରୀ ଦେହୁରୀଙ୍କ ତିନିଟି ଠିକଣାରେ ଭିଜିଲାନ୍ସ ପକ୍ଷରୁ ଚଢ଼ାଉ କରାଯାଇଥିଲା।