/odisha-reporter/media/post_attachments/uploadimage/library/16_9/16_9_0/IMAGE_1704094636.jpg)
Dead Couple
ଭୁବନେଶ୍ୱରର ପାଣ୍ଡରାସ୍ଥିତ ହାଇଟେକ୍ ହସ୍ପିଟାଲରେ ବିସ୍ଫୋରଣ ଘଟଣାରେ ଗତକାଲି ଜଟଣୀର ବଅଁଙ୍ଗ ଗାଁର ଦିଲ୍ଲୀପ ସାମନ୍ତରାୟଙ୍କ ମୃତ୍ୟୁ ଘଟିଥିବା ବେଳେ ଆଜି ସକାଳେ ତାଙ୍କ ପତ୍ନୀ ସୁନା ସାମନ୍ତରାୟ ଆତ୍ମହତ୍ୟା କରି ଦେଇଛନ୍ତି।
ଦିଲ୍ଲୀପ ଓ ସୁନାଙ୍କ ବିବାହକୁ ୨ ବର୍ଷ ପୂରି ନଥିଲା। ଗତକାଲି ଦିଲ୍ଲୀପଙ୍କ ମୃତ୍ୟୁ ହେବା ପରେ ଭାଙ୍ଗି ପଡ଼ିଥିଲେ ସୁନା। ଗତକାଲି ସୁନାଙ୍କୁ ତାଙ୍କ ବାପଘର ଲୋକେ ନିଜ ସହିତ ନେଇ ଯାଇଥିଲେ। ନୂଆଗାଁ ସ୍ଥିତ ବାପଘରେ ଥିବା ସୁନା ଆଜି ସକାଳେ ଏକ କଠୋରୀ ଭିତରେ ବେକରେ ଫାଶି ଲଗାଇ ଆତ୍ମହତ୍ୟା କରିଥିଲା।
ପରିବାର ଲୋକଙ୍କଠାରୁ ଖବର ପାଇ ଜଟଣୀ ପୁଲିସ ଘଟଣାସ୍ଥଳରେ ପହଞ୍ଚିଥିଲା। ପୁଲିସ୍ ସୁନାଙ୍କୁ ଉଦ୍ଧାର କରି ଜଟଣୀ ଗୋଷ୍ଠୀ ସ୍ୱାସ୍ଥ୍ୟକେନ୍ଦ୍ରକୁ ନେଇଥିଲା। ଡାକ୍ତର ସେଠାରେ ତାଙ୍କୁ ମୃତ ଘୋଷଣା କରିଥିଲେ। ଏହା ପରେ ତାଙ୍କ ମୃତଦେହକୁ ବ୍ୟବଚ୍ଛେଦ ପାଇଁ ପଠାଯାଇଛି। ଏହି ମାମଲାରେ ପୁଲିସ୍ ଅଧିକ ତଦନ୍ତ ଜାରି ରଖିଛି।
ଗତ ଶୁକ୍ରବାର ହାଇଟେକ୍ ହସ୍ପିଟାଲରେ ବିସ୍ଫୋରଣ ଘଟିଥିଲା। ହସ୍ପିଟାଲର ତୃତୀୟ ମହଲାରେ ଏକ ଏସିରେ ଗ୍ୟାସ୍ ଫିଲିଂ ବେଳେ ବିସ୍ଫୋରଣ ହୋଇଥିଲା। ବିସ୍ଫୋରଣ ପରେ ଲାଗିଥିବା ନିଆଁକୁ ସଙ୍ଗେ ସଙ୍ଗେ ଆୟତ୍ତ କରାଯାଇଥିଲା। ତେବେ ଏହି ଘଟଣାରେ ୪ଜଣ ଗୁରୁତର ଆହତ ହୋଇଥିଲେ। ସେମାନଙ୍କ ମଧ୍ୟରୁ ଦିଲ୍ଲୀପଙ୍କ ଅବସ୍ଥା ସଙ୍କଟାପନ୍ନ ଥିଲା। ତାଙ୍କୁ ଆଇସିୟୁରେ ଭର୍ତ୍ତି କରାଯାଇଥିଲା। ଗତକାଲି ସେଠାରେ ତାଙ୍କର ମୃତ୍ୟୁ ଘଟିଥିଲା।
/odisha-reporter/media/agency_attachments/2025/09/10/2025-09-10t082211800z-640x480-or-sukant-rout-2025-09-10-13-52-11.png)
