Advertisment

ବିଚ୍‌ ରାସ୍ତାରେ ଯୁବକଙ୍କୁ ଖଣ୍ତାରେ ହାଣି ହତ୍ୟା, ମୁକୁନ୍ଦପ୍ରସାଦରେ ଲାଗିଲା ୧୬୩ BNSS

ଆଜି ଅପରାହ୍ନରେ ସାଜିଦ ମୁକୁନ୍ଦପ୍ରସାଦ ନିକଟ ଚାଚରା ସାହି ସ୍ଥିତ ନିଜ ଘରକୁ ଫେରୁଥିବା ବେଳେ ତାଙ୍କୁ ମାରଣାସ୍ତ୍ରରେ ସଂଘବଦ୍ଧ ଆକ୍ରମଣ କରାଯାଇଥିଲା।

ଅଦ୍ୟତନ ହୋଇଛି
Police

Police

Advertisment

ଖୋର୍ଦ୍ଧା ଜିଲ୍ଲା ମୁକୁନ୍ଦପ୍ରସାଦ ଅଞ୍ଚଳରେ ବିଚ୍‌ ରାସ୍ତାରେ ଜଣେ ଯୁବକଙ୍କୁ ଖଣ୍ତାରେ ହାଣି ହତ୍ୟା କରାଯିବା ଘଟଣାକୁ ନେଇ ଉତ୍ତେଜନା ଦେଖାଦେଇଛି।ସ୍ଥିତିକୁ ଦେଖି ଡିଜିପି ଓ ଗୁଇନ୍ଦା ନିର୍ଦ୍ଦେଶକ ସେଠାକୁ ଯାଇଥିବା ବେଳେ  ଭାରତୀୟ ନାଗରିକ ସୁରକ୍ଷା ସଂହିତା (BNSS) ର ଧାରା୧୬୩ ଲାଗୁ କରାଯାଇଛି।

Advertisment

ମୃତ ଯୁବକ ଜଣକ ହେଲେ ଖୋର୍ଦ୍ଧା ମୁକୁନ୍ଦପ୍ରସାଦର । ପୂର୍ବ ଶତ୍ରୁତାକୁ ନେଇ ତାଙ୍କୁ ହତ୍ୟା କରାଯାଇଥିବା ଅଭିଯୋଗ ହୋଇଛି। ଆଜି ଅପରାହ୍ନରେ ସାଜିଦ ମୁକୁନ୍ଦପ୍ରସାଦ ନିକଟ ଚାଚରା ସାହି ସ୍ଥିତ ନିଜ ଘରକୁ ଫେରୁଥିବା ବେଳେ ତାଙ୍କୁ ମାରଣାସ୍ତ୍ରରେ ସଂଘବଦ୍ଧ ଆକ୍ରମଣ କରାଯାଇଥିଲା ।

ଏହି ଆକ୍ରମଣରେ ତାଙ୍କ ଶରୀରର ବିଭିନ୍ନ ସ୍ଥାନରେ ଗଭୀର କ୍ଷତ ହୋଇଥିଲା । ଗୁରୁତର ଅବସ୍ଥାରେ ତାଙ୍କୁ ଖୋର୍ଦ୍ଧା ଜିଲ୍ଲା ମୁଖ୍ୟ ଚିକିତ୍ସାଳୟରେ ଭର୍ତ୍ତି କରାଯାଇଥିଲା। ତେବେ ସେଠାରେ ଡାକ୍ତର ତାଙ୍କୁ ମୃତ ଘୋଷଣା କରିଥିଲେ । 

Advertisment

ଏହି ହତ୍ୟାକାଣ୍ତ ପରେ ମୁକୁନ୍ଦପ୍ରସାଦରେ ଉତ୍ତେଜନା ଦେଖାଦେଇଛି । ପୋଡ଼ାସାହିରେ ଉତ୍ତ୍ୟକ୍ତ ଲୋକ ଗାଡ଼ି ଭଙ୍ଗାରୁଜା କରିଛନ୍ତି । ଉତ୍ତେଜନାକୁ
ଦୃଷ୍ଟିରେ ରଖି ବ୍ୟାପକ ପୁଲିସ ମୁତୟନ କରାଯାଇଛି । ସ୍ଥିତି ନିୟନ୍ତ୍ରଣ ପାଇଁ ଘଟଣାସ୍ଥଳରେ ଗୁଇନ୍ଦା ନିର୍ଦ୍ଦେଶକଙ୍କ ସହ ପୁଲିସ ଡିଜି ୱାଇ ବି ଖୁରାନିଆ ପହଞ୍ଚିଛନ୍ତି ।

ମୁକୁନ୍ଦପ୍ରସାଦରେ ମୌଜାରେ ଭାରତୀୟ ନାଗରିକ ସୁରକ୍ଷା ସଂହିତା (BNSS) ର ଧାରା୧୬୩ ଲଗାଯାଇଛି । ମୁକୁନ୍ଦପ୍ରସାଦର ୨, ୨୧ ଓ ୨୨ ନଂ ୱାର୍ଡରେ ଏବଂ ୧ ଓ ୩ ନଂ ୱାର୍ଡର କିଛି ଅଞ୍ଚଳରେ ୧୬୩ BNSS ଲଗାଯାଇଛି। କୌଣସି ସ୍ଥାନରେ ୫ କିମ୍ବା ଊର୍ଦ୍ଧ୍ବ ଲୋକ ବିନା ଅନୁମତିରେ ଏକାଠି ଠୁଳ ହେବାକୁ ବାରଣ କରାଯାଇଛି। କଟକଣା ଲାଗୁ ଅଞ୍ଚଳରେ ସବୁ ଶିକ୍ଷାନୁଷ୍ଠାନ ବନ୍ଦ ପାଇଁ ନିର୍ଦ୍ଦେଶ ଦିଆଯାଇଛି। ଏହା ସହିତ ଶାନ୍ତି ବଜାୟ ରଖିବା ପାଇଁ ଜିଲ୍ଲା ପ୍ରଶାସନ ପକ୍ଷରୁ ଲୋକଙ୍କୁ ନିବେଦନ କରାଯାଇଛି। 

Murder
Advertisment
ସମ୍ବନ୍ଧୀୟ ପ୍ରବନ୍ଧଗୁଡ଼ିକ
Here are a few more articles:
ପରବର୍ତ୍ତୀ ପ୍ରବନ୍ଧ ପ Read ଼ନ୍ତୁ
Subscribe