Advertisment

ଏସସିବିରେ ଦୁଷ୍କର୍ମ ଘଟଣା; ବହିଷ୍କୃତ ହେଲେ ଅଭିଯୁକ୍ତ ଡାକ୍ତର

ଅଭିଯୁକ୍ତ ଡାକ୍ତର ଦିଲବାଗ ସିଂ ଠାକୁରଙ୍କୁ ଗିରଫ କରାଯାଇଥିବା ବେଳେ ଆଜି ତାଙ୍କୁ ଏସସିବିରୁ ବହିଷ୍କୃତ କରାଯାଇଛି।

author-image
Niharika Rout
Doctor

Doctor

କୋଲକତା ହରର ଘଟଣାରେ ସମଗ୍ର ଦେଶରେ ନିଆଁ ଲାଗିଥିବା ବେଳେ କଟକ ଏସସିବି ମେଡିକାଲରେ ବି ଏପରି ଏକ ଲଜ୍ଜାଜନକ ଘଟଣା ଘଟିଥିଲା। ୨ ମହିଳା ରୋଗୀଙ୍କୁ ଜଣେ ଡାକ୍ତର ଚିକିତ୍ସା ବାହାନାରେ ଦୁଷ୍କର୍ମ କରିଥିବା ଅଭିଯୋଗ ହେବା ପରେ ଏହାକୁ ନେଇ ଆରମ୍ଭ ହୋଇଥିଲା ତମ୍ବିତୋଫାନ ।

Advertisment

ଏହି ଘଟଣାରେ ତୁରନ୍ତ ଅଭିଯୁକ୍ତ ଡାକ୍ତର ଦିଲବାଗ ସିଂ ଠାକୁରଙ୍କୁ ଗିରଫ କରାଯାଇଥିବା ବେଳେ ଆଜି ତାଙ୍କୁ ଏସସିବିରୁ ବହିଷ୍କୃତ କରାଯାଇଛି। ଏସସିବି ମେଡିକାଲ କଲେଜ କାଉନ୍ସିଲର ଜରୁରୀ ବୈଠକ ବସିବା ପରେ ଅଭିଯୁକ୍ତ ଡାକ୍ତରଙ୍କୁ ବହିଷ୍କୃତ କରାଯାଇଛି ।

ଡିଏମଇଟିଙ୍କ ନେତୃତ୍ୱରେ ତିନି ଜଣିଆ ତଦନ୍ତ କମିଟି ଏହି ଘଟଣାର ତଦନ୍ତ କରି ସରକାରଙ୍କୁ ରିପୋର୍ଟ ପ୍ରଦାନ କରିଥିଲେ । ଏହି ଘଟଣାରେ ତୁରନ୍ତ କାର୍ଯ୍ୟାନୁଷ୍ଠାନ ଗ୍ରହଣ ପାଇଁ ଏସସିବି ଅଧ୍ୟକ୍ଷଙ୍କୁ ଚିଠି କରିଥିଲେ ଡିଏମଇଟି। ଗତକାଲି ମେଡିକାଲ କଲେଜ କାଉନ୍ସିଲର ଜରୁରୀ ବୈଠକ ବସିବା ପରେ ଏହି କାର୍ଯ୍ୟାନୁଷ୍ଠାନ ଗ୍ରହଣ କରାଯାଇଥିବା ଏସସିବି ଅଧ୍ୟକ୍ଷ ପ୍ରଫେସର ଡାକ୍ତର ସୁଧାଂଶୁ ଶେଖର ମିଶ୍ର ସୂଚନା ଦେଇଛନ୍ତି।

Advertisment

 କିଛି ଦିନ ପୂର୍ବେ ୨ ରୋଗୀ(ମହିଳା) ଏସ୍‌ସିବିର ହୃଦରୋଗ ବିଭାଗକୁ ଯାଇଥିବା ବେଳେ ଡାକ୍ତର ଦିଲବାଗ ସିଂ ଠାକୁର ଇକୋ ବାହାନାରେ ଉଭୟଙ୍କ ସହ ଦୁଷ୍କର୍ମ କରିଥିବା ଅଭିଯୋଗ ହୋଇଥିଲା।

ପୀଡ଼ିତଙ୍କ ସମ୍ପର୍କୀୟ ( ଏସ୍‌ସିବି ମେଡିକାଲ୍‌ରେ ଅଣ୍ଡର ଗ୍ରାଜୁଏଟ୍‌ ଡାକ୍ତରୀ ପାଠ ପଢ଼ୁଛନ୍ତି) ଏ ସମ୍ପର୍କରେ ଜାଣିପାରି ନିଜ ସାଙ୍ଗଙ୍କ ସମ୍ପୃକ୍ତ ଡାକ୍ତରଙ୍କୁ ପ୍ରବଳ ମାଡ଼ ମାରିଥିବା ଅଭିଯୋଗ ହୋଇଥିଲା। ଏହାପରେ ଦୁଇ ପୀଡ଼ିତଙ୍କ ସମ୍ପର୍କୀୟ ଏନେଇ ପୁରୀଘାଟ ଥାନାରେ ଲିଖିତ ଅଭିଯୋଗ କରିଥିଲେ। ଅଭିଯୋଗକୁ ଭିତ୍ତିକରି କମିଶନରେଟ୍‌ ପୁଲିସ୍‌ ମାମଲା ରୁଜୁ କରି ଡାକ୍ତର ଠାକୁର ଦିଲବାଗ ସିଂଙ୍କୁ ଗିରଫ କରିଥିଲା। ଏହି ଘଟଣାରେ ଏବେ ଡାକ୍ତର ଠାକୁର ଦିଲବାଗ ସିଂଙ୍କୁ ଏସସିବିରୁ ବହିଷ୍କୃତ କରାଯାଇଛି।

ତେବେ ଏସସିସିବି ମେଡିକାଲକୁ ରାଜ୍ୟ ତଥା ରାଜ୍ୟ ବାହାରୁ ଦୈନିକ ହଜାର ହଜାର ରୋଗୀ ଆସୁଥିବାରୁ ଏପରି ଘଟଣାର ପୁନରାବୃତ୍ତି ଯେପରି ନ ହୁଏ ସେଥିନିମନ୍ତେ କ’ଣ ପଦକ୍ଷେପ ଗ୍ରହଣ କରାଯିବ ତାହା ଉପରେ ସମସ୍ତଙ୍କ ନଜର।

Cuttack Scb Doctor Arrested