Advertisment

ନବରଙ୍ଗପୁରର ଅତିରିକ୍ତ ଉପଜିଲ୍ଲାପାଳ ପ୍ରଶାନ୍ତ ରାଉତ ଗିରଫ

ଗତକାଲି ଭିଜିଲାନ୍ସ ରେଡ୍ ବେଳେ ତାଙ୍କ ଘରୁ କେବଳ ୩ କୋଟି ୨ଲକ୍ଷ ୩୦ହଜାର ୮୦୦ଟଙ୍କାର ନଗଦ ଜବତ କରାଯାଇଥିଲା, ଯାହା ରାଜ୍ୟ ଭିଜିଲାନ୍ସ ଇତିହାସରେ ଜବତ ନଗଦ ଟଙ୍କା ମଧ୍ୟରେ ଦ୍ୱିତୀୟ ସର୍ବାଧିକ ।

ଅଦ୍ୟତନ ହୋଇଛି
Prasant Raut

Prasant Raut

Advertisment

କୋଟିପତି ଓଏଏସ୍‌ ଅଫିସର ତଥା ନବରଙ୍ଗପୁରର ଅତିରିକ୍ତ ଉପଜିଲ୍ଲାପାଳ ପ୍ରଶାନ୍ତ କୁମାର ରାଉତ ଶନିବାର ଗିରଫ ହୋଇଛନ୍ତି। ଆୟ ବହିର୍ଭୂତ ସମ୍ପତ୍ତି ଠୁଳ ଅଭିଯୋଗରେ ଭିଜିଲାନ୍ସ ପକ୍ଷରୁ ତାଙ୍କୁ ଗିରଫ କରାଯାଇଛି। ସେ ତାଙ୍କ ଆୟ ଠାରୁ ୫୦୬% ଅଧିକ ସଂପତ୍ତି ଠୁଳ କରିଛନ୍ତି ବୋଲି ଭିଜିଲାନ୍ସ ପକ୍ଷରୁ କୁହାଯାଇଛି। ତାଙ୍କର ଆୟ ବହିର୍ଭୂତ ସଂପତ୍ତିର ମୂଲ୍ୟ ହେଉଛି ୫ କୋଟି ୨୧ ଲକ୍ଷ ୯ ହଜାର ୬୫୯ ଟଙ୍କା। 

Advertisment

ଗତକାଲି ଭିଜିଲାନ୍ସ ରେଡ୍ ବେଳେ ତାଙ୍କ ଘରୁ କେବଳ ୩ କୋଟି ୨ଲକ୍ଷ ୩୦ହଜାର ୮୦୦ଟଙ୍କାର ନଗଦ ଜବତ କରାଯାଇଥିଲା, ଯାହା ରାଜ୍ୟ ଭିଜିଲାନ୍ସ ଇତିହାସରେ ଜବତ ନଗଦ ଟଙ୍କା ମଧ୍ୟରେ ଦ୍ୱିତୀୟ ସର୍ବାଧିକ ।

ପ୍ରଶାନ୍ତ ରାଉତଙ୍କର ଭୁବନେଶ୍ୱରର କାନନ ବିହାର ଅଂଚଳରେ ଏକ ଦୁଇ ମହଲା କୋଠା, କଟକ ଓ ଭୁବନେଶ୍ୱରର ପ୍ରମୁଖ ସ୍ଥାନରେ ୪ଟି ମୂଲ୍ୟବାନ ପ୍ଲଟ୍ ଓ ଉମରକୋଟରେ ଗୋଟିଏ ବେନାମୀ ପ୍ଲଟ୍ ରହିଛି। ଦୁଇ ପିଲାଙ୍କ ପାଠପଢ଼ାରେ ପ୍ରଶାନ୍ତ ମୋଟ ୮୭ଲକ୍ଷ ଟଙ୍କା ଖର୍ଚ୍ଚ କରିଥିବାବେଳେ ତାଙ୍କର ୨ଟି ଚାରିଚକିଆ ଓ ଗୋଟିଏ ଦୁଇ ଚକିଆ ଗାଡ଼ି ରହିଛି। ଏହି ତିନିଟି ଗାଡ଼ିର ମୂଲ୍ୟ ହେଉଛି ୩୭ ଲକ୍ଷ ଟଙ୍କା। ତାଙ୍କ ଠାରୁ ୨୭.୨୭ଲକ୍ଷ ଟଙ୍କାର ସୁନା-ରୁପା ଅଳଙ୍କାର ଓ ଘରୋଇ ଉପକରଣ ଜବତ କରାଯାଇଛି। ସେହିଭଳି ତାଙ୍କର ବ୍ୟାଙ୍କ ଓ ବୀମା ଜମା ବାବଦକୁ ୯୨ ଲକ୍ଷ ୩୪ ହଜାର ଟଙ୍କା ରହିଛି। ସେଥିରୁ ୩୮ ଲକ୍ଷ ୬୪ ହଜାର ଟଙ୍କା ୨ଟି ବେନାମୀ ଏକାଉଣ୍ଟରେ ରହିଛି। 

Advertisment

ଭିଜିଲାନ୍ସ ସୂଚନା ଅନୁସାରେ ପ୍ରଶାନ୍ତ ୨୦୧୮ ମସିହାରେ ବିଶ୍ରା ବ୍ଲକ ବିଡିଓ ଥିବାବେଳେ ଏକ ଲକ୍ଷ ଟଙ୍କା ଲାଞ୍ଚ ନେବା ଅଭିଯୋଗରେ ଭିଜିଲାନ୍ସ ହାତରେ ଧରାପଡ଼ି ଗିରଫ ହୋଇଥିଲେ । ୨୦୧୮ ନଭେମ୍ବର ୬ରେ ପ୍ରଶାନ୍ତଙ୍କୁ ଚାକିରିରୁ ନିଲମ୍ବିତ ହେବାକୁ ପଡ଼ିଥିଲା। ତେବେ ୨୦୨୦ ଜାନୁୟାରୀ ୧୮ରେ ନିଲମ୍ବନ ହଟିଥିଲା ତଥା ସେ ନବରଙ୍ଗପୁର ଅତିରିକ୍ତ ଉପଜିଲ୍ଲାପାଳ ଭାବେ ପୁନଃ ଅବସ୍ଥାପିତ ହୋଇଥିଲେ ।

Vigilance Raid Odisha Vigilance Vigilance Net Vigilance
Advertisment
ସମ୍ବନ୍ଧୀୟ ପ୍ରବନ୍ଧଗୁଡ଼ିକ
Here are a few more articles:
ପରବର୍ତ୍ତୀ ପ୍ରବନ୍ଧ ପ Read ଼ନ୍ତୁ
Subscribe