[caption id="attachment_33519" align="alignleft" width="300"] କ୍ରାଇମବ୍ରାଞ୍ଚ୍ ଆଇଜି ଅରୁଣ ବୋଥ୍ରା[/caption]
ରାୟଗଡା: ରାୟଗଡାର ପୂର୍ବତନ କାଉସିଲର ତଥା ଆଦିବାସୀ ନେତା ଭାଗୀରଥୀ ମାତ୍ରାଙ୍ଗୀ ହତ୍ୟାକାଣ୍ଡର ତଦନ୍ତ ପାଇଁ ରାୟଡାରେ ପହଞ୍ଚିଛନ୍ତି କ୍ରାଇମବ୍ରାଞ୍ଚ ଆଇଜି ଅରୁଣ ବ୍ରୋଥା। କ୍ରାଇମବ୍ରାଞ୍ଚର ତିନି ଜଣିଆ ଟିମ୍ ରାୟଗଡାରେ ପହଞ୍ଚି ଘଟଣାର ତଦନ୍ତ ଆରମ୍ଭ କରିଛନ୍ତି।
ସୂଚନାଯୋଗ୍ୟ, ୨୦୧୦ ଡିସେମ୍ବର ୧୫ ତାରିଖରେ ରାୟଗଡର ପୂର୍ବତନ କାଉନସିଲର ମାତ୍ରାଙ୍ଗୀ ନିଖୋଜ ହୋଇଯାଇଥିଲେ। ତିନି ଦିନ ପରେ ତାଙ୍କ ମୃତ ଦେହ ଆନ୍ଧ୍ର ପ୍ରଦେଶର କମରଡା ନଦୀରୁ ପୋଲିସ୍ ଉଦ୍ଧାର କରିଥିଲା। ହତ୍ୟାକାଣ୍ଡକୁ ନେଇ ଆଦିବାସୀ ସଂଘ ଆନ୍ଦୋଳନକୁ ଓହ୍ଲାଇଥିଲେ। ରାଜ୍ୟ ସରକାର ମାତ୍ରାଜୀଙ୍କ ହତ୍ୟାକାଣ୍ଡ ମାମଲାକୁ କ୍ରାଇମବ୍ରାଞ୍ଚକୁ ହସ୍ତାନ୍ତର କରିଥିଲେ। ଆଜି କ୍ରାଇମବ୍ରାଞ୍ଚ ଆଇଜି ଅରୁଣ ବ୍ରୋଥା ମାତ୍ରାଜୀଙ୍କ ସଦସ୍ୟ ଓ ଅନ୍ୟମାନଙ୍କୁ ଡାକି ତଦନ୍ତ କରୁଛନ୍ତି।
ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।
Related Stories
Crime
ଭାଣିଜୀ ପ୍ରେମ ବିବାହ କଲା ବୋଲି ଭୋଜିରେ ବିଷ ମିଶାଇଦେଲା ମାମୁ
ଉପସ୍ଥିତ ଲୋକେ ଅଭିଯୁକ୍ତ ମାମୁକୁ ଅଟକାଇବାକୁ ଚେଷ୍ଟା କରିଥିଲେ ବି ସେ ଖସି ପଳାଇଛି।
Crime
ବ୍ରାଉନ୍ସୁଗର ପାଇଁ ମର୍ଡର! ମହିଳା ମାଷ୍ଟରମାଇଣ୍ଡ ସମେତ ୩ ଗିରଫ
ଜେଲ୍ରୁ ବାହାରିବା ପରେ ପ୍ରତିଶୋଧ ପରାୟଣା ହୋଇପଡ଼ିଥିଲେ। ତାଙ୍କ ଜେଲ୍ ଯିବା ପଛରେ ସହଦେବ ନାୟକଙ୍କ ହାତ ଥିବା ସେ ସନ୍ଦେହ କରୁଥିଲେ। ତେଣୁ ତାଙ୍କୁ ରାସ୍ତାରୁ ହଟାଇବା ପାଇଁ ମହିଳା ଜଣକ ଯୋଜନା କରିଥିଲେ।
Crime
୧୭ ବର୍ଷ ପୂର୍ବେ ହୋଇଥିଲା 'ହତ୍ୟା'; ଏବେ ଜୀବନ୍ତ ଧରିଲା ପୁଲିସ
ଏହି ହତ୍ୟା ମାମଲାରେ ୪ଜଣଙ୍କୁ ଗିରଫ ମଧ୍ୟ କରାଗଲା। ସେମାନେ ହତ୍ୟା ଅଭିଯୁକ୍ତ ଭାବରେ ଜେଲରେ ସଜ୍ଜା କାଟିଲେ। ଏବେ ବିହାରର ସେହି ବ୍ୟକ୍ତିଙ୍କୁ ଝାନସୀରୁ ଜୀବନ୍ତ ଧରିଲା ପୁଲିସ।
Crime
ସରୋଜଙ୍କ ପରେ ହଂସିକାଙ୍କ ଆଉ ଜଣେ ସ୍ୱାମୀଙ୍କ ଘରେ IT
ମନୋଜଙ୍କ ଘରୁ ମିଳିଥିବା ଆର୍ଥିକ କାରବାର ସମ୍ପର୍କିତ କାଗଜପତ୍ର ଧରି ବାଲିଗୁଡା ଷ୍ଟେଟ ବ୍ୟାଙ୍କ ଯାଇଥିଲେ ଆୟକର ବିଭାଗ ଟିମ୍। ସେଠାରେ ମଧ୍ୟ ତନାଘନା କରିଥିଲେ। ଗୋଟିଏ ଟିମ୍ ମନୋଜଙ୍କ ଘରେ ଖାନତଲାସୀ କରୁଥିବା ବେଳେ ଆଉ ଗୋଟିଏ ଟିମ୍ ବ୍ୟାଙ୍କରେ ଖୋଳତାଡ଼ କରିଥିଲା।
Crime
ନକ୍ସଲ ଖଞ୍ଜିଥିଲେ IED ବୋମା, ଅଳ୍ପକେ ବର୍ତ୍ତିଲେ ଯବାନ
ନକ୍ସଲଙ୍କ ଗତିବିଧି ଥିବା ଜାଣିପାରି CRPF ଓ SOG ଯବାନ ମିଳିତ ଭାବେ ବାଲିଗୁଡ଼ା ଥାନା ମାରଦୁଲି ଜଙ୍ଗଲରେ କୁମ୍ବିଂ ଅପେରସନ କରୁଥିଲେ। ଜଙ୍ଗଲରେ ସର୍ଚ୍ଚ ଅପରେସନ୍ କରୁଥିବା ବେଳେ ଦୁଇଟି IED ବୋମା ଓ ନକ୍ସଲ କ୍ୟାମ୍ପ ଠାବ ହୋଇଥିଲା।