ଗାଁ ଦାଣ୍ଡରେ କୁରାଢ଼ିରେ ହାଣି ହତ୍ୟା ଅଭିଯୋଗ। ଘଟଣାଟି ଘଟିଛି ଜଗତସିଂହପୁର ଜିଲ୍ଲା କୁଜଙ୍ଗ ଥାନା କାବଲପୁର ଗାଁରେ। ମୃତକଙ୍କ ନାଁ ଦୀନବନ୍ଧୁ ମାଝି। ପୁଲିସ ଅଭିଯୁକ୍ତଙ୍କୁ ଗିରଫ କରିଛି।
ଆଜି ଅପରାହ୍ନରେ କାବଲପୁର ଗାଁର ଦୀନବନ୍ଧୁ ମାଝି ବାଇକରେ ଆସି ଗାଁ ଦାଣ୍ଡରେ ଛିଡ଼ା ହୋଇଥିଲେ। ସେଇ ସମୟରେ ତପନ ସାମଲ ପଛ ପଟୁ ଆସି ତାଙ୍କ ଉପରେ କୁରାଢ଼ିରେ ଚୋଟ ପକାଇଥିଲେ। ଗାଁ ଲୋକେ ଦୀନବନ୍ଧୁଙ୍କୁ ଗୁରୁତର ଅବସ୍ଥାରେ କୁଜଙ୍ଗ ହସ୍ପିଟାଲକୁ ନେଇଥିଲେ। ସେଠାରେ ଡାକ୍ତର ଦୀନବନ୍ଧୁଙ୍କୁ ମୃତ ଘୋଷଣା କରିଥିଲେ।
Also Read
ଆକ୍ରମଣକାରୀ ତପନଙ୍କୁ ଉପସ୍ଥିତ ଲୋକେ କାବୁ କରି ପୁଲିସକୁ ଖବର ଦେଇଥିଲେ। ପୁଲିସ ଘଟଣାସ୍ଥଳରେ ପହଞ୍ଚି ଅଭିଯୁକ୍ତକୁ ଗିରଫ କରି ଘଟଣାର ତଦନ୍ତ ଜାରି ରଖିଛି। ଖବର ପାଇ ପାରାଦୀପ ବିଧାୟକ ତଥା ଶିଳ୍ପ ମନ୍ତ୍ରୀ ସମ୍ପଦ ସ୍ଵାଇଁ କୁଜଙ୍ଗ ଡାକ୍ତରଖାନାରେ ପହଞ୍ଚି ମୃତକ ପରିବାରକୁ ସମବେଦନା ଜଣାଇବା ସହ ଦୋଷୀ ପ୍ରତି କଠୋର ଦଣ୍ଡ ବିଧାନ ହେବ ବୋଲି କହିଥିଲେ।
TAGS
ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।
Related Stories
Crime
ବିନା ଶାର୍ଟରେ ଦଶମ ଶ୍ରେଣୀ ଛାତ୍ରୀଙ୍କୁ ଘରକୁ ପଠାଇଲେ ପ୍ରିନ୍ସିପାଲ
ଦଶମ ପରୀକ୍ଷା ସରିଲା ବୋଲି ଖୁିସିରେ ଜଣେ ଜଣକ ଶାର୍ଟରେ ଶୁଭେଚ୍ଛା ଲେଖି ସେଲିବ୍ରେସନ କରୁଥିଲେ ଛାତ୍ରୀ। ପ୍ରିନ୍ସିପାଲଙ୍କୁ ଏହା ପସନ୍ଦ ନଆସିବାରୁ ପ୍ରାୟ ଶହେ ଛାତ୍ରୀଙ୍କୁ ଶାର୍ଟ ଖୋଲି ଘରକୁ ଯିବାକୁ ବାଧ୍ୟ କରାଯାଇଥିଲା।
Crime
ପ୍ରସୂତିଙ୍କ ଚିକିତ୍ସା ଅଧାରୁ ଛାଡ଼ି ପଳାଇଥିଲେ ଡାକ୍ତର; ୧୧ କୋଟି ଜୋରିମାନା କଲେ କୋର୍ଟ
ପ୍ରସବ ପରେ ଅତ୍ୟଧିକ ରକ୍ତସ୍ରାବ ହୋଇ ମହିଳାଙ୍କର ମୃତ୍ୟୁ ହୋଇଥିଲା। ଚିକିତ୍ସା ଅଧାରୁ ପାଣି ପିଇବାକୁ କହି କେଉଁଆଡ଼େ ପଳାଇଥିଲେ ଦୁଇ ଡାକ୍ତର।
Crime
ସରକାରୀ ଚାକିରି ବେପାର କରୁଥିଲେ 420 ଦମ୍ପତି
ରାଉରକେଲା ଟିମ୍ବର କୋଲୋନୀର ଲକ୍ଷ୍ମୀ ତନ୍ତି ଓ ତାଙ୍କ ସ୍ଵାମୀ ସଂଗ୍ରାମ ସାହୁ ପାଠଶାଠ କମ୍ ପଢ଼ିଛନ୍ତି। ତଥାପି ସରକାରୀ ଚାକିରି ବାଣ୍ଟୁଥିଲେ। ମାସର ଥରେ ବେକରେ ଆଇକାର୍ଡ ପକାଇ ରାଉରକେଲା କୋର୍ଟକୁ ଯାଉଥିଲେ।
Crime
ଚଳନ୍ତା ବାଇକରେ ରୋମାନ୍ସ କରୁଥିଲେ, ଭିଡିଓ ଭାଇରାଲ ପରେ ମାମଲା ରୁଜୁ
ଆଗରୁ ଟ୍ରାଫିକ ନିୟମ ଭାଙ୍ଗି ୧୦ ଥର ଜୋରିମାନା ଦେଇଥିଲେ। ଏବେ ପୁଣି ବାନ୍ଧବୀଙ୍କୁ ଧରି ଚଳନ୍ତା ବାଇକରେ ରୋମାନ୍ସ କରୁଥିଲେ।