Advertisment

୧୫ ହଜାର ଟଙ୍କା ଲାଞ୍ଚ ନେଇ ଧରାପଡ଼ିଲେ ଅମିନ

ଲାଞ୍ଚ ନେଇ ଧରାପଡ଼ିବା ପରେ ଅମିନ ଭାସ୍କର ମେହେରଙ୍କର ଦୁଇଟି ଠିକଣାରେ ଭିଜିଲାନ୍ସ ପକ୍ଷରୁ ଚଢ଼ାଉ କରାଯାଇଛି।

author-image
Jitendra Garnayak
Harekrushna Sahu

Harekrushna Sahu

୧୫ ହଜାର ଟଙ୍କା ଲାଞ୍ଚ ନେଇ ଭିଜିଲାନ୍ସ ହାତରେ ଧରାପଡ଼ିଛନ୍ତି ଝାରସୁଗୁଡ଼ା ଜିଲ୍ଲା କିରମିରା ତହସିଲଦାରଙ୍କ ଅଫିସର ଅମିନ ଭାସ୍କର ମେହେର।

Advertisment

ଜମି ପଟ୍ଟା ସଂପର୍କିତ କାମ ପାଇଁ ସେ ଜଣେ ବ୍ୟକ୍ତିଙ୍କୁ ୧୫ ହଜାର ଟଙ୍କା ଲାଞ୍ଚ ମାଗିଥିଲେ। ସେହି ବ୍ୟକ୍ତି ଏନେଇ ଭିଜିଲାନ୍ସକୁ ଜଣାଇଥିଲେ। ଆଜି ସେ ଲାଞ୍ଚ ଅର୍ଥ ନେଉଥିବା ବେଳେ ଭିଜିଲାନ୍ସ ଅଧିକାରୀମାନେ ତାଙ୍କୁ ଧରିଥିଲେ। ତାଙ୍କଠାରୁ ସମସ୍ତ ଲାଞ୍ଚ ଅର୍ଥ ଜବତ କରାଯାଇଛି।

ଲାଞ୍ଚ ନେଇ ଧରାପଡ଼ିବା ପରେ ଅମିନ ଭାସ୍କର ମେହେରଙ୍କର ଦୁଇଟି ଠିକଣାରେ ଭିଜିଲାନ୍ସ ପକ୍ଷରୁ ଚଢ଼ାଉ କରାଯାଇଛି। ସେ ଆୟ ବହିର୍ଭୂତ ସଂପତ୍ତି ଠୁଳ କରିଥିବା ସନ୍ଦେହରେ ଏହି ଚଢ଼ାଉ କରାଯାଇଛି। ଭିଜିଲାନ୍ସ ପକ୍ଷରୁ ଘଟଣାର ତଦନ୍ତ ଜାରି ରହିଛି।

Advertisment

ସୂଚନାଯୋଗ, ଗତକାଲି ବଲାଙ୍ଗିର ଜିଲ୍ଲା ବେଲପଡ଼ା ବ୍ଳକର କନିଷ୍ଠ ଯନ୍ତ୍ରୀ ହରେକୃଷ୍ଣ ସାହୁ ଜଣେ ବ୍ୟକ୍ତିଙ୍କଠାରୁ ୭ ହଜାର ଟଙ୍କା ଲାଞ୍ଚ ନେଉଥିବା ବେଳେ ଭିଜିଲାନ୍ସ ହାତରେ ଧରାପଡ଼ିଥିଲେ। ଜଳ ସେଚନ ପାଇଁ କୂପ ଖନନ ନିମନ୍ତେ ଦେୟ ପ୍ରଦାନ କରିବାକୁ ଜଣେ ହିତାଧିକାରୀଙ୍କଠାରୁ ସେ ଏହି ଟଙ୍କା ନେଉଥିବା ବେଳେ ଧରାପଡ଼ିଥିଲେ।

Odisha Vigilance Vigilance Raid Vigilance Net