ବାଲେଶ୍ୱର ପୌରାଞ୍ଚଳରେ କୋହଳ ହେଲା କର୍ଫ୍ୟୁ; ଆଜିଠୁ ଖୋଲିବ ଶିକ୍ଷାନୁଷ୍ଠାନ

ଏହି ଘଟଣାରେ ମୋଟ ୨୯ ଟି ମାମଲା ରୁଜୁ ହୋଇଥିବା ବେଳେ ଗିରଫ ସଂଖ୍ୟା ୮୯ରେ ପହଞ୍ଚଛି।

ବାଲେଶ୍ୱରରେ କୋହଳ ହେଲା କର୍ଫ୍ୟୁ

  • Published: Monday, 24 June 2024
  • , Updated: 24 June 2024, 07:36 AM IST

ବାଲେଶ୍ୱର ପୌରାଞ୍ଚଳରେ କୋହଳ ହୋଇଛି କର୍ଫ୍ୟୁ। ଆଜିଠୁ ଖୋଲିବ ସମସ୍ତ ଶିକ୍ଷାନୁଷ୍ଠାନ। ସମସ୍ତ ସ୍କୁଲ କଲେଜ ଓ ଅଙ୍ଗନବାଡି କେନ୍ଦ୍ର ଖୋଲିବ। ଲ୍ୟାଣ୍ଡ ଲାଇନ୍ ଓ ବ୍ରଡବ୍ୟାଣ୍ଡରେ ସେବା ମିଳୁଥିବା ବେଳେ ଆଜିଠାରୁ ମୋବାଇଲରେ ଇଣ୍ଟରନେଟର ସୁବିଧା ମିଳିବ।

ସେହିପରି ସହଦେବଖୁଣ୍ଟା ଥାନା ଅଞ୍ଚଳରେ ସକାଳ ୫ଟାରୁ ରାତି ୯ଟା ପର୍ଯ୍ୟନ୍ତ କର୍ଫ୍ୟୁ କୋହଳ ରହିବ। ଟାଉନ ଥାନା ଅଞ୍ଚଳରେ ସକାଳ ୫ଟାରୁ ଅପରାହ୍ନ ୨ଟା ପର୍ଯ୍ୟନ୍ତ କୋହଳ ରହିବ କର୍ଫ୍ୟୁ।

ଏହି ଘଟଣାରେ ମୋଟ ୨୯ ଟି ମାମଲା ରୁଜୁ ହୋଇଥିବା ବେଳେ ଗିରଫ ସଂଖ୍ୟା ୮୯ରେ ପହଞ୍ଚଛି। ଅନ୍ୟପକ୍ଷରେ କୌଣସି ଗୁଜବ ପ୍ରଚାର, ସୋଶାଲ ମିଡିଆ ପୋଷ୍ଟ ଉପରେ ନଜର ରଖିଛି ସାଇବର ଟିମ୍। ଜଣେ ଗୁଜବକାରୀଙ୍କ ବିରୁଦ୍ଧରେ କାର୍ଯ୍ୟାନୁଷ୍ଠାନ ନିଆଯାଇଛି।

ସୂଚନାଯୋଗ୍ୟ, କିଛିଦିନ ତଳେ  ସହରର ଭୁଜାଖିଆ ପୀର ନିକଟରେ କୌଣସି କାରଣକୁ ନେଇ ଦୁଇ ଗୋଷ୍ଠୀ ମଧ୍ୟରେ ଗଣ୍ଡଗୋଳ ହୋଇଥିଲା । ଏହାପରେ ଉଭୟ ଗୋଷ୍ଠୀ ମୁହାଁମୁହିଁ ହେବା ସହ ଫୋର୍ସ ଉପରକୁ ପଥର ମାଡ଼ ଅଭିଯୋଗ ହୋଇଥିଲା। ସ୍ଥିତି ନିୟନ୍ତ୍ରଣ ପାଇଁ ଲାଠିଚାର୍ଜ କରିଥିଲା ପୁଲିସ। ଗଣ୍ଡଗୋଳରେ ୪ରୁ ୫ ଜଣ ଆହତ ହୋଇଥିବା ବେଳେ ୧୫ରୁ ୨୦ଟି ଗାଡ଼ି ଭଙ୍ଗାରୁଜା ହୋଇଥିଲା।

ବିଳମ୍ବିତ ରାତିରେ ମଧ୍ୟ ସୁଏଲପୁର ଓ ଦପ୍ତରସାହିର ଅଞ୍ଚଳର କିଛି ସ୍ଥାନରେ ଗାଡ଼ି ଭଙ୍ଗାରୁଜା ଓ ଦୋକାନ ଆସବାବପତ୍ରରେ ନିଆଁ ଲଗାଯିବା ଭଳି ଘଟଣା ସାମ୍ନାକୁ ଆସିଥିଲା। ପୁଲିସ୍‌ ଉପସ୍ଥିତିରେ ଦୁଇ ଗୋଷ୍ଠୀ ମୁହାଁମୁହିଁ ହେବା ସହ। ପରସ୍ପରକୁ ଢେଲା ପଥର ମାଡ଼ କରିଥିଲେ। ଢେଲା ପଥର ମାଡ଼ରେ ସାଧାରଣ ଜନତା, ପୁଲିସ୍‌ ଓ କିଛି ଗଣମାଧ୍ୟମ ପ୍ରତିନିଧି ଆହତ ହୋଇଥିଲେ । ଏହାପରେ ସମଗ୍ର ବାଲେଶ୍ୱର ପୌରାଞ୍ଚଳରେ ଅନିର୍ଦ୍ଦିଷ୍ଟ କାଳ ପାଇଁ କର୍ଫ୍ୟୁ ଜାରି କରାଯାଇଥିଲା।

Related story