Advertisment

ପାଟଣାଗଡ଼ ପାର୍ସଲ ବୋମା ବିସ୍ପୋରଣ ମାମଲା, କୋର୍ଟରେ ଅରୁଣ ବୋଥ୍ରାଙ୍କ ସାକ୍ଷ୍ୟ ଗ୍ରହଣ

ଆଜି ପାଟଣାଗଡ଼ ଏଡ଼ିଜେଙ୍କ କୋର୍ଟରେ ସାକ୍ଷ୍ୟ ପ୍ରଦାନ କରିଛନ୍ତି ତତକଳୀନ କ୍ରାଇମବ୍ରାଞ୍ଚ ଆଇ. ଜି ଅରୁଣ ବୋଥ୍ରା । ୬୦ ନମ୍ବର ସାକ୍ଷୀ ଭାବରେ ଆଜି ଅରୁଣ ବୋଥ୍ରା ସାକ୍ଷ୍ୟ ପ୍ରଦାନ କରିଛନ୍ତି ।

ଅଦ୍ୟତନ ହୋଇଛି
Arun Bothra

Arun Bothra

Advertisment

ବହୁ ଚର୍ଚ୍ଚିତ ପାଟଣାଗଡ଼ ପାର୍ସଲ ବୋମା ବିସ୍ପୋରଣ ଘଟଣାକୁ ୬ ବର୍ଷ ପୂରି ଯାଇଥିବା ବେଳେ ଏବେବି ବି କୋର୍ଟରେ ଏହାର ଶୁଣାଣି ଚାଲିଛି। ଆଜି ପାଟଣାଗଡ଼ ଏଡ଼ିଜେଙ୍କ କୋର୍ଟରେ ସାକ୍ଷ୍ୟ ପ୍ରଦାନ କରିଛନ୍ତି ତତକଳୀନ କ୍ରାଇମବ୍ରାଞ୍ଚ ଆଇ. ଜି ଅରୁଣ ବୋଥ୍ରା । ୬୦ ନମ୍ବର ସାକ୍ଷୀ ଭାବରେ ଆଜି ଅରୁଣ ବୋଥ୍ରା ସାକ୍ଷ୍ୟ ପ୍ରଦାନ କରିଛନ୍ତି । ଆଜି ଅରୁଣ ବୋଥ୍ରା ପାଟଣାଗଡ଼ ପହଞ୍ଚିଥିବା ବେଳେ କୋର୍ଟରେ ତାଙ୍କ ସାକ୍ଷ୍ୟ ଗ୍ରହଣ କରାଯାଇଛି।

Advertisment

କୋର୍ଟରେ ସରକାରୀ ଓକିଲ ଓ ଏହି ଘଟଣାର ମୁଖ୍ୟ ଅଭିଯୁକ୍ତ ପୁଞ୍ଜିଲାଲଙ୍କ ଓକିଲ ଉପସ୍ଥିତ ଥିଲେ। ଏହି ହାଇ ପ୍ରୋଫାଇଲ ବିସ୍ଫୋରଣ ଘଟଣାର ତଦନ୍ତ କରୁଥିଲେ ଅରୁଣ ବୋଥ୍ରା । ପୁଞ୍ଜିଲାଲକୁ ନେଇ ହୋଇଥିବା କ୍ରାଇମସିନ୍‌ର ସିଡି ଡିସ୍‌ପ୍ଲେ ପାଇଁ ଶୁଣାଣି ବେଳେ ଦାବି ହୋଇଛି। କ୍ରାଇମବ୍ରାଞ୍ଚ ଓକିଲଙ୍କ ଦାବିକୁ ବିରୋଧ କରିଛନ୍ତି ପ୍ରତିପକ୍ଷ ଓକିଲ। ଆସନ୍ତା ସେପ୍ଟେମ୍ବର ୧୧ ତାରିଖରେ ପରବର୍ତ୍ତୀ ଶୁଣାଣି ହେବ ।

୨୦୧୮ ମସିହାରେ ବହୁ ଚର୍ଚ୍ଚିତ ପାଟଣାଗଡ଼ ପାର୍ସଲ ବୋମା ବିସ୍ପୋରଣ ଘଟଣା ଘଟିଥିଲା। ପାଟଣାଗଡ଼ ସହରର ବରହମ୍‌ପୁରାରେ ଅଧ୍ୟାପକ ରବୀନ୍ଦ୍ର ସାହୁଙ୍କ ଘରକୁ ଆସିଥିବା ଏକ ପାର୍ସଲ ବୋମା ବିସ୍ଫୋରଣ ହୋଇଥିଲା। ଏଥିରେ ରବୀନ୍ଦ୍ରଙ୍କ ନବବିବାହିତ ପୁଅ ସୌମ୍ୟଶେଖର ଏବଂ ସମ୍ପର୍କୀୟଙ୍କ ମୃତ୍ୟୁ ଘଟିଥିଲା। ଏହି ବିସ୍ଫୋରଣରେ ସୌମ୍ୟଶେଖରଙ୍କ ପତ୍ନୀ ରିମାରାଣୀ ଗୁରୁତର ଆହତ ହୋଇଥିଲେ।ଦୀର୍ଘ ଦିନର ଚିକିତ୍ସା ପରେ ସେ ମୃତ୍ୟୁ ମୁହଁରୁ ଫେରିଥିଲେ।

Advertisment

ଏହି ଘଟଣା ସମଗ୍ର ରାଜ୍ୟରେ ହଲଚଲ ସୃଷ୍ଟି କରିଥିବା ବେଳେ ରାଜ୍ୟ ସରକାରଙ୍କ ନିର୍ଦ୍ଦେଶ କ୍ରମେ ଏହାର ତଦନ୍ତ ଭାର ନେଇଥିଲା କ୍ରାଇମବ୍ରାଞ୍ଚ । ଅରୁଣ ବୋଥ୍ରାଙ୍କ ନେତୃତ୍ୱରେ ଚାଲିଥିଲା ତଦନ୍ତ। ଘଟଣାର ଏକମାତ୍ର ମୁଖ୍ୟ ଅଭିଯୁକ୍ତ ଇଂରାଜୀ ଅଧ୍ୟାପକ ପୁଞ୍ଜିଲାଲ ମେହେରକୁ ଗିରଫ କରିଥିଲା କ୍ରାଇମବ୍ରାଞ୍ଚ । ବଲାଙ୍ଗିର ଜେଲରେ ପୁଞ୍ଜିଲାଲ ମେହେର ଏବେ ବିଚାରାଧୀନ ବନ୍ଦୀ ଭାବରେ ଅଛନ୍ତି ।

ପୁଞ୍ଜିଲାଲ ସୌମ୍ୟଶେଖରଙ୍କ ମାଆ ସଂଯୁକ୍ତା ସାହୁଙ୍କ ସହ ଏକାଠି ଭଇଁଷାର କଲେଜରେ କାମ କରୁଥିଲେ। ସଂଯୁକ୍ତା ସାହୁ ଭଇଁଷାର କଲେଜର ଅଧ୍ୟକ୍ଷା ଥିଲେ ମଧ୍ୟ ପୁଞ୍ଜିଲାଲ ତାଙ୍କୁ ଅଧ୍ୟକ୍ଷା ଭାବେ ଗ୍ରହଣ କରି ପାରୁ ନଥିଲେ। କାରଣ ସଂଯୁକ୍ତା ସେହି କଲେଜକୁ ବଦଳି ହୋଇ ଆସିବା ପୂର୍ବରୁ ପୁଞ୍ଜିଲାଲ ଉକ୍ତ କଲେଜର ଅଧ୍ୟକ୍ଷ ଦାୟିତ୍ୱରେ ଥିଲେ। ତେବେ ବରିଷ୍ଠତା ଭିତ୍ତିରେ ସଂଯୁକ୍ତାଙ୍କୁ ଅଧ୍ୟକ୍ଷା କରାଯାଇଥିଲା। ଏହାକୁ ନେଇ ତାଙ୍କର ସଂଯୁକ୍ତାଙ୍କ ସହିତ ବିବାଦ ଲାଗି ରହିଥିବା ବେଳେ ବିଭିନ୍ନ ସମୟରେ ସେ ତାଙ୍କୁ ହଇରାଣ କରୁଥିଲେ।

ଏତିକିରେ ମନ ଶାନ୍ତ ନ ହେବାରୁ ପ୍ରତିଶୋଧ ନେବା ନିମନ୍ତେ ପୁଞ୍ଜିଲାଲ ରଚିଥିଲେ ଭୟଙ୍କର ଷଡଯନ୍ତ୍ର । ସଂଯୁକ୍ତାଙ୍କ ପୁଅ ବାହାଘରରେ ସେ ପାର୍ସଲ ବୋମା ବିସ୍ଫୋରଣ କରିଥିଲେ। ଏହାପରେ ପ୍ରମାଣ ନଷ୍ଟ କରି ପୁଲିସ ଆଖିରେ ଧୂଳି ଦେବା ନିମନ୍ତେ ସେ ବାରମ୍ବାର ଦୃଶ୍ୟମ ସିନେମା ଦେଖୁଥିଲେ । ପୁଞ୍ଜିଲାଲ ରହୁଥିବା ଘର ସାମ୍ନାର ଡଷ୍ଟବିନକୁ ବଲାଙ୍ଗିର ପୁଲିସର ସାଇଣ୍ଟିଫିକ ଟିମ୍‌ ଯାଞ୍ଚ କରିଥିଲେ । ଡଷ୍ଟବିନ ଭିତରୁ କିଛି କଟା ତାର, ଇଲେଟ୍ରୋନିକ୍ସ ଯନ୍ତ୍ରାସଂ ଏବଂ ଗୁଣ୍ଡଯୁକ୍ତ ଏକ୍ସପ୍ଳୋସିଭ ବାହାରିଥିଲା। ଏହି ମାମଲାରେ କ୍ରାଇମବ୍ରାଞ୍ଚ ପୁଞ୍ଜିଲାଲଙ୍କୁ ଗିରଫ କରିଥିଲା।

Balangir Arun Bothra
Advertisment
ସମ୍ବନ୍ଧୀୟ ପ୍ରବନ୍ଧଗୁଡ଼ିକ
Here are a few more articles:
ପରବର୍ତ୍ତୀ ପ୍ରବନ୍ଧ ପ Read ଼ନ୍ତୁ
Subscribe