ପୁରୀ: ପୁରୀ ଜିଲ୍ଲା ଅସ୍ତରଙ୍ଗ ଦିନାଡିଆଁ ଗାଁରେ ଗୋଟିଏ ପରିବାରର ୪ଜଣ ସଦସ୍ୟଙ୍କୁ ହତ୍ୟା ଘଟଣା ଏବେ ବି ରହସ୍ୟ ଘେରରେ ରହିଛି। ଗତକାଲିଠୁ କ୍ରାଇମବ୍ରାଞ୍ଚ ଘଟଣାର ତଦନ୍ତ ଆରମ୍ଭ କରିଛି। କ୍ରାଇମବ୍ରାଞ୍ଚ ଏସପି ରମେଶ ବେହେରା ଓ କ୍ରାଇମବ୍ରାଞ୍ଚ ଆଡିସିନାଲ ଡିଏସପି ଆରକେ ସୁଆଲ, ଷ୍ଟେଟ୍ ଫରେନସିକ୍ ଲ୍ୟାବର ଡିଏନ୍ଏ ଡିଭିଜନ ଆସିଷ୍ଟାଣ୍ଟ ଡାଇରେକ୍ଟର ଅରୁଣ କୁମାର ସ୍ୱାଇଁଙ୍କ ସମେତ ୮ ଜଣିଆ ଟିମ୍ ଗାଁରେ ପହଞ୍ଚି ଖୋଳତାଡ଼ କରିଛି। କ୍ରାଇମବ୍ରାଞ୍ଚ ଟିମ୍ ପ୍ରଥମେ କାକଟପୁର ଓ ଅସ୍ତରଙ୍ଗ ଥାନାରେ ପହଞ୍ଚି ତଥ୍ୟ ସଂଗ୍ରହ କରିଛି। ଦିନାଡିଆଁ ଗାଁର ଅବସରପ୍ରାପ୍ତ ଡିଆଇ ଦୀନବନ୍ଧୁ ମଲ୍ଲିକ ତାଙ୍କ ପତ୍ନୀ ନିର୍ମଳା ଓ ୪ ଏବଂ ୧୧ ବର୍ଷର ଦୁଇ ଛୋଟ ଝିଅଙ୍କର ଗଳାକଟା ଅବସ୍ଥାରେ ମଙ୍ଗଳବାର ସଂଧ୍ୟାରେ ମୃତଦେହ ଉଦ୍ଧାର କରାଯାଇଥିଲା। ଏହି ଘଟଣାକୁ ନେଇ ସ୍ଥାନୀୟ ଅଞ୍ଚଳରେ ଚାଞ୍ଚଲ୍ୟ ଖେଳିଯିବା ସହ ଦିନାଡିଆଁରେ ଉତ୍ତେଜନାମୂଳକ ପରିସ୍ଥିତି ସୃଷ୍ଟି ହୋଇଥିଲା। ପରେ ମୁଖ୍ୟମନ୍ତ୍ରୀ ଘଟଣାର କ୍ରାଇମବ୍ରାଞ୍ଚ ତଦନ୍ତ ନିର୍ଦ୍ଦେଶ ଦେଇଥିଲେ।
ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।
Related Stories
Crime
୩ ପ୍ରେମିକ ଭଲ ପାଉଥିଲେ; ବାହା ହେବା ପାଇଁ ମନା କରିବାରୁ ମାରି ଝୁଲାଇ ଦେଲେ!
ଜେମାଙ୍କଠାରୁ ପ୍ରତ୍ୟାଖିତ ହେବା ପରେ ଏକ ତରଫା ପ୍ରେମିକମାନେ ଚିନ୍ତାରେ ପଡ଼ିଯାଇଥିଲେ। ପ୍ରତିଶୋଧ ପରାୟଣା ହୋପଡ଼ିଥିଲେ। ଜେମାଙ୍କୁ ରାସ୍ତାରୁ ହଟାଇବା ପାଇଁ ଯୋଜନା କରିଥିଲେ। ଆଜି ଅପରାହ୍ନରେ ଜେମାଙ୍କୁ ହତ୍ୟା କରି ଗାଁ ମୁଣ୍ଡ ଗଛରେ ଥିବା ଏକ ଗଛରେ ଝୁଲାଇ ଦେଲେ।
Crime
ଅନ୍ତରଙ୍ଗ ମୁହୂର୍ତ୍ତ ଫଟୋ ଭାଇରାଲ୍ କଲେ ପ୍ରେମିକ; ଝୁଲି ପଡ଼ିଲେ ପ୍ରେମିକା
ପରବର୍ତ୍ତୀ ସମୟରେ ଭାନୁ ବିବାହ ପାଇଁ ରାଜି ହୋଇନଥିଲେ। ଯେଉଁଥିପାଇଁ ଚିନ୍ତାରେ ପଡ଼ି ଯାଇଥିଲେ ଅନୀଲ୍। ଆଉ ନିଜ ପାଖରେ ଥିବା ଭାନୁଙ୍କ ଅନ୍ତରଙ୍ଗ ମୁହୂର୍ତ୍ତର ଫଟୋକୁ ସୋଶାଲ୍ ମିଡିଆରେ ଭାଇରାଲ କରି ଦେଇଥିଲେ।
Crime
ରାଜଧାନୀ ମର୍ଡର ମାମଲାରେ ୨ ମହିଳାଙ୍କ ସହ ୫ ଗିରଫ
କେଦାରପଲ୍ଲୀ ବସ୍ତିରେ ସହଦେବ ନାୟକ ଘର। ବୁଧବାର ସକାଳ ପ୍ରାୟ ୮ଟା ବେଳେ ସେ ସ୍କୁଟିରେ ଯାଉଥିବା ବେଳେ ଆକ୍ରମଣ ହୋଇଥିଲା। କେଦାରପଲ୍ଲୀ ଲକ୍ଷ୍ମୀଧର ନାୟକ ଓରଫ ମଣ୍ଟି ଓ ତାଙ୍କର ସହଯୋଗୀ ଖୋର୍ଦ୍ଧା ଜିଲ୍ଲାର ରକି ନାୟକ ଆକ୍ରମଣ କରିଥିଲା।
Crime
ରାଉରକେଲା ଷ୍ଟିଲ୍ ପ୍ଲାଣ୍ଟରେ ଅଘଟଣ: ନିଜକୁ ଗୁଳି କରି ଦେଲେ ସିଆଇଏସ୍ଏଫ୍ ଯବାନ
ମୃତ ଯବାନଙ୍କ ଘର କେରଳରେ ହୋଇଥିବା ବେଳେ ଏହି ଅଘଟଣ ପଛର ପ୍ରକୃତ କାରଣ ଜଣାପଡ଼ିନାହିଁ।
Crime
ଅଫିସ ପାର୍କିଂରେ ମହିଳା ସହକର୍ମୀଙ୍କୁ ବୀଭତ୍ସ ହତ୍ୟା: ସମସ୍ତେ ଦେଖିଲେ, କିନ୍ତୁ କିଛି କଲେନି
ଯୁବକ ଜଣଙ୍କ ପାର୍କିଂ ଲଟରେ ମହିଳାଙ୍କୁ ଆକ୍ରମଣ କରୁଥିବା ବେଳେ ସମସ୍ତେ ଏହାକୁ ଦେଖିଥିଲେ। କିନ୍ତୁ କେହି ବି ଯୁବକଙ୍କୁ ଅଟକାଇବାକୁ ଚେଷ୍ଟା ନ କରିବା ସମସ୍ତଙ୍କୁ ଆଶ୍ଚର୍ଯ୍ୟ କରିଛି।