ଆସିକା: ଗଞ୍ଜାମ ଜିଲ୍ଲା ହିଞ୍ଜିଳି ଥାନା ଅନ୍ତର୍ଗତ ଶିକିରି ଗାଁର ବାଲିବନ୍ଧ ସାହିରେ ପୂର୍ବ ଶତ୍ରୁତାକୁ କେନ୍ଦ୍ର କରି ଜଣେ ଯୁବକଙ୍କୁ ହତ୍ୟା କରାଯାଇଥିବା ଅଭିଯୋଗ ହୋଇଛି। ମୃତ ଯୁବକ ହେଉଛନ୍ତି ଅକ୍ରୁର ପ୍ରଧାନଙ୍କ ବଡ଼ ପୁଅ ସୁଶାନ୍ତ। ଗତକାଲି ରାତିରେ ସୁଶାନ୍ତ ଓ ତାଙ୍କ ସାନ ଭାଇ ଶିବ ସେମାନଙ୍କ ଦୋକାନରେ ଶୋଇଥିଲେ। ଏହିସମୟରେ ଗାଁର କିଛି ଯୁବକ ସଂଘବଦ୍ଧ ହୋଇ ଦୁଇ ଭାଇଙ୍କୁ ଆକ୍ରମଣ କରିଥିଲେ। ପ୍ରଥମେ ଶିବକୁ ମାଡ଼ ମାରିବା ସହ ଗାଁ ନିକଟ ଏକ କେନାଲରେ ଫୋପାଡି ଦେଇଥିଲେ। ତା’ପରେ ସେମାନେ ସୁଶାନ୍ତକୁ ହତ୍ୟା କରିଥିବା ପରିବାର ଲୋକେ ଅଭିଯୋଗ କରିଛନ୍ତି।
ପୋଲିସ୍ ଘଟଣାସ୍ଥଳରେ ପହଞ୍ଚି ଶବ ଉଦ୍ଧାର କରି ବ୍ୟବଚ୍ଛେଦ ପାଇଁ ପଠାଇବା ସହ ସନ୍ଧାନୀ କୁକୁର ଓ ସାଇଣ୍ଟିଫିକ୍ ଟିମ୍ଦ୍ୱାରା ତଦନ୍ତ ଚଳାଇଥିବା ହିଞ୍ଜିଳି ଥାନା ଆଇଆଇସି ପ୍ରଶାନ୍ତ ସାହୁ କହିଛନ୍ତି।
ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।
Related Stories
International
ଖଲିସ୍ତାନୀ ଆତଙ୍କବାଦୀ ନିଜ୍ଜାର ହତ୍ୟା ମାମଲା: ୪ ଭାରତୀୟ ଅଭିଯୁକ୍ତଙ୍କୁ ମିଳିଲା ଜାମିନ
ଖଲିସ୍ତାନୀ ଆତଙ୍କବାଦୀ ହରଦୀପ ନିଜ୍ଜାରକୁ ଜୁନ୍ ୨୦୨୩ରେ ବ୍ରିଟିଶ କଲମ୍ବିଆର ସରେରେ ହତ୍ୟା କରାଯାଇଥିଲା। ଭାରତ ସରକାର ଏହି ହତ୍ୟାକାଣ୍ଡରେ ସଂପୃକ୍ତ ଥିବା ଅଭିଯୋଗ କରିଥିଲେ କାନାଡା ସରକାର।
Crime
ବ୍ୟାଙ୍କରୁ ଫେରୁଥିଲେ ଅବସରପ୍ରାପ୍ତ ପୁଲିସ କର୍ମଚାରୀ, ୫ ଲକ୍ଷ ଟଙ୍କା ଝାମ୍ପି ନେଲେ ଦୁଇ ଲୁଟେରା
ସୁଶୀଲ ମାଝୀଙ୍କ ଅଭିଯୋଗ ଆଧାରରେ ପୁଲିସ ମାମଲା ରୁଜୁ କରି ତଦନ୍ତ କରୁଛି।
Crime
Z1ରେ ରହିଛି ହଂସିକାଙ୍କ ୩ଟି ଫ୍ଲାଟ୍; IT ଓ ପୁଲିସ୍ ଚଢ଼ଉ
ଠକେଇ ରାଣୀ ହଂସିକା ଅଭିଲିପ୍ସା ଓ ତାଙ୍କ ସ୍ୱାମୀ ଅନୀଲ ମହାନ୍ତିଙ୍କ ପେଡି ଖୋଲିବା ପାଇଁ ଉଭୟଙ୍କୁ ରିମାଣ୍ଡରେ ଆଣିଥିଲା ଆୟକର ବିଭାଗ(IT) ଓ କମିସନରେଟ୍ ପୁଲିସ୍।। କୋର୍ଟଙ୍କ ଅନୁମତି ପରେ ଉଭୟଙ୍କୁ ଜେରା ପାଇଁ ଆଣିଥିଲେ।
Crime
ନାବାଳିକାଙ୍କୁ ଦୁଷ୍କର୍ମ ଉଦ୍ୟମ, ପ୍ରତିବାଦ କରିବାରୁ ଛୁରା ମାଡ଼
ନାବାଳିକାଜଣକ ପ୍ରତିବାଦ କରିବାରୁ ଯୁବକ ପାଲଟିଗଲେ ପିଶାଚ। ରକ୍ତମୁଖା ପାଲଟି ଏକ ଛୁରୀରେ ନାବାଳିକାଙ୍କୁ ଏକାଧିକ ଥର କଲେ ଛୁରା ମାଡ଼ ।
Crime
ନକଲି ସୁନା ଦେଇ ଲୁଟିବାକୁ ବସିଥିଲେ, ମାଡ଼ି ବସିଲା ପୁଲିସ୍
ଦେଖିବାକୁ ପୁରା ସୁନା ପରି ଚିକଚିକ୍ କରୁଥିଲା। ତିଳେ ବି ସନ୍ଦେହ ହେବାର ନ ଥିଲା। ଏପରି ନକଲି ସୁନା ଦେଇ ଅସଲି ଟଙ୍କା ଲୁଟିବାକୁ ବସିଥିଲା ଧୂର୍ତ୍ତ । ମାତ୍ର ତା’ ପୂର୍ବରୁ ମାଡ଼ି ବସିଲା ପୁଲିସ୍।