Advertisment

ଭିଜିଲାନ୍ସ ଜାଲରେ ସହକାରୀ ନିର୍ବାହୀ ଯନ୍ତ୍ରୀ; ୬ଟି ସ୍ଥାନରେ ଚଢ଼ାଉ

ଏହି ରେଡରେ ଭିଜିଲାନ୍ସର ଜଣେ ଅତିରିକ୍ତ ଏସପି, ୨ ଜଣ ଡିଏସପି ଓ ୮ ଇନିସପେକ୍ଟର ଓ ୬ ଏଏସଆଇ ଚଢ଼ାଉରେ ସାମିଲ ଅଛନ୍ତି।

ଅଦ୍ୟତନ ହୋଇଛି
Vigilance Raid

Vigilance Raid

Advertisment

ଭିଜିଲାନ୍ସ ଜାଲରେ ବ୍ଲକ ସହକାରୀ ନିର୍ବାହୀ ଯନ୍ତ୍ରୀ। ଆୟ ବର୍ହିଭୂତ ସମ୍ପତ୍ତି ଠୁଳ ଅଭିଯୋଗରେ ଜୟପୁର ବ୍ଲକ ସହକାରୀ ନିର୍ବାହୀ ଯନ୍ତ୍ରୀ ବିଶ୍ୱନାଥ ପାତ୍ରଙ୍କ ଘରେ ଭିଜିଲାନ୍ସ ପକ୍ଷରୁ ଚଢ଼ାଉ କରାଯାଇଛି। ବିଶ୍ୱନାଥଙ୍କ ଜୟପୁର, ଗଞ୍ଜାମ ଓ ଭୁବନେଶ୍ୱରରେ ଥିବା ଘର ସମେତ ଏକକାଳୀନ ୬ଟି ସ୍ଥାନରେ ଚଢ଼ାଉ କରାଯାଇଛି। 

Advertisment

ଜୟପୁରରେ ତିନି ମହଲା କୋଠା, ଗଞ୍ଜାମ ଜିଲ୍ଲା ବେଲଗୁଣ୍ଠାର କୋଳିସାହିରେ ଦୁଇ ମହଲା ବିଲଡିଂ, ଜୟପୁର ବ୍ଲକ ଅଫିସ ଚାମ୍ବର, ଜୟପୁର ମ୍ୟୁନିସିପାଲିଟି ଅଫିସ ଚାମ୍ବର
ଓ ଭୁବନେଶ୍ୱର ନିଳାଦ୍ରୀ ବିହାରରେ ସମ୍ପର୍କୀୟଙ୍କ ଘରେ ଏହି ଚଢ଼ାଉ କରାଯାଇଛି।

ବିଶ୍ୱନାଥ ଆୟ ବର୍ହିଭୂତ ସମ୍ପତ୍ତି ଠୁଳ କରିଥିବା ଅଭିଯୋଗ ହୋଇଥିଲା। ଭିଜିଲାନ୍ସ ଘଟଣାର ତତନ୍ତ କରି ତାଙ୍କ ଘରେ ଚଢ଼ାଉ  କରିଛି।  ପୌରପାଳିକାର ଯନ୍ତ୍ରୀ ଦାୟିତ୍ୱ ମଧ୍ୟ ଅଛନ୍ତି ବିଶ୍ୱନାଥ। ଏହି ରେଡରେ ଭିଜିଲାନ୍ସର ଜଣେ ଅତିରିକ୍ତ ଏସପି, ୨ ଜଣ ଡିଏସପି ଓ ୮ ଇନିସପେକ୍ଟର ଓ ୬ ଏଏସଆଇ ଚଢ଼ାଉରେ ସାମିଲ ଅଛନ୍ତି।  

Advertisment
Bhubaneswar Vigilance Raid
Advertisment
ସମ୍ବନ୍ଧୀୟ ପ୍ରବନ୍ଧଗୁଡ଼ିକ
Here are a few more articles:
ପରବର୍ତ୍ତୀ ପ୍ରବନ୍ଧ ପ Read ଼ନ୍ତୁ
Subscribe