Advertisment

୫୦ ହଜାର ଟଙ୍କା ଲାଞ୍ଚ ନେଇ ଧରାପଡ଼ିଲେ ସହକାରୀ କାର୍ଯ୍ୟନିର୍ବାହୀ ଯନ୍ତ୍ରୀ

ଲାଞ୍ଚ ନେଇ ଧରାପଡ଼ିବା ପରେ ସହକାରୀ କାର୍ଯ୍ୟନିର୍ବାହୀ ଯନ୍ତ୍ରୀ ଶ୍ରୀ ପାତ୍ରଙ୍କ ୪ଟି ଠିକଣାରେ ଏକକାଳୀନ ଚଢ଼ାଉ କରିଛି ଭିଜିଲାନ୍ସ।

ଅଦ୍ୟତନ ହୋଇଛି
Rabindra Patra

Rabindra Patra

Advertisment

୫୦ ହଜାର ଟଙ୍କା ଲାଞ୍ଚ ନେଇ ଭିଜିଲାନ୍ସ ହାତରେ ଧରାପଡ଼ିଛନ୍ତି ଝାରସୁଗୁଡ଼ା RWSSର ସହକାରୀ କାର୍ଯ୍ୟନିର୍ବାହୀ ଯନ୍ତ୍ରୀ (ଏଇଇ) ରବୀନ୍ଦ୍ର ପାତ୍ର। ତାଙ୍କଠାରୁ ସମସ୍ତ ଲାଞ୍ଚ ଅର୍ଥ ଜବତ କରାଯାଇଛି।

Advertisment

ବକେୟା ବିଲ୍‌ଗୁଡ଼ିକୁ ପାସ୍ କରି ଦେବା ପାଇଁ ସହକାରୀ କାର୍ଯ୍ୟନିର୍ବାହୀ ଯନ୍ତ୍ରୀ ରବୀନ୍ଦ୍ର ପାତ୍ର ଜଣେ ଠିକାଦାରଙ୍କଠାରୁ ଏହି ଲାଞ୍ଚ ନେଉଥିବା ବେଳେ ଧରାପଡ଼ିଛନ୍ତି।

ବକେୟା ବିଲ୍ ପାସ୍ କରି ଦେବା ପାଇଁ ଶ୍ରୀ ପାତ୍ର ଲାଞ୍ଚ ମାଗୁଥିବା ନେଇ ଭିଜିଲାନ୍ସରେ ଅଭିଯୋଗ କରିଥିଲେ ଉକ୍ତ ଠିକାଦାର। ତାଙ୍କ ଅଭିଯୋଗ ଆଧାରରେ ଯୋଜନାବଦ୍ଧ ଭାବେ ଆଜି ଶ୍ରୀ ପାତ୍ରଙ୍କୁ ଲାଞ୍ଚ ନେବା ବେଳେ ଧରିଥିଲା ଭିଜିଲାନ୍ସ।

Advertisment

ଲାଞ୍ଚ ନେଇ ଧରାପଡ଼ିବା ପରେ ସହକାରୀ କାର୍ଯ୍ୟନିର୍ବାହୀ ଯନ୍ତ୍ରୀ ଶ୍ରୀ ପାତ୍ରଙ୍କ ୪ଟି ଠିକଣାରେ ଏକକାଳୀନ ଚଢ଼ାଉ କରିଛି ଭିଜିଲାନ୍ସ। ସେ ଆୟ ବହିର୍ଭୂତ ସଂପତ୍ତି ଠୁଳ କରିଥିବା ସନ୍ଦେହରେ ଏହି ଚଢ଼ାଉ କରାଯାଇଛି। ତା’ସହିତ ଅଧିକ ତଦନ୍ତ ଜାରି ରହିଛି।

Bribe Odisha Vigilance Vigilance Net Vigilance
Advertisment
ସମ୍ବନ୍ଧୀୟ ପ୍ରବନ୍ଧଗୁଡ଼ିକ
Here are a few more articles:
ପରବର୍ତ୍ତୀ ପ୍ରବନ୍ଧ ପ Read ଼ନ୍ତୁ
Subscribe