ଭୁବନେଶ୍ୱର: ଅର୍ଥତତ୍ତ୍ୱ(ଏଟି) ଚିଟ୍ଫଣ୍ଡ କମ୍ପାନୀର ମାଲିକ ପ୍ରଦୀପ ସେଠୀ ନିର୍ଦ୍ଦିଷ୍ଟ ଗଣମାଧ୍ୟମକୁ ବୟାନ ଦେବା ଅଭିଯୋଗରେ ଦୁଇ ପୋଲିସ୍ କର୍ମଚାରୀ ନିଲମ୍ୱିତ ହୋଇଛନ୍ତି। ଏହି ଦୁଇ ପୋଲିସ୍ କର୍ମଚାରୀଙ୍କ ମଧ୍ୟରେ ଜଣେ ହାବିଲଦାର ଓ ଅନ୍ୟ ଜଣେ କନେଷ୍ଟବଳ ଅଛନ୍ତି।
ଜାନୁଆରୀ ୩୦ ତାରିଖରେ ଦୁଇ ପୋଲିସ୍ କର୍ମଚାରୀ ପ୍ରଦୀପଙ୍କୁ କୋର୍ଟରେ ହାଜର ପାଇଁ ଆଣିଥିଲେ। ଏହି ସମୟରେ ପ୍ରଦୀପ ଏକ ନିର୍ଦ୍ଦିଷ୍ଟ ଗଣମାଧ୍ୟମକୁ ସୂଚନା ଦେଇ କହିଥିଲେ,“ବିଜେଡି ସରକାର ଦୁଇ ମନ୍ତ୍ରୀ ମୋଠାରୁ ଆର୍ଥିକ ସହାୟତା ନେଇଛନ୍ତି। ସେନେଇ ସିରିଅସ୍ ଫ୍ରଡ୍ ଇନ୍ଭେଷ୍ଟିଗେସନ୍ ଅଫିସର(ଏସ୍ଏଫ୍ଆଇଓ)ଙ୍କ ଆଗରେ କହିବି। ଏହାଛଡ଼ା ଅନ୍ୟ ଯେଉଁମାନେ ମୋଠାରୁ ଟଙ୍କା ନେଇଛନ୍ତି ସେମାନଙ୍କ ମୁଖା ଖୋଲିଦେବି।”
ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।
Related Stories
Crime
ସରକାରୀ ଚାକିରି ବେପାର କରୁଥିଲେ 420 ଦମ୍ପତି
ରାଉରକେଲା ଟିମ୍ବର କୋଲୋନୀର ଲକ୍ଷ୍ମୀ ତନ୍ତି ଓ ତାଙ୍କ ସ୍ଵାମୀ ସଂଗ୍ରାମ ସାହୁ ପାଠଶାଠ କମ୍ ପଢ଼ିଛନ୍ତି। ତଥାପି ସରକାରୀ ଚାକିରି ବାଣ୍ଟୁଥିଲେ। ମାସର ଥରେ ବେକରେ ଆଇକାର୍ଡ ପକାଇ ରାଉରକେଲା କୋର୍ଟକୁ ଯାଉଥିଲେ।
Crime
ଚଳନ୍ତା ବାଇକରେ ରୋମାନ୍ସ କରୁଥିଲେ, ଭିଡିଓ ଭାଇରାଲ ପରେ ମାମଲା ରୁଜୁ
ଆଗରୁ ଟ୍ରାଫିକ ନିୟମ ଭାଙ୍ଗି ୧୦ ଥର ଜୋରିମାନା ଦେଇଥିଲେ। ଏବେ ପୁଣି ବାନ୍ଧବୀଙ୍କୁ ଧରି ଚଳନ୍ତା ବାଇକରେ ରୋମାନ୍ସ କରୁଥିଲେ।
Crime
ଅଭିନବ ଠକେଇ: ସନ୍ତାନହୀନ ମହିଳାଙ୍କୁ ଗର୍ଭବତୀ କଲେ ୫ ଲକ୍ଷ ମିଳିବ କହି ଲୋକଙ୍କ କରୁଥିଲେ ଚଳୁ
ଦେଶର ଏକାଧିକ ରାଜ୍ୟରେ ଚାଲୁଥିଲା ଏହି ରାକେଟ୍। ଏମାନଙ୍କ ଜାଲରେ ଯିଏ ଫସିଲା, ତାକୁ ବିଭିନ୍ନ ପର୍ଯ୍ୟାୟରେ ରେଜିଷ୍ଟ୍ରେସନ ପାଇଁ ୫୦୦ରୁ ୨୦ହଜାର ଟଙ୍କା ଆଦାୟ କରାଯାଉଥିଲା।
Crime
ବାଇକ୍ରେ ଆସିଲେ, ସୁନା ଚେନ୍ ଝାମ୍ପି ନେଲେ
ବାଇକ୍ରେ ଆସିଲେ। ଆଖି ପିଛୁଳାକେ ସ୍ପଷ୍ଟ ଦିବାଲୋକରେ ଥାନା ସମ୍ମୁଖରୁ ମହିଳାଙ୍କ ବେକରୁ ସୁନା ଚେନ୍ ଝାମ୍ପି ନେଲେ ।
Crime
ମଦ୍ୟପ ପୁଅର ନିର୍ଯାତନା ଅତିଷ୍ଠ କଲା, ଛୁରୀ ଭୁଷିଦେଲା ବାପା
ମଦ୍ୟପ ପୁଅର ନିର୍ଯାତନା ଅତିଷ୍ଠ କଲା। ଯେଉଁ ପୁଅ ବାପାର ସାହାରା ପାଲଟିବା କଥା, ସେ ମୁଣ୍ଡ ବିନ୍ଧାର କାରଣ ପାଲଟିଲା। ମଦ ନିଶାରେ ଚୁର ପୁଅର ସବୁବେଳେ କଲବଲ କରିବାରୁ ତାକୁ ରାସ୍ତାରୁ ସଫା କରିଦେଲା ବାପା।