ବାରିପଦା: ଆୟ ବହିର୍ଭୂତ ସମ୍ପତ୍ତି ଠୁଳ ଅଭିଯୋଗରେ ବାଲେଶ୍ୱର କମର୍ଦ୍ଦା ସେକ୍ସନର ପୂର୍ତ୍ତବିଭାଗ ସହକାରୀ ଯନ୍ତ୍ରୀ ମିହିର ପାତ୍ରଙ୍କ ଅଫିସ୍ ଓ ଘରେ ଆଜି ଭିଜିଲାନ୍ସ ଚଢାଉ କରିଛି । ବାରିପଦା ସ୍ଥିତ ଘର ଓ ବାଙ୍ଗିରିପୋଷି ପୈତୃକ ଘର ଉପରେ ମିଳିତ ଭାବେ ମଧ୍ୟ ଭିଜିଲାନ୍ସ ଚଢ଼ାଉ ହୋଇଛି। ବାରିପଦାରୁ ଦାମି କାର୍, କିଛି ଜମିଜମା କାଗଜପତ୍ର, ବ୍ୟାଙ୍କ ପାସବୁକ୍, ସୁନା ଅଳଙ୍କାର ଆଦିକୁ ଭିଜିଲାନ୍ସ ବିଭାଗ ଜବତ କରିଛି। ଆଜି ସକାଳୁ କଟକ ଭିଜିଲାନ୍ସ ଏସପିଙ୍କ ନିଦ୍ଦେର୍ଶକ୍ରମେ ଡିଏସପି ପ୍ରକାଶୁ କୁମାର ନାୟକଙ୍କ ନେତୃତ୍ୱରେ ଏହି ଚଢାଉ କରାଯାଇଥିଲା। ଏନେଇ ଅଧିକ ତଦନ୍ତ ଜାରି ରହିଛି। ତେବେ ସମସ୍ତ ଆକଳନ ପରେ ସମ୍ପତ୍ତିର ମୂଲ୍ୟ ଜଣାପଡିବ ବୋଲି ଭିଜିଲାନ୍ସ ବିଭାଗ ପକ୍ଷରୁ କୁହାଯାଇଛି।
ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।
Related Stories
Crime
ନାବାଳିକାକୁ ଗଣଦୁଷ୍କର୍ମ ମାମଲାରେ ଦୁଇ ଜଣଙ୍କୁ ଆଜୀବନ କାରାଦଣ୍ଡ
ପରିବାର ଲୋକେ ଖବର ପାଇ ଝିଅକୁ ରାସ୍ତାକଡ଼ରୁ ଉଦ୍ଧାର କରିଥିଲେ।
Crime
୫ ବର୍ଷର ଶିଶୁକନ୍ୟାକୁ ଦୁଷ୍କର୍ମ ଅଭିଯୋଗରେ ୫୫ ବର୍ଷୀୟ ବ୍ୟକ୍ତି ଗିରଫ
ଅଭିଯୋଗ ପାଇବା ପରେ ପୁଲିସ ଅଭିଯୁକ୍ତଙ୍କୁ ଥାନାକୁ ଆଣି ପଚରାଉଚରା କରିଥିଲା। ତା’ପରେ ତାଙ୍କୁ ଗିରଫ କରି କୋର୍ଟ ଚାଲାଣ କରିଥିଲା।
Crime
ଶିଶୁ ବିକ୍ରି ଘଟଣା: ନିଲମ୍ବିତ ଏଏନ୍ଏମ୍ ଗିରଫ, ଆଉ ୨ ଜଣଙ୍କୁ ବି ବାନ୍ଧିଲା ପୁଲିସ
ଏହି ଘଟଣାରେ ନିଜେ ଉପ-ମୁଖ୍ୟମନ୍ତ୍ରୀ କନକ ବର୍ଦ୍ଧନ ସିଂହଦେଓ ଗ୍ରାଉଣ୍ଡଜିରୋକୁ ଯାଇ ଘଟଣାର ତନାଘନା କରିଥିଲେ।
Crime
ବବିଙ୍କ ଭାଇ ଭବଙ୍କ ନାଁରେ ମାମଲା ରୁଜୁ
ଦୁଇ ଦିନ ତଳେ ଧର୍ମଶାଳା ବିଧାୟକଙ୍କୁ ଆକ୍ରମଣ ଘଟଣାରେ ବିବାଦୀୟ ହୋଇପଡ଼ିଥିବା ବବିଙ୍କ ଭାଇଙ୍କ ବିରୋଧରେ ଜଣେ ପରିବା ବ୍ୟବସାୟୀ ଦେଇଥିଲେ ଏତଲା।
Crime
ଉଗ୍ର ରୂପ ନେଲା ମନୋଜ ମିଶ୍ର-ବବି ଇସଲାମ କଳି; ଡିସିପି ଅଫିସ ଆଗରେ ହାଇଡ୍ରାମା
ଆଜି ଭୁବନେଶ୍ୱର ଡିସିପି ଅଫିସ ସମ୍ମୁଖରେ ପ୍ରଥମେ କଥା କଟାକଟି ଓ ପରେ ହାତାହାତି ଯାଏ କଥା ଗଲା। ପରେ ଡିସିପିଙ୍କ ଉପସ୍ଥିତିରେ ଏହି ଘଟଣାର ଆପୋଷ ସମାଧାନ ହୋଇଥିବା ଜଣାଯାଇଛି।