ଭୁବନେଶ୍ୱର: ଆୟ ବହିର୍ଭୂତ ସମ୍ପତ୍ତି ଠୁଳ ଅଭିଯୋଗରେ ଭବାନୀପାଟଣା ଆରଟିଓ ଦୀନବନ୍ଧୁ ଶୁଣ୍ଢିଙ୍କ ଅଫିସ୍ ଓ ଘରେ ଭିଜିଲାନ୍ସ ଚଢ଼ାଉ କରିଛି। ଭୁବନେଶ୍ୱର ଓ ଭବାନୀପାଟଣା ଘର ସମେତ ୪ଟି ସ୍ଥାନରେ ଭିଜିଲାନ୍ସ ଚଢାଉ ଚାଲିଛି । ଭୁବନେଶ୍ୱରରେ ତାଙ୍କର କୋଟି କୋଟି ଟଙ୍କାର ସମ୍ପତ୍ତି ଠାବ କରାଯାଇଛି । ତେବେ ଭବାନୀପାଟଣାରେ ଠାବ ହୋଇଥିବା ସମ୍ପତ୍ତି ସମ୍ପର୍କରେ କୌଣସି ସୂଚନା ମିଳିପାରିନାହିଁ । ରିପୋର୍ଟ ଲେଖାଯିବା ପର୍ଯ୍ୟନ୍ତ ଭିଜିଲାନ୍ସ ବିଭାଗ ପକ୍ଷରୁ ଚଢାଉ ଜାରି ରହିଛି ।
ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।