Advertisment

ବୈକୁଣ୍ଠ ଆଶ୍ରମ ବେଆଇନ ନିର୍ମାଣ ପ୍ରସଙ୍ଗରେ ହାଇକୋର୍ଟଙ୍କ ଅନ୍ତରୀଣ ନିର୍ଦ୍ଦେଶ ବଳବତ୍ତର

ଗଣ ଶିକ୍ଷା ବିଭାଗ ପକ୍ଷରୁ ସାଧାରଣ ପ୍ରଶାସନ ବିଭାଗକୁ ଦିଆଯାଇଥିବା ଚିଠି ନକଲି ବୋଲି ଆଜି ସରକାରଙ୍କ ପକ୍ଷରୁ କୋର୍ଟରେ କୁହାଯାଇଥିଲା। ଏହାକୁ ସତ୍ୟପାଠ ଆକାରରେ ଦେବାକୁ ନିର୍ଦ୍ଦେଶ ଦେବା ସହ ଆସନ୍ତା ଜାନୁଆରୀ ୩ ତାରିଖରେ ମାମଲାର ପରବର୍ତ୍ତୀ ଶୁଣାଣି ହେବ ବୋଲି ହାଇକୋର୍ଟ କହିଛନ୍ତି।

Odisha High Court

Odisha High Court

Advertisment

ଭୁବନେଶ୍ୱର ଖଣ୍ଡଗିରି ବୈକୁଣ୍ଠ ଧାମ ଆଶ୍ରାମର ବେଆଇନ ନିର୍ମାଣ ଭଙ୍ଗାଯିବା ପ୍ରସଙ୍ଗରେ ହାଇକୋର୍ଟଙ୍କ ଅନ୍ତରୀଣ ନିର୍ଦ୍ଦେଶ ବଳବତ୍ତର ରହିଛି। ଭୁବନେଶ୍ୱର ଘାଟିକିଆ ମୌଜାର ଖାତା ନଂ 2333ର ପ୍ଲଟ ନଂ 1215 ଉପରେ ଥିବା ବୈକୁଣ୍ଠ ଧାମ ଆଶ୍ରମର ନିର୍ମାଣ ଉପରେ କୌଣସି କଠୋର କାର୍ଯ୍ୟାନୁଷ୍ଠାନ ଗ୍ରହଣ ନକରିବାକୁ ଗତ ମାସ 21 ତାରିଖରେ ହାଇକୋର୍ଟ ଅନ୍ତରୀଣ ନିର୍ଦ୍ଦେଶ ଜାରି କରିଥିଲେ।

Advertisment

ସମ୍ପୃକ୍ତ ଜମି ଉପରେ ବୈକୁଣ୍ଠ ଧାମ ଟ୍ରଷ୍ଟ ପକ୍ଷରୁ ଯୋଗ ଶିକ୍ଷା ଦିଆଯାଉଛି ଏବଂ ସେହି ଜମିକୁ ଟ୍ରଷ୍ଟକୁ ହସ୍ତାନ୍ତର କରିବା ପାଇଁ ଗଣ ଶିକ୍ଷା ବିଭାଗ ପକ୍ଷରୁ ସାଧାରଣ ପ୍ରଶାସନ ବିଭାଗକୁ ସୁପାରିଶ କରାଯାଇଛି ବୋଲି ଆବେଦନକାରୀ ହାଇକୋର୍ଟରେ ଦର୍ଶାଇଥିଲେ। ସେହି ଆଧାରରେ କୌଣସି କଠୋର କାର୍ଯ୍ୟାନୁଷ୍ଠାନ ଉପରେ ହାଇକୋର୍ଟ ରୋକ ଲଗାଇଥିଲେ।

ଅନ୍ୟପକ୍ଷରେ ଗଣ ଶିକ୍ଷା ବିଭାଗ ପକ୍ଷରୁ ସାଧାରଣ ପ୍ରଶାସନ ବିଭାଗକୁ ଦିଆଯାଇଥିବା ଚିଠି ନକଲି ବୋଲି ଆଜି ସରକାରଙ୍କ ପକ୍ଷରୁ କୋର୍ଟରେ କୁହାଯାଇଥିଲା। ଏହାକୁ ସତ୍ୟପାଠ ଆକାରରେ ଦେବାକୁ ନିର୍ଦ୍ଦେଶ ଦେବା ସହ ଆସନ୍ତା ଜାନୁଆରୀ ୩ ତାରିଖରେ ମାମଲାର ପରବର୍ତ୍ତୀ ଶୁଣାଣି ହେବ ବୋଲି ହାଇକୋର୍ଟ କହିଛନ୍ତି।

Advertisment
Odisha Highcourt
Advertisment
ସମ୍ବନ୍ଧୀୟ ପ୍ରବନ୍ଧଗୁଡ଼ିକ
Here are a few more articles:
ପରବର୍ତ୍ତୀ ପ୍ରବନ୍ଧ ପ Read ଼ନ୍ତୁ
Subscribe