ବାଲେଶ୍ୱର: ୨ହଜାର ଟଙ୍କା ଲାଞ୍ଚ ନେବା ଅଭିଯୋଗରେ ବାଲେଶ୍ୱର ଜିଲ୍ଲା ବାଲିଆପାଳ ବ୍ଲକର ମୁଖ୍ୟ କିରାଣି ବୃନ୍ଦାବନ ଦାସ ଭିଜିଲାନ୍ସ ହାତରେ ଧରାପଡିଛନ୍ତି। ଏକ ବିଲ୍ ପାସ କରାଇ ଦେବାକୁ କହି ସେ ଲାଞ୍ଚ ନେଉଥିବା ବେଳେ ଭିଜିଲାନ୍ସ ଅଧିକାରୀମାନେ ତାଙ୍କୁ ଗିରଫ କରିଛନ୍ତି। ଏଥିସହ ତାଙ୍କ ବାଲେଶ୍ୱର ସ୍ଥିତ ଘର ଉପରେ ମଧ୍ୟ ଚଢାଉ କରାଯାଇଥିଲା।
ସୂଚନାଯୋଗ୍ୟ, ବାଲିଆ ବ୍ଲକର ଗଙ୍ଗାଧର ରାଉଳ ଏକ ରାସ୍ତା କାମ କରିଥିଲେ। ଏହି କାମ ବାବଦକୁ ତାଙ୍କର ୨ ଲକ୍ଷ ଟଙ୍କାର ବିଲ୍ ବକେୟା ଥିଲା। ଟଙ୍କା ଦେଲେ ବିଲ୍ କରାଇ ଦେବେ ବୋଲି ବୃନ୍ଦାବନ କହିଥିଲେ। ଏଥିପାଇଁ ସେ ୨ ହଜାର ଟଙ୍କା ଲାଞ୍ଚ ମାଗିଥିଲେ। ଏ ନେଇ ଗଙ୍ଗାଧର ଭିଜିଲାନ୍ସ ବିଭାଗ ସହ ଯୋଗାଯୋଗ କରିଥିଲେ। ଯୋଜନା ମୁତାବକ ଆଜି ବୃନ୍ଦାବନ, ଗଙ୍ଗାଧରଙ୍କଠାରୁ ଟଙ୍କା ନେଇଥିବା ବେଳେ ପୂର୍ବରୁ ପ୍ରସ୍ତୁତ ଥିବା ଭିଜିଲାନ୍ସ ଅଧିକାରୀମାନେ ଗିରଫ କରିଥିଲେ।
ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।
Related Stories
Crime
ନାବାଳିକାକୁ ଗଣଦୁଷ୍କର୍ମ ମାମଲାରେ ଦୁଇ ଜଣଙ୍କୁ ଆଜୀବନ କାରାଦଣ୍ଡ
ପରିବାର ଲୋକେ ଖବର ପାଇ ଝିଅକୁ ରାସ୍ତାକଡ଼ରୁ ଉଦ୍ଧାର କରିଥିଲେ।
Crime
୫ ବର୍ଷର ଶିଶୁକନ୍ୟାକୁ ଦୁଷ୍କର୍ମ ଅଭିଯୋଗରେ ୫୫ ବର୍ଷୀୟ ବ୍ୟକ୍ତି ଗିରଫ
ଅଭିଯୋଗ ପାଇବା ପରେ ପୁଲିସ ଅଭିଯୁକ୍ତଙ୍କୁ ଥାନାକୁ ଆଣି ପଚରାଉଚରା କରିଥିଲା। ତା’ପରେ ତାଙ୍କୁ ଗିରଫ କରି କୋର୍ଟ ଚାଲାଣ କରିଥିଲା।
Crime
ଶିଶୁ ବିକ୍ରି ଘଟଣା: ନିଲମ୍ବିତ ଏଏନ୍ଏମ୍ ଗିରଫ, ଆଉ ୨ ଜଣଙ୍କୁ ବି ବାନ୍ଧିଲା ପୁଲିସ
ଏହି ଘଟଣାରେ ନିଜେ ଉପ-ମୁଖ୍ୟମନ୍ତ୍ରୀ କନକ ବର୍ଦ୍ଧନ ସିଂହଦେଓ ଗ୍ରାଉଣ୍ଡଜିରୋକୁ ଯାଇ ଘଟଣାର ତନାଘନା କରିଥିଲେ।
Crime
ବବିଙ୍କ ଭାଇ ଭବଙ୍କ ନାଁରେ ମାମଲା ରୁଜୁ
ଦୁଇ ଦିନ ତଳେ ଧର୍ମଶାଳା ବିଧାୟକଙ୍କୁ ଆକ୍ରମଣ ଘଟଣାରେ ବିବାଦୀୟ ହୋଇପଡ଼ିଥିବା ବବିଙ୍କ ଭାଇଙ୍କ ବିରୋଧରେ ଜଣେ ପରିବା ବ୍ୟବସାୟୀ ଦେଇଥିଲେ ଏତଲା।