ବାଲେଶ୍ୱର: ଏଡିଏମ୍ ଛକ ନିକଟ ସ୍ୱୀକୃତି ପ୍ରାପ୍ତ ଏଲ୍ଆଇସି କଲେକ୍ସନ ସେଣ୍ଟରରୁ ଲକ୍ଷାଧିକ ଟଙ୍କା ଡକାୟତି ଘଟଣାରେ ଆଜି ପୋଲିସ ଜଣଙ୍କୁ ଗିରଫ କରିଛି। ତା’ ପାଖରୁ ଲୁଟ୍ ହୋଇଥିବା ଟଙ୍କା ମଧ୍ୟରୁ ୪ଲକ୍ଷ ୨୦ ହଜାର ଟଙ୍କା ଉଦ୍ଧାର ହୋଇଛି। ଶୁକ୍ରବାର ମୋଟର ସାଇକଲେରେ ଆସି ୨ଜଣ ଦୁର୍ବୃତ୍ତ କଲେକସନ ସେଣ୍ଟର କ୍ୟାସିୟରଙ୍କୁ ବନ୍ଧୁକ ଦେଖାଇ ଓ ରାସାୟନିକ ଗ୍ୟାସ୍ ପ୍ରୟୋଗ କରି ପ୍ରାୟ ସାଢେ ୪ଲକ୍ଷ ଟଙ୍କା ଲୁଟି ନେଇଥିଲେ। ଏ ନେଇ ଥାନାରେ ଲିଖିତ ଅଭିଯୋଗ ହେବା ପରେ ପୋଲିସ ଲୁଟେରାଙ୍କୁ ଧରିବାକୁ ଜାଲ ବିଛାଇଥିଲା। ପୋଲିସ ଜଣେ ଲୁଟେରା ଧରିବା ସହ ସହ ଲୁଟ୍ ଟଙ୍କା ଉଦ୍ଧାର କରିଛି।
ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।
Related Stories
Crime
ନାବାଳିକାକୁ ଗଣଦୁଷ୍କର୍ମ ମାମଲାରେ ଦୁଇ ଜଣଙ୍କୁ ଆଜୀବନ କାରାଦଣ୍ଡ
ପରିବାର ଲୋକେ ଖବର ପାଇ ଝିଅକୁ ରାସ୍ତାକଡ଼ରୁ ଉଦ୍ଧାର କରିଥିଲେ।
Crime
୫ ବର୍ଷର ଶିଶୁକନ୍ୟାକୁ ଦୁଷ୍କର୍ମ ଅଭିଯୋଗରେ ୫୫ ବର୍ଷୀୟ ବ୍ୟକ୍ତି ଗିରଫ
ଅଭିଯୋଗ ପାଇବା ପରେ ପୁଲିସ ଅଭିଯୁକ୍ତଙ୍କୁ ଥାନାକୁ ଆଣି ପଚରାଉଚରା କରିଥିଲା। ତା’ପରେ ତାଙ୍କୁ ଗିରଫ କରି କୋର୍ଟ ଚାଲାଣ କରିଥିଲା।
Crime
ଶିଶୁ ବିକ୍ରି ଘଟଣା: ନିଲମ୍ବିତ ଏଏନ୍ଏମ୍ ଗିରଫ, ଆଉ ୨ ଜଣଙ୍କୁ ବି ବାନ୍ଧିଲା ପୁଲିସ
ଏହି ଘଟଣାରେ ନିଜେ ଉପ-ମୁଖ୍ୟମନ୍ତ୍ରୀ କନକ ବର୍ଦ୍ଧନ ସିଂହଦେଓ ଗ୍ରାଉଣ୍ଡଜିରୋକୁ ଯାଇ ଘଟଣାର ତନାଘନା କରିଥିଲେ।
Crime
ବବିଙ୍କ ଭାଇ ଭବଙ୍କ ନାଁରେ ମାମଲା ରୁଜୁ
ଦୁଇ ଦିନ ତଳେ ଧର୍ମଶାଳା ବିଧାୟକଙ୍କୁ ଆକ୍ରମଣ ଘଟଣାରେ ବିବାଦୀୟ ହୋଇପଡ଼ିଥିବା ବବିଙ୍କ ଭାଇଙ୍କ ବିରୋଧରେ ଜଣେ ପରିବା ବ୍ୟବସାୟୀ ଦେଇଥିଲେ ଏତଲା।
Crime
ଉଗ୍ର ରୂପ ନେଲା ମନୋଜ ମିଶ୍ର-ବବି ଇସଲାମ କଳି; ଡିସିପି ଅଫିସ ଆଗରେ ହାଇଡ୍ରାମା
ଆଜି ଭୁବନେଶ୍ୱର ଡିସିପି ଅଫିସ ସମ୍ମୁଖରେ ପ୍ରଥମେ କଥା କଟାକଟି ଓ ପରେ ହାତାହାତି ଯାଏ କଥା ଗଲା। ପରେ ଡିସିପିଙ୍କ ଉପସ୍ଥିତିରେ ଏହି ଘଟଣାର ଆପୋଷ ସମାଧାନ ହୋଇଥିବା ଜଣାଯାଇଛି।