ଭୁବନେଶ୍ୱର: ବେଙ୍ଗାଲୁରୁରେ ଜଣେ ଓଡ଼ିଆ ଯୁବକଙ୍କର ରହସ୍ୟଜନକ ମୃତ୍ୟୁ ଘଟିଛି। ମୃତକ ଜଣକ ହେଲେ ଭଦ୍ରକ ଜିଲ୍ଲା ତିହିଡି ଥାନା ଅନ୍ତର୍ଗତ ନୟାନନ୍ଦ ଗାଁର ଦୀପକ୍ କୁମାର ବାୟାରୀ। ସେ ଗତ ବୁଧବାର ରାତିରେ ଚେୟାରମ୍ୟାନ୍ କ୍ଲବରୁ କାମସାରି ଘରୁକୁ ଫେରୁଥିବା ବେଳେ ନିଖୋଜ୍ ହୋଇଯାଇଥିଲେ। ଗୁରୁବାର ଅପରାହ୍ନ ୪ଟାରେ କ୍ଲବଠାରୁ ମାତ୍ର ୧ କିଲୋମିଟର ଦୂରରେ ଥିବା ଏକ ପାହାଡ ତଳୁ ତାଙ୍କର ମୃତଦେହ ପୋଲିସ ଉଦ୍ଧାର କରିଥିଲା।
ଦୀପକଙ୍କ ପକେଟରୁ ପୋଲିସ ପରିଚୟ ପତ୍ର ପାଇବା ପରେ କ୍ଲବ ମ୍ୟାନେଜରଙ୍କୁ ଡାକି ଶବ ଚିହ୍ନଟ କରିଥିଲା। ପରେ ବେଙ୍ଗାଲୁରୁରେ ରହୁଥିବା ଦୀପକଙ୍କ ଭାଇ ମଧ୍ୟ ଘଟଣାସ୍ଥଳରେ ପହଞ୍ଚି ମୃତଦେହ ତାଙ୍କ ଭାଇର ବୋଲି କହିଥିଲେ। ଦୀପକ୍ ଗତ ୬ ବର୍ଷ ହେଲା ଏହି କ୍ଲବରେ ରୋଷୟା ଭାବେ କାମ କରିଆସୁଥିଲେ। ଗତ ମାର୍ଚ୍ଚ ୧୧ରେ ସେ ବିବାହ କରିଥିଲେ। ଓଡ଼ିଶାରୁ ଫେରି ବେଙ୍ଗାଲୁରୁରେ ଗତ ୨ ତାରିଖରେ କାମରେ ଯୋଗ ଦେଇଥିଲେ। କେଉଁ କାରଣରୁ ଦୀପକଙ୍କ ମୃତ୍ୟୁ ଘଟିଛି ଜଣାପଡିନାହିଁ। ପୋଲିସ ଘଟଣାର ତଦନ୍ତ କରୁଛି।
ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।
Related Stories
Crime
୩ ପ୍ରେମିକ ଭଲ ପାଉଥିଲେ; ବାହା ହେବା ପାଇଁ ମନା କରିବାରୁ ମାରି ଝୁଲାଇ ଦେଲେ!
ଜେମାଙ୍କଠାରୁ ପ୍ରତ୍ୟାଖିତ ହେବା ପରେ ଏକ ତରଫା ପ୍ରେମିକମାନେ ଚିନ୍ତାରେ ପଡ଼ିଯାଇଥିଲେ। ପ୍ରତିଶୋଧ ପରାୟଣା ହୋପଡ଼ିଥିଲେ। ଜେମାଙ୍କୁ ରାସ୍ତାରୁ ହଟାଇବା ପାଇଁ ଯୋଜନା କରିଥିଲେ। ଆଜି ଅପରାହ୍ନରେ ଜେମାଙ୍କୁ ହତ୍ୟା କରି ଗାଁ ମୁଣ୍ଡ ଗଛରେ ଥିବା ଏକ ଗଛରେ ଝୁଲାଇ ଦେଲେ।
Crime
ଅନ୍ତରଙ୍ଗ ମୁହୂର୍ତ୍ତ ଫଟୋ ଭାଇରାଲ୍ କଲେ ପ୍ରେମିକ; ଝୁଲି ପଡ଼ିଲେ ପ୍ରେମିକା
ପରବର୍ତ୍ତୀ ସମୟରେ ଭାନୁ ବିବାହ ପାଇଁ ରାଜି ହୋଇନଥିଲେ। ଯେଉଁଥିପାଇଁ ଚିନ୍ତାରେ ପଡ଼ି ଯାଇଥିଲେ ଅନୀଲ୍। ଆଉ ନିଜ ପାଖରେ ଥିବା ଭାନୁଙ୍କ ଅନ୍ତରଙ୍ଗ ମୁହୂର୍ତ୍ତର ଫଟୋକୁ ସୋଶାଲ୍ ମିଡିଆରେ ଭାଇରାଲ କରି ଦେଇଥିଲେ।
Crime
ରାଜଧାନୀ ମର୍ଡର ମାମଲାରେ ୨ ମହିଳାଙ୍କ ସହ ୫ ଗିରଫ
କେଦାରପଲ୍ଲୀ ବସ୍ତିରେ ସହଦେବ ନାୟକ ଘର। ବୁଧବାର ସକାଳ ପ୍ରାୟ ୮ଟା ବେଳେ ସେ ସ୍କୁଟିରେ ଯାଉଥିବା ବେଳେ ଆକ୍ରମଣ ହୋଇଥିଲା। କେଦାରପଲ୍ଲୀ ଲକ୍ଷ୍ମୀଧର ନାୟକ ଓରଫ ମଣ୍ଟି ଓ ତାଙ୍କର ସହଯୋଗୀ ଖୋର୍ଦ୍ଧା ଜିଲ୍ଲାର ରକି ନାୟକ ଆକ୍ରମଣ କରିଥିଲା।
Crime
ରାଉରକେଲା ଷ୍ଟିଲ୍ ପ୍ଲାଣ୍ଟରେ ଅଘଟଣ: ନିଜକୁ ଗୁଳି କରି ଦେଲେ ସିଆଇଏସ୍ଏଫ୍ ଯବାନ
ମୃତ ଯବାନଙ୍କ ଘର କେରଳରେ ହୋଇଥିବା ବେଳେ ଏହି ଅଘଟଣ ପଛର ପ୍ରକୃତ କାରଣ ଜଣାପଡ଼ିନାହିଁ।
Crime
ଅଫିସ ପାର୍କିଂରେ ମହିଳା ସହକର୍ମୀଙ୍କୁ ବୀଭତ୍ସ ହତ୍ୟା: ସମସ୍ତେ ଦେଖିଲେ, କିନ୍ତୁ କିଛି କଲେନି
ଯୁବକ ଜଣଙ୍କ ପାର୍କିଂ ଲଟରେ ମହିଳାଙ୍କୁ ଆକ୍ରମଣ କରୁଥିବା ବେଳେ ସମସ୍ତେ ଏହାକୁ ଦେଖିଥିଲେ। କିନ୍ତୁ କେହି ବି ଯୁବକଙ୍କୁ ଅଟକାଇବାକୁ ଚେଷ୍ଟା ନ କରିବା ସମସ୍ତଙ୍କୁ ଆଶ୍ଚର୍ଯ୍ୟ କରିଛି।