ବରଗଡ଼: ବରଗଡ଼ ଜିଲ୍ଲା ଅମ୍ବାଭୋନା ବ୍ଲକ୍ ଅନ୍ତର୍ଗତ ରୁଚିଦା ଠାରେ ଥିବା ଭାରତୀୟ ଷ୍ଟେଟ୍ ବ୍ୟାଙ୍କରୁ ଆଜି ଦିନ ଦିପହରେ ପ୍ରାୟ ୧୬ ଲକ୍ଷ ଟଙ୍କା ସହିତ ସୁନାଗହଣା ଲୁଟ୍ ହୋଇଥିବା ଅଭିଯୋଗ ହୋଇଛି। ଅମ୍ବାଭୋନା ପୋଲିସ୍ ଘଟଣାସ୍ଥଳରେ ପହଞ୍ଚି ତଦନ୍ତ କରିବା ସହିତ ଖୋଳତାଡ଼ ଆରମ୍ଭ କରିଛି।
ଅଭିଯୋଗ ଅନୁଯାୟୀ, ଅପରାହ୍ନ ପ୍ରାୟ ୨ଟା ବେଳେ ୬ ଜଣ ଦୁର୍ବୃତ୍ତ ବ୍ୟାଙ୍କ ଭିତରେ ପଶିଥିଲେ। ସେମାନଙ୍କ ହାତରେ ବନ୍ଧୁକ ଥିଲା। ସେମାନ ବନ୍ଧୁକ ଦେଖାଇ ବ୍ୟାଙ୍କ କର୍ମଚାରୀ ଓ ଗ୍ରାହକଙ୍କଠାରୁ ପ୍ରାୟ ୧୬ ଲକ୍ଷ ଟଙ୍କା ସହ ସୁନାଗହଣା ଲୁଟି ନେଇଥିଲେ। ସେମାନେ ବ୍ୟାଙ୍କର ସୁରକ୍ଷା କର୍ମଚାରୀମାନଙ୍କୁ ମାଡ଼ ମାରିଥିଲେ। ଦୁର୍ବୃତ୍ତମାନେ ବ୍ୟାଙ୍କ କର୍ମଚାରୀଙ୍କୁ ଗୋଟିଏ ଘରେ ଓ ଗ୍ରାହକମାନଙ୍କୁ ଅନ୍ୟ ଏକ ଘରେ ବନ୍ଦ କରି ଦେଇଥିଲେ। ଦୁର୍ବୃତ୍ତମାନେ ଲୁଟ୍ କଲା ବେଳେ ମୁଣ୍ଡରେ ହେଲ୍ମେଟ୍ ପିନ୍ଧିଥିଲେ।
ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।
Related Stories
Crime
ବନ୍ଦ କୋଠରୀରୁ ୮ ଦିନ ପରେ ସ୍ୱାମୀ ଉଦ୍ଧାର, ଖାଇବାକୁ ନଦେଇ ନିସ୍ତୁକ ମାଡ଼ ମାରି ବନ୍ଦୀ କରିଥିଲେ ସ୍ତ୍ରୀ
କସ୍ତାନ୍ତିନ ପରିଛା ଓ ତାଙ୍କ ପତ୍ନୀ ପ୍ରାଣ ରଞ୍ଜନି ପରିଛାଙ୍କ ମଧ୍ୟରେ ଦୀର୍ଘ ଦିନ ଧରି ଝଗଡ଼ା ଲାଗି ରହିଥିଲା।
Crime
ନାବାଳିକାକୁ ଗଣଦୁଷ୍କର୍ମ ମାମଲାରେ ଦୁଇ ଜଣଙ୍କୁ ଆଜୀବନ କାରାଦଣ୍ଡ
ପରିବାର ଲୋକେ ଖବର ପାଇ ଝିଅକୁ ରାସ୍ତାକଡ଼ରୁ ଉଦ୍ଧାର କରିଥିଲେ।
Crime
୫ ବର୍ଷର ଶିଶୁକନ୍ୟାକୁ ଦୁଷ୍କର୍ମ ଅଭିଯୋଗରେ ୫୫ ବର୍ଷୀୟ ବ୍ୟକ୍ତି ଗିରଫ
ଅଭିଯୋଗ ପାଇବା ପରେ ପୁଲିସ ଅଭିଯୁକ୍ତଙ୍କୁ ଥାନାକୁ ଆଣି ପଚରାଉଚରା କରିଥିଲା। ତା’ପରେ ତାଙ୍କୁ ଗିରଫ କରି କୋର୍ଟ ଚାଲାଣ କରିଥିଲା।
Crime
ଶିଶୁ ବିକ୍ରି ଘଟଣା: ନିଲମ୍ବିତ ଏଏନ୍ଏମ୍ ଗିରଫ, ଆଉ ୨ ଜଣଙ୍କୁ ବି ବାନ୍ଧିଲା ପୁଲିସ
ଏହି ଘଟଣାରେ ନିଜେ ଉପ-ମୁଖ୍ୟମନ୍ତ୍ରୀ କନକ ବର୍ଦ୍ଧନ ସିଂହଦେଓ ଗ୍ରାଉଣ୍ଡଜିରୋକୁ ଯାଇ ଘଟଣାର ତନାଘନା କରିଥିଲେ।