ବାରିପଦା: ଜମି ମାପଚୁପ କରିବା ପାଇଁ ୧୦ହଜାର ଟଙ୍କା ଲାଞ୍ଚ ନେଲା ବେଳେ ଆଜି ମୟୂରଭଞ୍ଜ ଜିଲ୍ଲା ସାରସକଣା ତହସିଲ ଅଧୀନ ପୋଖରୀଆ ଆରଆଇ ଅନିମା ଘୋଷ ଭିଜିଲାନ୍ସ ହାତରେ ଧରାପଡ଼ିଛନ୍ତି। ସାରସକଣା ଗାଁର କମଲ ଲୋଚନ ସାହୁ ତାଙ୍କର ପୈତୃକ ଜମିକୁ ଭାଇମାନଙ୍କ ମଧ୍ୟରେ ଭାଗବଣ୍ଟା ପାଇଁ ତହସିଲ କାର୍ଯ୍ୟାଳୟରେ ଦରଖାସ୍ତ ଦେଇଥିବା ବେଳେ ଅନିମା ଘୋଷ ତାଙ୍କୁ ୨୦ହଜାର ଟଙ୍କା ଲାଞ୍ଚ ମାଗିଥିଲେ। ଆଜି ଅନିମା ୧୦ହଜାର ଟଙ୍କା ଲାଞ୍ଚ ନେଉଥିବା ବେଳେ ପୂର୍ବ ଯୋଜନା ମୁତାବକ ଭିଜିଲାନ୍ସ ହାତରେ ଧରା ପଡ଼ିଥିଲେ। ତାଙ୍କୁ ପାଖରୁ ନଗଦ ୧୦ହଜାର ଟଙ୍କା ଜବତ କରାଯାଇଥିଲା। ଲାଞ୍ଚ ନେଉଥିବା ଅଭିଯୋଗରେ ଆରଆଇ ଅନିମା ସାହୁଙ୍କୁ ଭିଜିଲାନ୍ସ ଗିରଫ କୋର୍ଟ ଚାଲାଣ କରିଛି।
ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।
Related Stories
Crime
ନାବାଳିକାକୁ ଗଣଦୁଷ୍କର୍ମ ମାମଲାରେ ଦୁଇ ଜଣଙ୍କୁ ଆଜୀବନ କାରାଦଣ୍ଡ
ପରିବାର ଲୋକେ ଖବର ପାଇ ଝିଅକୁ ରାସ୍ତାକଡ଼ରୁ ଉଦ୍ଧାର କରିଥିଲେ।
Crime
୫ ବର୍ଷର ଶିଶୁକନ୍ୟାକୁ ଦୁଷ୍କର୍ମ ଅଭିଯୋଗରେ ୫୫ ବର୍ଷୀୟ ବ୍ୟକ୍ତି ଗିରଫ
ଅଭିଯୋଗ ପାଇବା ପରେ ପୁଲିସ ଅଭିଯୁକ୍ତଙ୍କୁ ଥାନାକୁ ଆଣି ପଚରାଉଚରା କରିଥିଲା। ତା’ପରେ ତାଙ୍କୁ ଗିରଫ କରି କୋର୍ଟ ଚାଲାଣ କରିଥିଲା।
Crime
ଶିଶୁ ବିକ୍ରି ଘଟଣା: ନିଲମ୍ବିତ ଏଏନ୍ଏମ୍ ଗିରଫ, ଆଉ ୨ ଜଣଙ୍କୁ ବି ବାନ୍ଧିଲା ପୁଲିସ
ଏହି ଘଟଣାରେ ନିଜେ ଉପ-ମୁଖ୍ୟମନ୍ତ୍ରୀ କନକ ବର୍ଦ୍ଧନ ସିଂହଦେଓ ଗ୍ରାଉଣ୍ଡଜିରୋକୁ ଯାଇ ଘଟଣାର ତନାଘନା କରିଥିଲେ।
Crime
ବବିଙ୍କ ଭାଇ ଭବଙ୍କ ନାଁରେ ମାମଲା ରୁଜୁ
ଦୁଇ ଦିନ ତଳେ ଧର୍ମଶାଳା ବିଧାୟକଙ୍କୁ ଆକ୍ରମଣ ଘଟଣାରେ ବିବାଦୀୟ ହୋଇପଡ଼ିଥିବା ବବିଙ୍କ ଭାଇଙ୍କ ବିରୋଧରେ ଜଣେ ପରିବା ବ୍ୟବସାୟୀ ଦେଇଥିଲେ ଏତଲା।