ବାରିପଦା: ଭିଜିଲାନ୍ସ ଜାଲରେ ପଡିଛନ୍ତି ଜଣେ କୋଟିପତି ସହକାରୀ ଯନ୍ତ୍ରୀ। ସହକାରୀ ଯନ୍ତ୍ରୀ ଜଣଙ୍କ ହେଲେ ମୟୂରଭଞ୍ଜ ଜିଲ୍ଲା ସୁବର୍ଣ୍ଣପୁର ଜଳସେଚନ ପ୍ରକଳ୍ପ ବୈଶିଙ୍ଗା ଡିଭିଜନର କମଳାକାନ୍ତ ବେହେରା। ଭିଜିଲାନ୍ସ ଅଧିକାରୀମାନେ ତାଙ୍କ ପାଖରେ କୋଟିଏରୁ ଊର୍ଦ୍ଧ୍ୱ ଟଙ୍କାର ସ୍ଥାବର ଅସ୍ଥାବର ସମ୍ପତ୍ତି ଠାବ କରିଛନ୍ତି।
ଆୟ ବର୍ହିଭୁତ ସମ୍ପତ୍ତି ଠୁଳ ଅଭିଯୋଗରେ ଭିଜିଲାନ୍ସ ବିଭାଗ ପକ୍ଷରୁ ଆଜି କମଳାକାନ୍ତଙ୍କ ବାରିପଦା ସ୍ଥିତ ବାସଭବନରେ ଚଢାଉ କରାଯାଇଥିଲା। ଏହାସହ ତଖତପୁର ଅଞ୍ଚଳରେ ଥିବା ତାଙ୍କ ବାସଭବନ, ଉଦଳାରେ ଥିବା ତାଙ୍କ ପୈତୃକ ଘର ଓ କାର୍ଯ୍ୟାଳୟରେ ଏକକାଳୀନ ଚଢାଉ କରାଯାଇଥିଲା। ଚଢାଉ ବେଳେ କମଳାକାନ୍ତଙ୍କ ଦୁଇ ମହଲାର ଘର, ବାରିପଦା ରଘୁନାଥପୁର ଓ ତୁଳସୀଚଉରାଠାରେ ଦୁଇଟି ଘର, ବିଭିନ୍ନ ସ୍ଥାନରେ ଜମି, ୩୦ ଲକ୍ଷ ଟଙ୍କାର ବ୍ୟାଙ୍କ ଡିପୋଜିଟ୍, ଏକାଧିକ ପାସ୍ବୁକ୍, ଗହଣା, ୩ଟି ବାଇକ୍, ଗୋଟିଏ କାର ଓ ନଗଦ ଟଙ୍କା ଥିବା ଜଣାପଡିଛି। ଏହାର ମୂଲ୍ୟ କୋଟିଏରୁ ଊର୍ଦ୍ଧ୍ୱ ହେବ ବୋଲି ଭିଜିଲାନ୍ସ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି।
ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।
Related Stories
Crime
ନାବାଳିକାକୁ ଗଣଦୁଷ୍କର୍ମ ମାମଲାରେ ଦୁଇ ଜଣଙ୍କୁ ଆଜୀବନ କାରାଦଣ୍ଡ
ପରିବାର ଲୋକେ ଖବର ପାଇ ଝିଅକୁ ରାସ୍ତାକଡ଼ରୁ ଉଦ୍ଧାର କରିଥିଲେ।
Crime
୫ ବର୍ଷର ଶିଶୁକନ୍ୟାକୁ ଦୁଷ୍କର୍ମ ଅଭିଯୋଗରେ ୫୫ ବର୍ଷୀୟ ବ୍ୟକ୍ତି ଗିରଫ
ଅଭିଯୋଗ ପାଇବା ପରେ ପୁଲିସ ଅଭିଯୁକ୍ତଙ୍କୁ ଥାନାକୁ ଆଣି ପଚରାଉଚରା କରିଥିଲା। ତା’ପରେ ତାଙ୍କୁ ଗିରଫ କରି କୋର୍ଟ ଚାଲାଣ କରିଥିଲା।
Crime
ଶିଶୁ ବିକ୍ରି ଘଟଣା: ନିଲମ୍ବିତ ଏଏନ୍ଏମ୍ ଗିରଫ, ଆଉ ୨ ଜଣଙ୍କୁ ବି ବାନ୍ଧିଲା ପୁଲିସ
ଏହି ଘଟଣାରେ ନିଜେ ଉପ-ମୁଖ୍ୟମନ୍ତ୍ରୀ କନକ ବର୍ଦ୍ଧନ ସିଂହଦେଓ ଗ୍ରାଉଣ୍ଡଜିରୋକୁ ଯାଇ ଘଟଣାର ତନାଘନା କରିଥିଲେ।
Crime
ବବିଙ୍କ ଭାଇ ଭବଙ୍କ ନାଁରେ ମାମଲା ରୁଜୁ
ଦୁଇ ଦିନ ତଳେ ଧର୍ମଶାଳା ବିଧାୟକଙ୍କୁ ଆକ୍ରମଣ ଘଟଣାରେ ବିବାଦୀୟ ହୋଇପଡ଼ିଥିବା ବବିଙ୍କ ଭାଇଙ୍କ ବିରୋଧରେ ଜଣେ ପରିବା ବ୍ୟବସାୟୀ ଦେଇଥିଲେ ଏତଲା।