ଭୁବନେଶ୍ୱର: କିଟ୍ ବିଶ୍ୱବିଦ୍ୟାଳୟ ଅନ୍ତର୍ଗତ ଆର୍କିଟେକ୍ଚର ବିଭାଗର ବାଥରୁମରେ ଛାତ୍ରୀଙ୍କ ଅଶ୍ଳୀଳ ଫଟୋ ଉଠାଉଥିବା ଅଭିଯୋଗରେ ଜଣଙ୍କୁ ଗିରଫ କରିଛି ପୋଲିସ। ଗିରଫ ଅଭିଯୁକ୍ତର ନାଁ ରାକେଶ ପଢ଼ିଆରୀ। ସେ ଏକ ଠିକା ସଂସ୍ଥାର ଶ୍ରମିକ ବୋଲି ଜଣାପଡ଼ିଛି। ଏନେଇ ବିଶ୍ୱବିଦ୍ୟାଳୟ ପରିସରରେ ଅଶାନ୍ତି ଦେଖାଦେଇଥିଲା। ଛାତ୍ରଛାତ୍ରୀମାନେ ରାସ୍ତାକୁ ଓହ୍ଲାଇ ଘଟଣାର ପ୍ରତିବାଦ କରିଥିଲେ। ସେପଟେ କିଟ୍ କର୍ତ୍ତୃପକ୍ଷ ଏଇ ଘଟଣାରେ ସ୍ପଷ୍ଟୀକରଣ ଦେଇ କହିଛନ୍ତି, ଯେ ଗୁରୁବାର ଜଣେ ଛାତ୍ରୀଙ୍କ ଠାରୁ ଏନେଇ ଅଭିଯୋଗ ମିଳିବା ପରେ ସଙ୍ଗେ ସଙ୍ଗେ ସଂପୃକ୍ତ ଶ୍ରମିକଙ୍କୁ ପୋଲିସ୍ ଜିମା ଦିଆଯିବା ସହ ତାର ମୋବାଇଲକୁ ଜବତ କରାଯାଇଥିଲା। ତେବେ ଏ ସଂପର୍କରେ ଛାତ୍ରଛାତ୍ରୀ ଅବଗତ ନ ଥିବାରୁ ଶୁକ୍ରବାର ସେମାନଙ୍କ ମଧ୍ୟରେ ଅସନ୍ତୋଷ ସୃଷ୍ଟି ହୋଇଥିଲା। ବିଶ୍ୱବିଦ୍ୟାଳୟର କର୍ତ୍ତୃପକ୍ଷଙ୍କ ଠାରୁ ସମସ୍ତ ଘଟଣା ଶୁଣିବା ପରେ ସ୍ଥିତି ଶାନ୍ତ ହୋଇଥିଲା ବୋଲି ଭୁବନେଶ୍ୱର ଡିସିପି ସତ୍ୟବ୍ରତ ଭୋଇ ସୂଚନା ଦେଇଛନ୍ତି।
ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।
Related Stories
Crime
ଅଳିଆ ପକାଇବାକୁ ନେଇ ତୁମୁଳକାଣ୍ଡ, ୩ ଗୁରୁତର
ଅଳିଆ ପକାଇବାକୁ ନେଇ ଦୁଇ ଗାଁ ଲୋକ ହାତାହାତି ହେବା ସହ ଟେକା ପଥର ମାଡ ହୋଇଥିଲା।
Crime
ଭାଣିଜୀ ପ୍ରେମ ବିବାହ କଲା ବୋଲି ଭୋଜିରେ ବିଷ ମିଶାଇଦେଲା ମାମୁ
ଉପସ୍ଥିତ ଲୋକେ ଅଭିଯୁକ୍ତ ମାମୁକୁ ଅଟକାଇବାକୁ ଚେଷ୍ଟା କରିଥିଲେ ବି ସେ ଖସି ପଳାଇଛି।
Crime
ବ୍ରାଉନ୍ସୁଗର ପାଇଁ ମର୍ଡର! ମହିଳା ମାଷ୍ଟରମାଇଣ୍ଡ ସମେତ ୩ ଗିରଫ
ଜେଲ୍ରୁ ବାହାରିବା ପରେ ପ୍ରତିଶୋଧ ପରାୟଣା ହୋଇପଡ଼ିଥିଲେ। ତାଙ୍କ ଜେଲ୍ ଯିବା ପଛରେ ସହଦେବ ନାୟକଙ୍କ ହାତ ଥିବା ସେ ସନ୍ଦେହ କରୁଥିଲେ। ତେଣୁ ତାଙ୍କୁ ରାସ୍ତାରୁ ହଟାଇବା ପାଇଁ ମହିଳା ଜଣକ ଯୋଜନା କରିଥିଲେ।
Crime
୧୭ ବର୍ଷ ପୂର୍ବେ ହୋଇଥିଲା 'ହତ୍ୟା'; ଏବେ ଜୀବନ୍ତ ଧରିଲା ପୁଲିସ
ଏହି ହତ୍ୟା ମାମଲାରେ ୪ଜଣଙ୍କୁ ଗିରଫ ମଧ୍ୟ କରାଗଲା। ସେମାନେ ହତ୍ୟା ଅଭିଯୁକ୍ତ ଭାବରେ ଜେଲରେ ସଜ୍ଜା କାଟିଲେ। ଏବେ ବିହାରର ସେହି ବ୍ୟକ୍ତିଙ୍କୁ ଝାନସୀରୁ ଜୀବନ୍ତ ଧରିଲା ପୁଲିସ।
Crime
ସରୋଜଙ୍କ ପରେ ହଂସିକାଙ୍କ ଆଉ ଜଣେ ସ୍ୱାମୀଙ୍କ ଘରେ IT
ମନୋଜଙ୍କ ଘରୁ ମିଳିଥିବା ଆର୍ଥିକ କାରବାର ସମ୍ପର୍କିତ କାଗଜପତ୍ର ଧରି ବାଲିଗୁଡା ଷ୍ଟେଟ ବ୍ୟାଙ୍କ ଯାଇଥିଲେ ଆୟକର ବିଭାଗ ଟିମ୍। ସେଠାରେ ମଧ୍ୟ ତନାଘନା କରିଥିଲେ। ଗୋଟିଏ ଟିମ୍ ମନୋଜଙ୍କ ଘରେ ଖାନତଲାସୀ କରୁଥିବା ବେଳେ ଆଉ ଗୋଟିଏ ଟିମ୍ ବ୍ୟାଙ୍କରେ ଖୋଳତାଡ଼ କରିଥିଲା।