ବ୍ରହ୍ମପୁର: ଗଞ୍ଜାମ ଜିଲ୍ଲା ଖଲିକୋଟ ଥାନା ଅନ୍ତର୍ଗତ ନାରାୟଣୀ ଛକ ନିକଟରୁ ଏକ ମୃତଦେହ ପୋଲିସ ଉଦ୍ଧାର କରିଛି। ରାସ୍ତା କଡ଼ ବୁଦା ନିକଟରେ ଯୁବକଙ୍କ ରକ୍ତ ଜୁଡୁବୁଡୁ ମୃତଦେହ ପଡ଼ିଥିବା ଦେଖି ସ୍ଥାନୀୟ ଲୋକେ ପୋଲିସକୁ ଖବର ଦେଇଥିଲେ। ପୋଲିସ ଘଟଣା ସ୍ଥଳରେ ପହଞ୍ଚି ଶବ ଜବତ କରି ବ୍ୟବଚ୍ଛେଦ ପାଇଁ ପଠାଇବା ସହ ଏକ ଅପମୃତ୍ୟୁ ମାମଲା ରୁଜୁ କରି ଘଟଣାର ତଦନ୍ତ କରୁଛି।
ମୃତ ଯୁବକଙ୍କ ପରିଚୟ ମିଳି ନ ଥିବା ବେଳେ ଗାଡ଼ି ଦୁର୍ଘଟଣାରେ ତାଙ୍କର ମୃତ୍ୟୁ ଘଟିଥାଇ ପାରେ ବୋଲି ପୋଲିସ ଅନୁମାନ କରୁଛି।
ତେବେ ତାଙ୍କୁ କେହି ହତ୍ୟା କରିଥିବା ସନ୍ଦେହ କରାଯାଉଛି। ବ୍ୟବଚ୍ଛଦ ରିପୋର୍ଟ ଆସିବା ପରେ ମୃତ୍ୟୁର କାରଣ ଜଣାପଡ଼ିବ ବୋଲି ପୋଲିସ କହିଛି।
ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।
Related Stories
Crime
ବିନା ଶାର୍ଟରେ ଦଶମ ଶ୍ରେଣୀ ଛାତ୍ରୀଙ୍କୁ ଘରକୁ ପଠାଇଲେ ପ୍ରିନ୍ସିପାଲ
ଦଶମ ପରୀକ୍ଷା ସରିଲା ବୋଲି ଖୁିସିରେ ଜଣେ ଜଣକ ଶାର୍ଟରେ ଶୁଭେଚ୍ଛା ଲେଖି ସେଲିବ୍ରେସନ କରୁଥିଲେ ଛାତ୍ରୀ। ପ୍ରିନ୍ସିପାଲଙ୍କୁ ଏହା ପସନ୍ଦ ନଆସିବାରୁ ପ୍ରାୟ ଶହେ ଛାତ୍ରୀଙ୍କୁ ଶାର୍ଟ ଖୋଲି ଘରକୁ ଯିବାକୁ ବାଧ୍ୟ କରାଯାଇଥିଲା।
Crime
ପ୍ରସୂତିଙ୍କ ଚିକିତ୍ସା ଅଧାରୁ ଛାଡ଼ି ପଳାଇଥିଲେ ଡାକ୍ତର; ୧୧ କୋଟି ଜୋରିମାନା କଲେ କୋର୍ଟ
ପ୍ରସବ ପରେ ଅତ୍ୟଧିକ ରକ୍ତସ୍ରାବ ହୋଇ ମହିଳାଙ୍କର ମୃତ୍ୟୁ ହୋଇଥିଲା। ଚିକିତ୍ସା ଅଧାରୁ ପାଣି ପିଇବାକୁ କହି କେଉଁଆଡ଼େ ପଳାଇଥିଲେ ଦୁଇ ଡାକ୍ତର।
Crime
ସରକାରୀ ଚାକିରି ବେପାର କରୁଥିଲେ 420 ଦମ୍ପତି
ରାଉରକେଲା ଟିମ୍ବର କୋଲୋନୀର ଲକ୍ଷ୍ମୀ ତନ୍ତି ଓ ତାଙ୍କ ସ୍ଵାମୀ ସଂଗ୍ରାମ ସାହୁ ପାଠଶାଠ କମ୍ ପଢ଼ିଛନ୍ତି। ତଥାପି ସରକାରୀ ଚାକିରି ବାଣ୍ଟୁଥିଲେ। ମାସର ଥରେ ବେକରେ ଆଇକାର୍ଡ ପକାଇ ରାଉରକେଲା କୋର୍ଟକୁ ଯାଉଥିଲେ।
Crime
ଚଳନ୍ତା ବାଇକରେ ରୋମାନ୍ସ କରୁଥିଲେ, ଭିଡିଓ ଭାଇରାଲ ପରେ ମାମଲା ରୁଜୁ
ଆଗରୁ ଟ୍ରାଫିକ ନିୟମ ଭାଙ୍ଗି ୧୦ ଥର ଜୋରିମାନା ଦେଇଥିଲେ। ଏବେ ପୁଣି ବାନ୍ଧବୀଙ୍କୁ ଧରି ଚଳନ୍ତା ବାଇକରେ ରୋମାନ୍ସ କରୁଥିଲେ।