ଭରତପୁର ଥାନା ମାମଲାରେ ତଦନ୍ତ ଓ ଆନୁଷଙ୍ଗିକ ବିଷୟରେ ବିଚାର ବିଭାଗୀୟ ତଦନ୍ତ ନିମନ୍ତେ ଆୟୋଗଙ୍କ ପକ୍ଷରୁ ସର୍ବସାଧାରଣଙ୍କ ଉଦ୍ଦେଶ୍ୟରେ ବିଜ୍ଞପ୍ତି ପ୍ରକାଶ ପାଇଛି। ଘଟଣା ସଂପର୍କରେ ଯିଏ ଜାଣିଥିବେ ବା କହିବାକୁ ଚାହୁଁଥିବେ, ସେମାନେ ସତ୍ୟପାଠ ଆକାରରେ ଦେଇ ପାରିବେ ବୋଲି ବିଜ୍ଞପ୍ତିରେ ଉଲ୍ଲେଖ ରହିଛି। ଏଥିପାଇଁ ସର୍ବସାଧାରଣଙ୍କ ଉଦ୍ଦେଶ୍ୟରେ ବିଜ୍ଞପ୍ତି ଜାରି କରିଛନ୍ତି ଆୟୋଗ।
ବିଚାର ବିଭାଗୀୟ ତଦନ୍ତ କମିଶନ୍ ଅଧ୍ୟକ୍ଷ ଜଷ୍ଟିସ୍ ଚିତ୍ତରଞ୍ଜନ ଦାଶ ଏହି ମାମଲାର ତଦନ୍ତ କରୁଛନ୍ତି। ଯେକୌଣସି ବ୍ୟକ୍ତି, ଜନସାଧାରଣ ଓ ଗଣମାଧ୍ୟମ ପ୍ରତିନିଧି, ଯିଏ ବି ଏହି ମାମଲା ସମ୍ପର୍କରେ ପ୍ରତ୍ୟକ୍ଷ କିମ୍ୱା ପରୋକ୍ଷରେ ଅବଗତ ଅଛନ୍ତି, ସେମାନେ ସତ୍ୟପାଠ ଦାଖଲ କରିପାରିବେ। ସେହିପରି ସଚେତନ ନାଗରିକ, ପୂର୍ବତନ ପୁଲିସ ଅଧିକାରୀ, ଆଇନଜୀବୀ ପ୍ରମୁଖ କିଭଳି ଏଭଳି ଘଟଣାର ଆଗକୁ ପୁନରାବୃତ୍ତି ନହେବ ଏବଂ ମହିଳାଙ୍କ ସୁରକ୍ଷା ଓ ନିରାପତ୍ତା ସୁନିଶ୍ଚିତ କରିହେବ ସେନେଇ ସତ୍ୟପାଠ ଜରିଆରେ ମତାମତ ଦେଇପାରିବେ।
ଆଜିଠୁ ୨୧ ଦିନ ପର୍ଯ୍ୟନ୍ତ ସତ୍ୟପାଠ ଗ୍ରହଣ କରାଯିବ। ବିବୃତ୍ତି ଓ ମତାମତ ଗ୍ରହଣ ପାଇଁ ପୂର୍ବାହ୍ନ ୧୦ଟାରୁ ଅପରାହ୍ନ ୪ଟା ପର୍ଯ୍ୟନ୍ତ ଆୟୋଗଙ୍କ କାର୍ଯ୍ୟାଳୟ ଫୋନ୍ ନମ୍ୱରରେ ଯୋଗାଯୋଗ କରିହେବ। ସେହିପରି ସତ୍ୟପାଠ ଦ୍ୱାରା ବିବୃତ୍ତି ଓ ମତାମତ ଗ୍ରହଣ ପାଇଁ ଅଫିସ କାର୍ଯ୍ୟ ଦିବସ ପୂର୍ବାହ୍ନ ୧୧ଟାରୁ ଅପରାହ୍ନ ୪ଟା ପର୍ଯ୍ୟନ୍ତ ଖୋଲା ରହିବ ବୋଲି
ସୂଚନାଯୋଗ୍ୟ, ଭରତପୁର ଥାନାରେ ସେନା ଅଧିକାରୀ ଓ ତାଙ୍କ ବାନ୍ଧବୀଙ୍କୁ ନିର୍ଯାତନ ମାମଲାରେ ବିଚାର ବିଭାଗୀୟ ତଦନ୍ତ ପାଇଁ ନିର୍ଦ୍ଦେଶ ଦେଇଥିଲେ ମୁଖ୍ୟମନ୍ତ୍ରୀ ମୋହନ ମାଝୀ। ଏହି ଘଟଣାରେ ନିଲମ୍ବିତ ଆଇଆଇସି ଦୀନକୃଷ୍ଣ ମିଶ୍ରଙ୍କ ସମେତ ୫ ପୁଲିସ କର୍ମଚାରୀଙ୍କୁ ନିଲମ୍ବିତ କରାଯାଇଛି। ଏହି ଘଟଣା କ୍ରାଇମବ୍ରାଞ୍ଚ ତଦନ୍ତ କରୁଛି।
ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।