ବ୍ରହ୍ମପୁର: ବ୍ରହ୍ମପୁର ଗୋଷାଣୀନୂଆଗାଁ ଥାନା ଅନ୍ତର୍ଗତ ସଦାନନ୍ଦ ବିହାରର ଏକ ଘରୁ ମହିଳାଙ୍କ ମୃତଦେହକୁ ଝୁଲନ୍ତା ଅବସ୍ଥାରେ ପୋଲିସ ଉଦ୍ଧାର କରିଛି। ମୃତକ ନାଁ ଜ୍ୟୋତିବାଳା ଦଳାଇ। ଏହା ହତ୍ୟା ନା ଆତ୍ମହତ୍ୟା ବର୍ତ୍ତମାନ ସୁଦ୍ଧା ସ୍ପଷ୍ଟ ହୋଇନାହିଁ। ପରିବାର ଲୋକେ ମଧ୍ୟ ମୃତ୍ୟୁର କାରଣ ସଂପର୍କରେ ଜାଣିପାରୁନାହାନ୍ତି। ପୋଲିସ ଘଟଣାସ୍ଥଳରେ ପହଞ୍ଚି ମୃତଦେହ ଉଦ୍ଧାର କରି ତଦନ୍ତ ଜାରି ରଖିଛି।
ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।