ବ୍ରହ୍ମପୁର: ଏକ ଜମି ହଡ଼ପ ମାମଲାରେ ଅଧିକ ଜେରା କରିବା ପାଇଁ ସଦର ଥାନା ପୋଲିସ ଆଜି ସାନଖେମୁଣ୍ଡିର ପୂର୍ବତନ ବିଧାୟକ ରମେଶ ଜେନା ଓ ତାଙ୍କର ଦୁଇ ସହଯୋଗୀ ମୁରଲି ମୋହନ ଓ ବୁନା ସାହୁଙ୍କୁ ଦୁଇ ଦିନିଆ ରିମାଣ୍ଡରେ ନେଇଛି। ଗତ ୮ ତାରିଖରେ ସଦର ଥାନାରେ କିରଣ ପଣ୍ଡାଙ୍କ ସମେତ ତିନି ଜଣଙ୍କ ନାମରେ ନିମଖଣ୍ଡି ଓ ବୋରଗାଁ ଅଞ୍ଚଳର ଜଣେ ବ୍ୟକ୍ତିଙ୍କ ୪ ଏକରରୁ ଉର୍ଦ୍ଧ ଜମି ଜୋରଜବରଦସ୍ତ କରି ନେଇଯାଇଥିବା ଅଭିଯୋଗରେ ଏକ ମାମଲା ରୁଜୁ ହୋଇଥିଲା। କିରଣ ପଣ୍ଡା ଏବେ ଜେଲରେ ଅଛନ୍ତି। କିରଣଙ୍କ ସହ ରମେଶଙ୍କର କଣ ସଂପର୍କ ରହିଛି, ଆଉ ଜମି ହଡ଼ପର ସତ୍ୟାସତ୍ୟ ଜାଣିବା ପାଇଁ ସଦର ଥାନା ପୋଲିସ୍ ଆଜି ଏହି ତିନି ଜଣଙ୍କୁ ବ୍ରହ୍ମପୁର ମଣ୍ଡଳ କାରାଗାରରୁ ନେଇଛି।
ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।
Related Stories
Crime
ନାବାଳିକାକୁ ଗଣଦୁଷ୍କର୍ମ ମାମଲାରେ ଦୁଇ ଜଣଙ୍କୁ ଆଜୀବନ କାରାଦଣ୍ଡ
ପରିବାର ଲୋକେ ଖବର ପାଇ ଝିଅକୁ ରାସ୍ତାକଡ଼ରୁ ଉଦ୍ଧାର କରିଥିଲେ।
Crime
୫ ବର୍ଷର ଶିଶୁକନ୍ୟାକୁ ଦୁଷ୍କର୍ମ ଅଭିଯୋଗରେ ୫୫ ବର୍ଷୀୟ ବ୍ୟକ୍ତି ଗିରଫ
ଅଭିଯୋଗ ପାଇବା ପରେ ପୁଲିସ ଅଭିଯୁକ୍ତଙ୍କୁ ଥାନାକୁ ଆଣି ପଚରାଉଚରା କରିଥିଲା। ତା’ପରେ ତାଙ୍କୁ ଗିରଫ କରି କୋର୍ଟ ଚାଲାଣ କରିଥିଲା।
Crime
ଶିଶୁ ବିକ୍ରି ଘଟଣା: ନିଲମ୍ବିତ ଏଏନ୍ଏମ୍ ଗିରଫ, ଆଉ ୨ ଜଣଙ୍କୁ ବି ବାନ୍ଧିଲା ପୁଲିସ
ଏହି ଘଟଣାରେ ନିଜେ ଉପ-ମୁଖ୍ୟମନ୍ତ୍ରୀ କନକ ବର୍ଦ୍ଧନ ସିଂହଦେଓ ଗ୍ରାଉଣ୍ଡଜିରୋକୁ ଯାଇ ଘଟଣାର ତନାଘନା କରିଥିଲେ।
Crime
ବବିଙ୍କ ଭାଇ ଭବଙ୍କ ନାଁରେ ମାମଲା ରୁଜୁ
ଦୁଇ ଦିନ ତଳେ ଧର୍ମଶାଳା ବିଧାୟକଙ୍କୁ ଆକ୍ରମଣ ଘଟଣାରେ ବିବାଦୀୟ ହୋଇପଡ଼ିଥିବା ବବିଙ୍କ ଭାଇଙ୍କ ବିରୋଧରେ ଜଣେ ପରିବା ବ୍ୟବସାୟୀ ଦେଇଥିଲେ ଏତଲା।