ଭୁବନେଶ୍ୱର: ଭୁବନେଶ୍ୱର ଟଙ୍କପାଣି ରୋଡ୍ ସ୍ଥିତ ତାରିଣୀ ବସ୍ତିରେ ଥିବା ତାରିଣୀ ମନ୍ଦିରରେ ଅନୈତକ କାର୍ଯ୍ୟକଳାପକୁ ବିରୋଧ କରି ଗତକାଲି ରାତିରେ ବ୍ୟାପକ ଭଙ୍ଗାରୁଜା ସହ ପୋଡ଼ାଜଳା ହୋଇଛି। ବସ୍ତିରେ ଥିବା ତାରିଣୀ ମନ୍ଦିରର ପୂଜକ କୁଶେଇ ଓରଫ୍ କୃଷ୍ଣଚନ୍ଦ୍ର ପରମାଣିକ ଦୀର୍ଘ ଦିନ ଧରି ମନ୍ଦିରରେ ବେଆଇନ୍ ଭାବେ ମଦ ବିକ୍ରି କରିବା ସହ ଅନୈତିକ କାର୍ଯ୍ୟକଳାପରେ ଲିପ୍ତ ଥିବା ଅଭିଯୋଗ ହୋଇ ଆସୁଥିଲା। ଗତକାଲି ମଧ୍ୟ ମନ୍ଦିରରେ ଏଭଳି ଅନୈତକ କାର୍ଯ୍ୟ ଚାଲିଥିବା ନେଇ ଜଣାପଡିବା ପରେ ଉତ୍ତେଜନା ଦେଖା ଦେଇଥିଲା। ବହୁ ସଂଖ୍ୟାରେ ଉତ୍ତ୍ୟକ୍ତ ଲୋକେ କୃଷ୍ଣଚନ୍ଦ୍ରଙ୍କୁ ମାଡ଼ପିଟ୍ କରିବା ସହ ମନ୍ଦିର ପରିସରରେ ବ୍ୟାପକ ଭଙ୍ଗାରୁଜା ଓ ପୋଡ଼ାଜଳା କରିଥିଲେ। ଉତ୍ତ୍ୟକ୍ତ ଲୋକେ ମନ୍ଦିରରେ ଥିବା ଯଜ୍ଞ ମଣ୍ଡପରେ ନିଆଁ ଲଗାଇ ଦେବାରୁ ମଣ୍ଡପଟି ସଂପୂର୍ଣ୍ଣ ପୋଡ଼ିଯାଇଛି। ପୋଲିସ ଘଟଣାସ୍ଥଳରେ ପହଞ୍ଚି ସ୍ଥିତି ନିୟନ୍ତ୍ରଣ କରିବା ସହ କୃଷ୍ଣଚନ୍ଦ୍ରଙ୍କୁ ଅଟକ ରଖିଛି।
ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।
Related Stories
Crime
ସଫେଇ କର୍ମଚାରୀଙ୍କୁ ଗୋଡ଼ାଇ ଗୋଡ଼ାଇ ହାଣିଲେ
ବାବୁଲି କାକ ରାଣିବଗିଚା ବାଇପାସ୍ ନିକଟରେ ସଫେଇ କାମର ତଦାରଖ କରିବା ପାଇଁ ଯାଇଥିଲେ। କାମ ତଦାରଖ କରିବା ପରେ ସେଠାରେ ସେ ଠିଆ ହୋଇଥିଲେ। ଠିକ୍ ସେତିକି ବେଳେ ତାଙ୍କ ଉପରେ ଆକ୍ରମଣ ହୋଇଥିଲା।
Crime
ଲୁଟେରାଙ୍କ ଗୁଳିରେ ୨ ମୃତ; ଗୋଡ଼ାଇ ଗୋଡ଼ାଇ ଗାଡ଼ିଆରେ ମାଡ଼ି ବସିଲେ ଲୋକେ
ଲୁଟ୍ କରିବା ପରେ ଦୋକାନକୁ ଗହଣା କିଣିବାକୁ ଆସିଥିବା ଜଣେ ବ୍ୟକ୍ତିଙ୍କ ବାଇକ୍ ଧରି ଚମ୍ପଟ ମାରୁଥିଲେ ୩ ଦୁର୍ବୃତ୍ତ। ଆଉ ସେମାନଙ୍କୁ କାର୍ରେ ପିଛା କରିଥିଲେ ଗହଣା ଦୋକାନର କର୍ମଚାରୀ ସୁନୀଲ୍ ରାୟ ଓ ତାଙ୍କ ସାଥୀ।
Crime
ମାଆ ଚାକିରି ଗଲା ବୋଲି ସର୍କିଟ୍ ହାଉସ୍ରେ ଥିବା ଗାଡ଼ିରେ ନିଆଁ ଲଗାଇଦେଲା ପୁଅ
କେନ୍ଦୁପତ୍ର ଫରେଷ୍ଟର ଭାବେ କାର୍ଯ୍ୟ କରନ୍ତି ସୁଜିତ କୁମାର ବେହେରା। ତାଙ୍କ ମାଆ ସର୍କିଟ୍ ହାଉସ୍ରେ ସୁଇପର ଭାବେ କାମ କରୁଥିଲେ। କିଛି ମାସ ତଳେ କୌଣସି କାରଣରୁ ତାଙ୍କୁ ସର୍କିଟ ହାଉସରୁ ବାହାର କରିଦିଆଯାଇଥିଲା।
Crime
ଲୁଟ୍ ପାଇଁ ପିଛା କରୁଥିଲେ; ଧକ୍କା ଦେବାରୁ ବିଦ୍ୟୁତ୍ କର୍ମଚାରୀଙ୍କୁ ଗୁଳି କଲେ
ଚୋରମାନେ ଉତ୍କ୍ଷିପ୍ତ ହୋଇ ବାଇକ୍ ଉଠାଇ ପ୍ରଥମେ ନୀଳମାଧବଙ୍କୁ ଗୁଳି କରିଥିଲେ। ଗୁଳି ତାଙ୍କ ପେଟ ଓ ଅଣ୍ଟାରେ ବାଜିଥିଲେ। ପରେ ଅଳଙ୍କାର ଦୋକାନୀ ସୁନୀଲ୍ ଓ ତାଙ୍କ ସାଥୀଙ୍କ ଉପରକୁ ଗୁଳି ଚଳାଇଥିଲେ। ସେମାନଙ୍କ ଦେହରେ ମଧ୍ୟ ଗୁଳି ବାଜିଥିଲା।
Crime
ସିକ୍ୟୁରିଟି ଗାର୍ଡଙ୍କ ହାତଗୋଡ଼ ବାନ୍ଧିଲେ, ଶୋ’ ରୁମ୍ ଲୁଟିଲେ
ସିକ୍ୟୁରିଟି ଗାର୍ଡଙ୍କ ହାତଗୋଡ଼ ବାନ୍ଧି ଲୁଟ କରିଛନ୍ତି ୩ ମୁଖାପିନ୍ଧା ଦୁର୍ବୃତ୍ତ। ବିଳମ୍ବିତ ରାତିରେ ଏହି ଡକାୟତି ହୋଇଛି।