Murder
କୋଠ ଘର ଭିତରୁ ଜଣେ ଯୁବକଙ୍କ ରକ୍ତ ଜୁଡ଼ୁବୁଡ଼ୁ ମୃତଦେହ ଉଦ୍ଧାର କରାଯାଇଛି। କଟକ ଜିଲ୍ଲା ବାଙ୍କୀ ଥାନା ଅନ୍ତର୍ଗତ ହରିରାଜପୁର ପଞ୍ଚାୟତ ନୂଆସାହିରେ ଥିବା କୋଠଘରେ ଏହି ଘଟଣା ଘଟିଛି। ମୃତ ଯୁବକ ଜଣଙ୍କ ଶୀତଳ ସାହୁ।
ଆଜି ସକାଳେ କୋଠ ଘର କବାଟରେ ରକ୍ତ ଛିଟା ଲାଗିଥିବା ସ୍ଥାନୀୟ ଲୋକେ ଦେଖିଥିଲେ। ଏନେଇ ପୁଲିସକୁ ଖବର ଦେଇଥିଲେ। ପୁଲିସ ଘଟଣାସ୍ଥଳରେ କବାଟ ତାଡି ଶୀତଳଙ୍କ ମୃତଦେହ ଉଦ୍ଧାର କରିଥିଲା।
ଶୀତଳଙ୍କୁ କିଏ ଓ କାହିଁକି ହତ୍ୟା କଲା ତାର କାରଣ ଅସ୍ପଷ୍ଟ ରହିଛି। ଶୀତଳଙ୍କୁ କେହି ଦୁର୍ବୃତ୍ତ ହତ୍ୟା କରି କୋଠ ଘର ଭିତରେ ପକାଇ ଦେଇ ଚାଲିଯାଇଥିବା ସନ୍ଦେହ କରାଯାଉଛି। ପୁଲିସ ମୃତଦେହକୁ ଉଦ୍ଧାର କରି ବ୍ୟବଚ୍ଛେଦ ପାଇଁ ପଠାଇଛି ଓ ଘଟଣା ତଦନ୍ତ କରୁଛି। ଶୀତଳଙ୍କ ମୃତ୍ୟୁକୁ ନେଇ ପରିବାର ଲୋକେ କିମ୍ବା ପୁଲିସର କୌଣସି ପ୍ରତିକ୍ରିୟା ମିଳିନାହିଁ।
/odisha-reporter/media/agency_attachments/2025/09/10/2025-09-10t082211800z-640x480-or-sukant-rout-2025-09-10-13-52-11.png)
Follow Us/odisha-reporter/media/post_attachments/uploadimage/library/16_9/16_9_0/Murder_1712907058.jpg)