ବୌଦ୍ଧ: ପୁଅର ଠେଙ୍ଗାମାଡରେ ବାପାର ମୃତ୍ୟୁ

ବୌଦ୍ଧ: ବୌଦ୍ଧ ଜିଲ୍ଲା ବାଉଁଶୁଣି ଥାନା ମୁଣ୍ଡିପଦର ଗାଁରେ ପୁଅର ଠେଙ୍ଗା ମାଡ଼ରେ ବାପାର ମୃତ୍ୟୁ ଘଟିଛି।  ପାରିବାରିକ ଗଣ୍ଡଗୋଳକୁ କେନ୍ଦ୍ର କରି ପୁଅ ଟୁଟୁ ବେହେରା ବାପା ବରୁଣ ବେହେରାକୁ ଠେଙ୍ଗାରେ ଆକ୍ରମଣ କରିଥିବା ଅଭିଯୋଗ ହୋଇଛି।

ଘଟଣାସ୍ଥଳରେ ବରୁଣଙ୍କ ମୃତ୍ୟୁ ହୋଇଥିଲା। ଏହି ଘଟଣା ପରେ ଟୁଟୁ ଫେରାର ରହିଛି। ପୋଲିସ ମୃତଦେହକୁ ଜବତ କରି ଏକ ହତ୍ୟା ମାମଲା ରୁଜୁ କରିବା ସହ ଅଭିଯୁକ୍ତ ଟୁଟୁକୁ ଧରିବା ପାଇଁ ଉଦ୍ୟମ ଜାରି ରଖିଛି।